କରୋନା କଟକଣାକୁ ଫୁ: ସନ୍ଧ୍ୟା ହେଲେ ଜମୁଛି ଲୁଡୁ, ତାସ୍‌ ଆସର

ଚୌଦ୍ୱାର,୧୩ା୪(ଡି.ଏନ୍‌.ଏ.): କରୋନା ଭଳି ମହାମାରୀରୁ ରକ୍ଷା ପାଇବା ପାଇଁ ସାରା ବିଶ୍ୱ ଆଜି ଚିନ୍ତାରେ। କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ଏହି ଭୂତାଣୁ ରୋକିବା ଦିଗରେ ସଚେତନା ହଁି ଏକମାତ୍ର ବିକଳ୍ପ ବୋଲି ବାରମ୍ବାର ପ୍ରଚାର କରୁଛନ୍ତି। ଏଥିସହିତ ସଂକ୍ରମଣ ନ ବ୍ୟାପିବା ପାଇଁ ସାମାଜିକ ଦୂରତାର ଆବଶ୍ୟକତା ରହିଛି ା ଯାହାକୁ ନେଇ ସାରା ରାଜ୍ୟ ଲକ୍‌ଡାଉନରେ ଗତି କରୁଛି। ମାତ୍ର କଟକ ଜିଲା ଚୌଦ୍ୱାର ଅଞ୍ଚଳର କିଛି ଯୁବକ ଏବଂ ବୟସ୍କ ବ୍ୟକ୍ତିମାନେ ପୋଲିସର ନଜର ଆଢୁଆଳରେ ଗାଁ ମଣ୍ଡପରେ ଖଟି ଜମାଇବାକୁ ପଛାଉନାହାନ୍ତି। ଏପରିକି ମୋବାଇଲରେ ମୁହଁକୁମୁହଁ ଯୋଡ଼ି ଲୁଡୁ ଖେଳିବା ସହିତ ବୟସ୍କ ବ୍ୟକ୍ତିମାନେ ତାସ୍‌ ପାଲି ଆସର ଜମାଉଥିବା ଦେଖିବାକୁ ମିଳିଛି। କଟକ ଜିଲା ଚୌଦ୍ୱାର ପୋଲିସ ରାଜରାସ୍ତା ଜଗି ରହୁଥିବା ବେଳେ ଗ୍ରାମାଞ୍ଚଳରେ ଏପରି ନିୟମ ଉଲ୍ଲଂଘନକାରୀଙ୍କ ପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri