କରୋନା ଦୁଃଖ: ଭାରରେ ବୁହା ହେଲେ ଦୁଇ ସନ୍ତାନ

ବାରିପଦା ଅଫିସ, ୧୭ା୫-ଯାଜପୁର ଜିଲାର ଏକ ଇଟାଭାଟିରେ କାମ କରୁଥିଲେ ଶ୍ରମିକ ରୂପାଇ ଟୁଡ଼ୁ । ଘର ତାଙ୍କର ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ବଳଦିଆ ଗ୍ରାମରେ। ଲକ୍‌ଡାଉନ୍‌ ଯୋଗୁ ଭଟାଭାଟି ବନ୍ଦ ହୋଇଯିବାରୁ ସପରିବାର ବହୁ କଷ୍ଟେମଷ୍ଟେ ଚଳିବାକୁ ଚେଷ୍ଟା କଲେ। ହେଲେ ପରିସ୍ଥିତି ଅସମ୍ଭାଳ ହୋଇପଡିଲା। ପରିବାରରେ ନିଜକୁ ମିଶାଇ ୫ ପ୍ରାଣୀ ପେଟପୂରା ଦି ଓଳି ଖାଇବା କଷ୍ଟକର ହେବାରୁ ଶେଷରେ ନିଜ ଭିଟାମାଟିକୁ ଫେରିବାକୁ ମନସ୍ଥ କଲେ। ଛୋଟ ଛୋଟ ପିଲାଙ୍କୁ କିପରି ଆଣିବେ ସେ ବିଷୟରେ ଚିନ୍ତା କରି ଏକ ଭାର ତିଆରି କଲେ। ଗୋଟିଏ ପଟେ ଭାରରେ ୪ ବର୍ଷର ଝିଅ ସୀତା ଓ ଅଢ଼େଇ ବର୍ଷର ପୁଅ ମେଘରାୟଙ୍କୁ ରଖିଲେ ଓ ଅନ୍ୟପଟେ ଜିନିଷ ଲଦି ବୋହି ଘର ଅଭିମୁଖେ ଚାଲିଲେ। ସାଥୀରେ ଥିଲେ ସ୍ତ୍ରୀ ମେଟ୍ରିକ୍‌ ଓ ୬ ବର୍ଷର ଝିଅ ପୁଷ୍ପାଞ୍ଜଳି। ସମସ୍ତେ ୧୫୦ କି.ମି. ଚାଲି ଚାଲି ଆସିବା ପରେ ଶୁକ୍ରବାର ଅପରାହ୍ନରେ ନିଜ ଗ୍ରାମରେ ପହଞ୍ଚିଛନ୍ତି।
୭ଦିନ ଧରି ଚାଲି ଚାଲି ଆସିବା ପରେ ସମସ୍ତଙ୍କୁ ବିଦ୍ୟାଳୟ କ୍ୱାରାଣ୍ଟାଇନ କେନ୍ଦ୍ରରେ ରଖାଯାଇଛି। ଏହି ଖବର ପ୍ରଚାରିତ ହେବା ପରେ ରାଜ୍ୟ କୃଷି ଶିଳ୍ପ ନିଗମ ଅଧ୍ୟକ୍ଷ ଦେବାଶିଷ ମହାନ୍ତି ଉକ୍ତ ପରିବାରକୁ ଭେଟି ସହାୟତାର ହାତ ବଢ଼ାଇଛନ୍ତି। ରୂପାଇ କୁହନ୍ତି, ବାଟରେ ଆସିବା ବେଳେ ବିଭିନ୍ନ ସ୍ଥାନରେ ରହିବା ସହ ସାଙ୍ଗରେ ଆଣିଥିବା ଶୁଖିଲା ଖାଦ୍ୟ ଖାଇଥିଲେ। ଜୀବନ ଥିବା ଯାଏ ଏହି କଷ୍ଟକୁ ସେ ଭୁଲିପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

କିଛିଦିନ ପୂର୍ବରୁ ବାପାଙ୍କର ହୋଇଥିଲା ମୃତ୍ୟୁ, ଏବେ ପୁଅର ଅକାଳ ବିୟୋଗରେ କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର

କୋରାପୁଟ, ୧୩।୬ (ଅମିତାଭ ବେହେରା): କୋରାପୁଟ-ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ରାତିରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ମାସେ ବିତିଲା, ତୁଟିନି ଟୋକନ ସମସ୍ୟା: ଲାଗି ରହିଛି ଧାନ କିଣାବିକା ସମସ୍ୟା

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନ କିଣାବିକା ସମସ୍ୟା ଲାଗି ରହିଛି। ଅନ୍ୟଥର ଅପେକ୍ଷା ଏଥର ଚାଷୀମାନେ ଟୋକନ…

ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା: ୫ କେଜି ଚାଉଳ ବଦଳରେ ଏବେ ମିଳିବ ଏତିକି…ହିତାଧିକାରୀଙ୍କ ମଧ୍ୟରେ ଖୁସିର ଲହରୀ

ଛତ୍ରପୁର, ୧୩।୬(ଦିଲ୍ଲୀପ ସାମଲ) : ଆଉ ୫ କିଲୋ ନୁହେଁ, ଏପ୍ରିଲ୨୦୨୬ରୁ ମୁଣ୍ଡ ପିଛା ହିତାଧିକାରୀ ପାଇବେ ୧୦ କିଲୋ ଚାଉଳ ସମ୍ପୂର୍ଣ୍ଣ ମାଗଣା । ମୁଖ୍ୟମନ୍ତ୍ରୀ…

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଚାଲିଗଲା ଇଲେକ୍ଟ୍ରିସିଆନ ଶୁଭମଙ୍କ ଜୀବନ, ୩ ଗୁରୁତର

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗାଁ ବାବାଜୀ ଗୁମ୍ଫ ନିକଟ ମୁଖ୍ୟରାସ୍ତାରେ ଶୁକ୍ରବାର ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ…

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଗୁରୁତର ରୋଗୀଙ୍କୁ ଖଟିଆରେ ବୋହିନେଲେ ୭ କିମି

ଭଞ୍ଜନଗର,୧୩।୬(ବାବୁଲା ପ୍ରଧାନ): ଜଙ୍ଗଲରେ ବସବାସ କରୁଥିବା ଲୋକେ କେତେ ଦୁର୍ଦ୍ଦିନରେ ଏବେବି ବସବାସ କରନ୍ତି ତାହାର ଏକ ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। କନ୍ଧମାଳ ଜିଲା…

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri