କରୋନା କଟକଣାରେ ସାମାଜିକ ଦୂରତା: ବିଜେପୁରରେ ଘରକୁ ଘର ବଣ୍ଟା ଯାଉଛି ଭତ୍ତା

ବିଜେପୁର,୨୭।୩(ଡି.ଏନ୍‌.ଏ.): କରୋନା କଟକଣା ଯୋଗୁ ଗତ ମଙ୍ଗଳବାର ମଧ୍ୟ ରାତ୍ରରୁ ସମସ୍ତ ଜିଲା ଲକ୍‌ଡାଉନ୍‌ କରାଯାଇଛି।ଏହି ଭାଇରସକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତା ରକ୍ଷା କରିବାକୁ ସଚେତନତା ସୃଷ୍ଟି କରାଯାଉଛି। ତେଣୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ସାମାଜିକ ସୁରକ୍ଷା ଯୋଜନାରେ ଆଗୁଆ ୪ମାସର ଭତ୍ତା ବଣ୍ଟନ ଚାଲିଛି। ଏହିକ୍ରମରେ ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ସାନବାଉଁଶେନ ପଞ୍ଚାୟତର ବିଭିନ୍ନ ଗାଁର ହିତାଧିକାରୀଙ୍କୁ ଭେଟି ଶୁକ୍ରବାର ବିଭାଗୀୟ କର୍ମଚାରୀମାନେ ଭତ୍ତା ବଣ୍ଟନ କରିଛନ୍ତି। ଏହି ପଞ୍ଚାୟତର ସାନବାଉଁଶେନ, ଝାଲପାଲି, ମୁଣ୍ଡୋମହୁଲର ୨୯୦ଜଣ ହିତାଧିକାରୀଙ୍କୁ ୫,୮୪,୦୦୦ଟଙ୍କା ଗୁରୁବାର ବଣ୍ଟା ଯାଇଥିଲ। ସେହିପରି ଶୁକ୍ରବାର ବାରଗୋଡା ଓ ବୁରୋମାଳରେ ୭୦ଜଣ ହିତାଧିକାରୀଙ୍କୁ ୧,୪୩,୨୦୦ଟଙ୍କା ବଣ୍ଟନ କରାଯାଇଛି। ଉକ୍ତ ପଞ୍ଚାୟତର କାର୍ଯ୍ୟର୍ନିବାହୀ ଅଧିକାରୀ ମାୟାଧର ଭୋଇ, ଜିଆରଏସ ଏକଲବ୍ୟ ରଣା, ଯୋଗାଣ ସହାୟକ ସବିତା ପଧାନ, ପି. ଜି ବୀରେନ୍ଦ୍ର ବାଗ ପ୍ରମୁଖ ଏହି ଭତ୍ତା ବଣ୍ଟନ କରିଥିଲେ। ସେହିପରି ବିଜେପୁର ଏନଏସିର ବିଜେପୁର, ବାଉଁଶପୋଲା, ଏମଗଣ୍ଡପାଲି, କନ୍ଧରା, କେଉଁଟିପାଲି, ମାଝି ପାଲିର ୧୨୮୦ଜଣ ହିତାଧିକାରୀଙ୍କୁଘର ଘର ବୁଲି ଦୁଇଦିନରେ ୨୪ଲକ୍ଷ ଟଙ୍କା ବଣ୍ଟନ କରାଯାଇଥିବା ଏନ୍‌ଏସି ଇଓ ରୁକ୍ମଣ ମେହେର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri