କରୋନା କବଳରେ ୧୨୨ ସିଆର୍‌ପିଏଫ୍‌ ଯବାନ

ନୂଆଦିଲ୍ଲୀ,୨।୫: ଦେଶରେ କରୋନା ସଂକ୍ରମଣକୁ ନେଇ ଲକ୍‌ଡାଉନ ଜାରି ରହିଥିଲେ ମଧ୍ୟ ଏବେବି ଏହା ବୃଦ୍ଧି ପାଇବାରେ ଲାଗିଛି। ୨୪ ଘଣ୍ଟାରେ ଦେଶରେ ୨ ହଜାରରୁ ଊର୍ଦ୍ଧ୍ୱ ଲୋକ କରୋନାରେ ସଂକ୍ରମିତ ହେବା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ତେବେ ଏଥିରୁ ବର୍ତ୍ତି ପାରି ନାହାନ୍ତି କରୋନା ଯୋଦ୍ଧା। ପୋଲିସଙ୍କ ପରେ ଏବେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ(ସିଆର୍‌ପିଏଫ୍‌)ର ଯବାନମାନେ ମଧ୍ୟ କରୋନାରେ ସଂକ୍ରମିତ ହୋଇଥିବା ଖବର ଆସିଛି। ଶନିବାର ପୂର୍ବ ଦିଲ୍ଲୀର ୬୮ ଜଣ ସିଆର୍‌ପିଏଫ୍‌ ଯବାନଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ଏବେ ୧୨୨ ଜଣ ଯବାନା କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ଏମାନଙ୍କୁ ମିଶାଇ ସିଆର୍‌ପିଏଫ୍‌ର ୧୨୭ ଜଣ ଯବାନ କରୋନାରେ ଆକ୍ରାନ୍ତ ହେବା ପରେ ଏମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଛନ୍ତି ଓ ଜଣଙ୍କର ମୃତ୍ୟୁ ହୋଇଛି। ଏମାନେ ସମସ୍ତେ ଗୋଟିଏ ବାଟାଲିୟନର ହୋଇଥିବା ବେଳେ ଏବେବି ପାଖପାଖି ୧୫୦ ଜଣଙ୍କ ରିପୋର୍ଟ ଆସିବା ବାକି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri