କରୋନା ଦୁଃଖ: କ୍ୱାରାଣ୍ଟାଇନ୍‌ ଅବଧି ସରି ନ ଥିବାରୁ ମା’ଙ୍କ ମୁଁହରେ ମୁଖାଗ୍ନି ଦେଇପାରିଲେନି ପୁଅ

ଛତ୍ରପୁର, ୧୬।୫(ଡି.ଏନ୍‌.ଏ.)- କରୋନା ମୁକାବିଲାକୁ ନେଇ ସାରା ଦେଶରେ ଲକ୍‌ଡାଉନ୍‌ କଟକଣା। ଏପରିକି ସଂକ୍ରମଣ ଆଶଙ୍କାରେ ବାହାରୁ ଫେରୁଥିବା ପ୍ରବାସୀମାନଙ୍କୁ ରାଜ୍ୟର ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯାଉଛି। ହେଲେ କ୍ୱାରାଣ୍ଟାଇନ୍‌ ଅବଧି ସରି ନ ଥିବାରୁ ମା’ଙ୍କ ମୁଁହରେ ପୁଅ ମୁଖାଗ୍ନି ଦେଇପାରି ନ ଥିବା ଭଳି ଏକ ଘଟଣା ନଜରକୁ ଆସିଛି। ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ ଭିକାରୀପାଲି ପଞ୍ଚାୟତ ଗୋଳାପଲି ଗାଁରେ ଏଭଳି ଏକ ଦୁଃଖଦ ଘଟଣା ଘଟିଛି।

ସୂଚନାନୁଯାୟୀ, ଗତ ୩ ତାରିଖରେ ଏହି ଗାଁ ର ବି ନୋକା ପାତ୍ର ସୁରଟରୁ ଫେରି ଛତ୍ରପୁର ସରକାରୀ ଆଇଟିଆଇ କୋଠାରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ରହୁଛନ୍ତି। ଶନିବାର ତାଙ୍କ ମା ବି ଲକ୍ଷ୍ମୀ ପାତ୍ରଙ୍କ ନିଜ ଘରେ ମୃତ୍ୟୁ ଘଟିଥିବା ଖବର ଆସିଥିଲା। ହେଲେ ନୋକାଙ୍କ କ୍ୱାରାଣ୍ଟାଇନ ଅବଧି ସରି ନ ଥିବାରୁ ସେ ତାଙ୍କ ମାଙ୍କୁ ମୁଖାଗ୍ନି ଦେଇପାରିନାହାନ୍ତି। ଅପରପକ୍ଷରେ ପ୍ରଶାସନ ପକ୍ଷରୁ ତାଙ୍କୁ କୋଭିଡ ଆମ୍ବୁଲାନରେ ଶ୍ମଶାନକୁ ନିଆଯାଇଥିଲା। ସେଠାରେ ସେ କେବଳ ମା’ଙ୍କ ଶେଷକୃତ୍ୟ ଦର୍ଶନ କରିପାରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ଅଗଷ୍ଟ ୮ରେ ଓଡ଼ିଶା ବନ୍ଦ, ସଫଳ କରିବାକୁ ଛତ୍ରପୁରରେ ପଥପ୍ରାନ୍ତ ସଭା

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ): ଏମଏମଡ଼ିଆର ସଂଶୋଧିତ ଅଧିନିୟମ ତୁରନ୍ତ ରଦ୍ଦ କରିବା, ମୁଖ୍ୟ ନିର୍ବାଚନ ଅଧିକାରୀ ଜ୍ଞାନେସ କୁମାରଙ୍କ ବହିଷ୍କାର ଓ ଗିରଫଦାରୀ, ଏସଆଇଆର ପ୍ରତ୍ୟାହାର କରିବା, ଗଣଶିକ୍ଷା…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?