କରୋନା ଦୁଃଖ ୭୩ ବର୍ଷ ତଳର ଦେଶ ବିଭାଜନ ସଙ୍କଟକୁ ବି ବଳିଗଲା !

ନୂଆଦିଲ୍ଲୀ,୨୯।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଦେଶରେ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ସମ୍ପ୍ରତି ଭାରତ ସଂକ୍ରମଣ ଦ୍ୱିତୀୟ ଷ୍ଟେଜ୍‌ରେ ରହିଥିବାବେଳେ ତୃତୀୟ ଷ୍ଟେଜ୍‌କୁ ଯିବାର ଆଶଙ୍କା ଦେଖାଦେଇଛି। ସମ୍ପ୍ରତି ଦେଶରେ ଦେଖାଦେଇଥିବା ସଙ୍କଟ ୭୩ ବର୍ଷ ତଳେ ୧୯୪୭ରେ ହୋଇଥିବା ଦେଶ ବିଭାଜନ ଦୁଃଖକୁ ବି ବଳି ଯାଇଛି। ଦେଶ ବିଭାଜନ ସମୟରେ ଲୋକେ ଜୀବନ ବଞ୍ଚାଇବା ପାଇଁ ଭୟରେ ପ୍ରିୟ ପରିଜନଙ୍କୁ କାନ୍ଧରେ ବୋହି ନେଉଥିଲେ। ଏବେ ଭିଟାମାଟିଠାରୁ ଦୂରରେ ଅନ୍ୟ ରାଜ୍ୟରେ ଅଟକି ରହିଥିବା ଠିକା ଶ୍ରମିକ ଏବଂ ବହୁ ଲୋକେ ଘର ବାହୁଡ଼ିବାକୁ ଚାହୁଁଥିଲେ ମଧ୍ୟ ଲକ୍‌ଡାଉନ୍‌ ଯୋଗୁ ଏହା ସମ୍ଭବ ହୋଇ ପାରି ନାହିଁ। ଫଳରେ ଲୋକେ ଚାଲି ଚାଲି ଘର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ଚାଲି ପାରୁ ନ ଥିବା ପ୍ରିୟ ପରିଜନଙ୍କୁ ବହୁ ଲୋକେ କାନ୍ଧରେ ମଧ୍ୟ ବୋହି ନେଉଛନ୍ତି। ଏଭଳି ସ୍ଥିତି ପ୍ରାୟ ଏକ କୋଟି ୪୦ ଲକ୍ଷରୁ ଅଧିକ ଠିକା ଶ୍ରମିକଙ୍କ କ୍ଷେତ୍ରରେ ଦେଖିବାକୁ ମିଳୁଛି ବୋଲି ଜବାହରଲାଲ ନେହେରୁ ବିଶ୍ୱ ବିଦ୍ୟାଳୟର ଅର୍ଥଶାସ୍ତ୍ର ବିଭାଗ ପକ୍ଷରୁ ହୋଇଥିବା ଏକ ଅଧ୍ୟୟନ ରିପୋର୍ଟରେ ପ୍ରକାଶ ପାଇଛି। କରୋନାର ପ୍ରଭାବ ଅଣ-ସଂଗଠିତ କ୍ଷେତ୍ର ଉପରେ ଅଧିକ ପଡ଼ିଥିବା କୁହାଯାଉଛି। ଏହା ଦ୍ୱାରା ଅନ୍ୟ ରାଜ୍ୟକୁ କାମ ସନ୍ଧାନରେ ଯାଇଥିବା ଶ୍ରମିକମାନେ ଅଧିକ କ୍ଷତିଗ୍ରସ୍ତ ହୋଇଛନ୍ତି। ସେମାନଙ୍କ ହାତରେ ଟଙ୍କା ନାହିଁ କି ଆବଶ୍ୟକ ଖାଦ୍ୟର ମଧ୍ୟ ଅଭାବ ରହିିଛି। କରୋନା ଯୋଗୁ ଉତ୍ତରପ୍ରଦେଶର ସର୍ବାଧିକ ୪୦ ଲକ୍ଷ ୨୦ ହଜାରରୁ ଅଧିକ ଶ୍ରମିକଙ୍କ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ସେହିପରି ବିହାରର ୩୬ ଲକ୍ଷ ୧୬ ହଜାରରୁ ଅଧିକ, ରାଜସ୍ଥାନର ୧୮ ଲକ୍ଷ ୪୪ ହଜାର, ମଧ୍ୟପ୍ରଦେଶର ୧୮ ଲକ୍ଷ ୨୬ ହଜାର ଏବଂ ଓଡ଼ିଶାର ୫ ଲକ୍ଷ ୩ ହଜାରରୁ ଅଧିକ ଶ୍ରମିକଙ୍କ ଜୀବନଜୀବିକାରେ ବାଧା ସୃଷ୍ଟି ହୋଇଛି। ଅଣ-ସଂଗଠିତ କ୍ଷେତ୍ରରେ କାର୍ଯ୍ୟ କରୁଥିବା ୪୧ କୋଟିରୁ ଅଧିକ ଲୋକଙ୍କ ଆର୍ଥିକ ସ୍ଥିତିକୁ କରୋନା ଦୋହଲାଇ ଦେଇଥିବା ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଅଙ୍ଗୁର ଖଟା’, CJP ବିରୋଧ ପ୍ରଦର୍ଶନ ମଧ୍ୟରେ କାହିଁକି ଏପରି କହିଲେ କଙ୍ଗନା ରାନାଓ୍ବତ? ବୟାନ ହେଲାଣି ଭାଇରାଲ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀର ଜନ୍ତର ମନ୍ତର ଠାରେ କଂଗ୍ରେସ ଦଳ ଦ୍ୱାରା ଆୟୋଜିତ ବିକ୍ଷୋଭ ଏବଂ ତା’ପରେ ରାଷ୍ଟ୍ରପତିଙ୍କ ସହ ରାହୁଲ ଗାନ୍ଧୀଙ୍କ ସାକ୍ଷାତକୁ ନେଇ ଭାଜପା ସାଂସଦ…

ଏବେ କିଏ ନେବେ CJPର ନେତୃତ୍ୱ? ଏକ୍ସରେ ଅଭିଜିତ ଦୀପକେ କହିଲେ ‘ବର୍ତ୍ତମାନ…’

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀ ପୋଲିସ ଦ୍ୱାରା ଦଳର ନେତା ଅଭିଜିତ ଦୀପକେ, ସୌରଭ ଦାସ ଏବଂ ଆଶୁତୋଷ ରଙ୍କାଙ୍କୁ ଅଟକ ରଖାଯିବା ପରେ ‘କକରୋଚ ଜନତା ପାର୍ଟି’ (CJP)…

IND vs WI, 3rd T20 Playing-11: ଶୋଚନୀୟ ପରାଜୟ ପରେ ଭାରତୀୟ ଦଳରେ ପରିବର୍ତ୍ତନ; ଏହି ଅଲରାଉଣ୍ଡରଙ୍କ ସ୍ଥାନ ନେବେ …

ନୂଆଦିଲ୍ଲୀ,୧୦।୧୦: ଦ୍ୱିତୀୟ ଟି-୨୦ ମ୍ୟାଚରେ ୱେଷ୍ଟ ଇଣ୍ଡିଜ ବ୍ୟାଟରମାନେ ଭାରତୀୟ ବୋଲରଙ୍କୁ ନିର୍ଦ୍ଦୟ ଭାବେ ପ୍ରହାର କରିଥିଲେ। ଭାରତ ୨୫୦ ରନର ସ୍କୋରକୁ ରକ୍ଷା କରିବାରେ ବିଫଳ…

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…

8th Pay Commissionକୁ ନେଇ କେନ୍ଦ୍ର ସରକାରୀ କମଚାରୀଙ୍କ ପାଇଁ ଆସିଲା ବଡ଼ ଅପଡେଟ,ଜାଣନ୍ତୁ କେବେ ମିଳିବ ବର୍ଦ୍ଧିତ ଦରମା

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ଅଷ୍ଟମ ବେତନ ଆୟୋଗ (8th Pay Commission)କୁ ଅପେକ୍ଷା କରି ରହିଛନ୍ତି। ଏହା କାର୍ଯ୍ୟକାରୀ ହେଲେ କର୍ମଚାରୀଙ୍କ ମୂଳ…

ଚମତ୍କାର ରେକର୍ଡ କଲେ ତିଲକ ବର୍ମା: ଟି-୨୦ କ୍ରିକେଟ୍‌ରେ ପ୍ରଥମଥର କଲେ ଏମିତି କମାଲ

ନୂଆଦିଲ୍ଲୀ,୧୦।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଲକ ବର୍ମାଙ୍କ ବ୍ୟାଟ ପୁଣିଥରେ ଗର୍ଜିଛି। ୱେଷ୍ଟଇଣ୍ଡିଜ ବିପକ୍ଷରେ ରାଞ୍ଚିରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ସେ ମାତ୍ର ୧୮ଟି…

ଅଭିଜିତ, ସୌରଭ, ଆଶୁତୋଷ ହେପାଜତରେ; ସେମାନଙ୍କୁ କେତେ ସମୟ ପର୍ଯ୍ୟନ୍ତ ଅଟକ ରଖାଯିବ? ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୦।୧୦: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବା ଏବଂ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିବାକୁ ପହଞ୍ଚିଥିବା ‘କକରୋଚ ଜନତା ପାର୍ଟି’ର ନେତା…

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?