କରୋନା ପରେ ଓଡ଼ିଶାକୁ ବାତ୍ୟା ଭୟ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ସମଗ୍ର ଦେଶ କରୋନା ଭାଇରସ୍‌ ସଂକ୍ରମଣ ମହାସଙ୍କଟ ଦେଇ ଗତି କରୁଛି। ଦିନକୁ ଦିନ ଦେଶ ଓ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଓଡ଼ିଶାରେ ଏପର୍ଯ୍ୟନ୍ତ ୯୪ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିସାରିଛି। ଏହାରି ଭିତରେ ଆସୁଥିବା ଆଉ ଏକ ବାତ୍ୟା ଓଡ଼ିଶା ପାଇଁ ଭୟ ସୃଷ୍ଟି କରିଛି। ସୂଚନା ମୁତାବକ ମେ’ ୩ରେ ଓଡିଶା ପୁଣି ଆଉ ଏକ ବାତ୍ୟାର ସମ୍ମୁଖୀନ ହେବାକୁ ଯାଉଛି ବୋଲି ଆଶଙ୍କା କରାଯାଉଛି। ତେବେ ଏହା ଓଡ଼ିଶା ଆସିବ କି ନାହିଁ ସେ ନେଇ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ହେଇନାହିଁ। ଆଣ୍ଡାମାନ ନିକୋବର ଦ୍ୱୀପ ଓ ଦକ୍ଷିଣପୂର୍ବ ବଙ୍ଗୋପସାଗର ସୃଷ୍ଟ ହୋଇଥିବା ଲପୁଚାପ ଆସନ୍ତା ୨୭ କିମ୍ବା ୨୮ରେ ବାତ୍ୟା ରୂପରେଖ ନେଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଚଳିତ ମାସ ୨୮ରେ ଏହା ଘୂର୍ଣ୍ଣିବଳୟର ରୂପ ନେଇ ୩୦ରେ ଲଘୁଚାପରେ ପରିଣତ ହେବ। ଧୀରେ ଧୀରେ ଏହା ଘନୀଭୂତ ହୋଇ ବାତ୍ୟା ରୂପନେବ। ମେ’୧ରେ ଲଘୁଚାପର ସମ୍ଭାବନା ରହିଛି। ତେବେ ମେ ୨ରୁ ୩ ମଧ୍ୟରେ ଏହା ମ୍ୟାନ୍‌ମାର ଅତିକ୍ରମ କରିପାରେ। ପରେ ଏହା ଉପକୂଳ ମୁହାଁ ହୋଇ ଡିପ୍ରେସନର ରୂପ ନେବା ସହ ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହୋଇପାରେ। ମେ ୪ରୁ ୫ ତାରିଖ ମଧ୍ୟରେ ଏହା ସ୍ଥଳପଥ ଛୁଇଁବାର ପୂର୍ବାନୁମାନ କରିଛି ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟ୍ରପିକାଲ ମେଟ୍ରୋଲୋଜି(ଆଇଆଇଟିଏମ)ଏବଂ ଆମେରିକା ଗ୍ଲୋବାଲ ଫୋରକାଷ୍ଟ ସିଷ୍ଟମ(ଜିଏଫଏସ)। ଏବେ ଉପକୂଳବର୍ତ୍ତୀ ଓ ମଧ୍ୟମ ଧରଣର ବୃଷ୍ଟିପାତ ଅନୁଭୂତ ହେଉଥିବା ବେଳେ ଆସନ୍ତା ୫ ଦିନ ଯାଏଁ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri