କରୋନା କବଳରେ ବିଶ୍ୱର ୨୧୦ ଦେଶ : ଲକ୍ଷେ ଟପିଲା ମୃତ୍ୟୁ ସଂଖ୍ୟା, ସଂକ୍ରମିତ ମାମଲାରେ ଭାରତର ସ୍ଥାନ ୨୧

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ପ୍ରତିଦିନ ସୂଚନା ପ୍ରଦାନ କରୁଛନ୍ତି। ଶନିବାର ମଧ୍ୟ ଜନସାଧାରଣଙ୍କୁ ଏ ସମ୍ପର୍କରେ ସୂଚନା ପ୍ରଦାନ କରି କହିଛନ୍ତି, ଆଜି ପର୍ଯ୍ୟନ୍ତ ବିଶ୍ୱରେ ୨୧୦ଟି ଦେଶ, ୨ ଜାହାଜ କରୋନା କବଳକୁ ଆସିଛନ୍ତି । ଶୁକ୍ରବାର ସମଗ୍ର ବିଶ୍ୱରେ ୧୬ ଲକ୍ଷ ୧୦ହଜାର ୬୨ଜଣ ଆକ୍ରାନ୍ତ ଥିବାବେଳେ ଶନିବାର ଏହି ସଂଖ୍ୟା ବଢ଼ି ୧୭ ଲକ୍ଷ ୮୭୦ରେ ପହଞ୍ଚିଛି। ଶୁକ୍ରବାର ମୃତକଙ୍କ ସଂଖ୍ୟା ୯୬ହଜାର ୩୬୫ ଥିବାବେଳେ ଶନିବାର ଅପରାହ୍ନ ୩ଟା ସୁଦ୍ଧା ଏହା ୧ଲକ୍ଷ ୨ହଜାର ୭୮୯ରେ ପହଞ୍ଚିଛି।
ସେହିଭଳି ଭାରତ ସରକାରଙ୍କ ଆକଳନ ଅନୁଯାୟୀ, ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୪୨୧ ଥିବାବେଳେ ଶନିବାର ସକାଳ ସୁଦ୍ଧା ଏହା ୭୪୪୭ରେ ପହଞ୍ଚିଛି । ଅପରପକ୍ଷେ ଭାରତରେ ମୃତକଙ୍କ ସଂଖ୍ୟା ଶୁକ୍ରବାର ୧୮୯ ଥିବାବେଳେ ଶନିବାର ଏହା ୨୩୯ ହୋଇଛି। ଭାରତ ବିଶ୍ୱସ୍ତରରେ ୨୧ତମ ସଂକ୍ରମିତ ଦେଶ ଏବଂ ଓଡ଼ିଶା ୧୭ ନଂ ସ୍ଥାନରେ ଥିବା ବାଗ୍‌ଚୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?