କରୋନା ନିୟମ କଡ଼ାକଡ଼ି ପାଳନ କର

ଅନୁଗୋଳ ଅଫିସ, ୧୮।୪ – ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟିର ଏକ ସ୍ବତନ୍ତ୍ର ବୈଠକ ଜିଲା କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ମନୋଜ କୁମାର ମହାନ୍ତି ଅଧ୍ୟକ୍ଷତା କରି ଚଳିତ ଗ୍ରୀଷ୍ମ ସମୟରେ ଜଳକ୍ଳିଷ୍ଟ ଅଞ୍ଚଳ ଚିହ୍ନଟ ସହ ପ୍ରତି ୩ ଦିନରେ ଜଳ ନମୁନା ପରୀକ୍ଷା କରିବାକୁ ପରାମର୍ଶ ଦେଇଥିଲେ। ସେହିପରି ଜିଲାରେ କରୋନା ଭୂତାଣୁ ସଂକ୍ରମଣ ଯେପରି ନ ହୁଏ ସେଥିପାଇଁ ସରକାରଙ୍କ ପକ୍ଷରୁ ପ୍ରଚଳିତ ନିୟମାବଳୀର କଡ଼ାକଡ଼ି ପାଳନ ସମ୍ପର୍କରେ ଜିଲାପାଳ ସମୀକ୍ଷା କରିଥିଲେ। ବୈଠକରେ ଜଳ କ୍ଳିଷ୍ଟ ଅଞ୍ଚଳରେ ଟ୍ୟାଙ୍କର ଯୋଗେ ଜଳ ଯୋଗାଣ କରିବାକୁ ବିଭିନ୍ନ ଶିଳ୍ପ ସଂସ୍ଥାକୁ ପରାମର୍ଶ ଦିଆଯାଇଥିଲା। ସମସ୍ତ କେନାଲରେ ପାଣି ଛଡ଼ାଯିବା, ବିଦ୍ୟୁତ୍‌ ସରବରାହ ନିରବିଚ୍ଛିନ୍ନ କରିବାକୁ ବିଭାଗୀୟ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ସମ୍ଭାବ୍ୟ ଅଂଶୁଘାତକୁ ଦୃଷ୍ଟିରେ ରଖି ଜିଲା ମୁଖ୍ୟ ଚିକିତ୍ସାଳୟରେ ଶୀତତାପ ନିୟନ୍ତ୍ରିତ ୮ଟି ଶଯ୍ୟା, ସମସ୍ତ ଚିକିତ୍ସାଳୟରେ ମଧ୍ୟ ସ୍ବତନ୍ତ୍ର ଶଯ୍ୟା ପ୍ରସ୍ତୁତ ରଖାଯିବା ସହ ଆବଶ୍ୟକ ଓଆର୍‌ଏସ୍‌ ଓ ଜୀବନ ରକ୍ଷାକାରୀ ଔଷଧ ଗଚ୍ଛିତ ଥିବା ସୂଚନା ଦିଆଯାଇଥିଲା। ଗ୍ରାମାଞ୍ଚଳରେ ଜଳଛତ୍ର ଓ ସହରାଞ୍ଚଳରେ ପାନୀୟ ଜଳ କେନ୍ଦ୍ର ସାମାଜିକ ଦୂରତ୍ୱ ବଜାୟ ରଖି ଖୋଲିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ପ୍ରତି ୩ ଦିନରେ ଥରେ ପ୍ରବାସୀ ଶ୍ରମିକମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା, କାଉନସେଲିଂ କରିବା, ବଦାନ୍ୟ ବ୍ୟକ୍ତି ଓ ସାମାଜିକ କର୍ମୀ ଅନୁଷ୍ଠାନ ଦ୍ୱାରା ସ୍ବାସ୍ଥ୍ୟକର ଖାଦ୍ୟ ପ୍ରଦାନ ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏହି ବୈଠକରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଅତିରିକ୍ତ ଜିଲାପାଳ (ରାଜସ୍ବ) ସନ୍ତୋଷ କୁମାର ପ୍ରଧାନ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ, ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀଙ୍କ ସହ ବିଭିନ୍ନ ଉପଖଣ୍ଡର ଉପଜିଲାପାଳ, ବିଭାଗୀୟ ଯନ୍ତ୍ରୀ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?