କରୋନା ପାଇଁ ଅନ୍‌ ଲାଇନ୍‌ରେ ପାଠ ପଢାକୁ ଗୁରୁତ୍ୱ

ଜୁନାଗଡ,୧୪।୪(ଡି.ଏନ୍‌.ଏ): କରୋନା ମୁକାବିଲା ପାଇଁ ଜାରି କରାଯାଇଥିବା କଟକଣା ଯୋଗୁ ଓଡିଶାର ସମସ୍ତ ସରକାରୀ, ବେସରକାରୀ ଶିକ୍ଷାନୁଷ୍ଠାନ ଗୁଡିକ ବନ୍ଦ ରହିଛି। ଯାହା ଶିକ୍ଷାଦାନ ଉପରେ ଗୁରୁତର ପ୍ରଭାବ ପକାଇଛି। ଘରେ ବସି ପିଲା ବହି ଖୋଲିବା ସାର ହେଉଛି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ଦେଶରେ ମେ ୩ ପର୍ଯ୍ୟନ୍ତ ଲକଡାଉନ ଜାରି ରହିବ ବୋଲି ଘୋଷଣା କରିଛନ୍ତି। ଫଳରେ ସେତେଦିନ ଯାଏ ମଧ୍ୟ ସ୍କୁଲରେ ତାଲା ପଡିବ । ଏମିତିରେ ପିଲାଙ୍କ ଭବିଷ୍ୟତକୁ ନେଇ ଅଭିଭାବକମାନେ ଚିନ୍ତିତ ରହିଥିଲେ। ଯାହାକୁ ଦୃଷ୍ଟିରେ ରଖି ସରକାର ୧୪ ତାରିଖରୁ ପିଲାଙ୍କୁ ଅନ୍‌ଲାଇନ ପଢାଇବା ପାଇଁ ଯୋଜନା କରିଛନ୍ତି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା ଜୁନାଗଡ ସାଇନିଂ କିଡ୍ସ ୱାଲର୍‌ଡର ଛାତ୍ରୀଛାତ୍ରଙ୍କୁ ଏବେ ଅନଲାଇନ ମାଧ୍ୟମରେ ପାଠପଢା ଆରମ୍ଭ ହୋଇଛି। ଫଳରେ ପିଲାମାନେ ଘରେ ବସି ମୋବାଇଲରେ ଜୁମ୍‌ ଆପ୍‌ ଭିଡିଓ ଜରିଆରେ ଶିକ୍ଷାଗ୍ରହଣ କରୁଛନ୍ତି। ଏହାଦ୍ୱାରା ଛାତ୍ରୀଛାତ୍ରମାନଙ୍କୁ ସ୍କୁଲ ଖୋଲିବା ପୂର୍ବରୁ ତାଙ୍କ ଶ୍ରେଣୀର ସମସ୍ତ ପାଠ ବିଷୟରେ ଜ୍ଞାନ ଆହରଣ ହୋଇପାରିବ ବୋଲି ସ୍କୁଲ ମୁଖ୍ୟ ପରିଚାଳକ ପ୍ରବୀର କୁମାର ଗୋୟଲ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ବେଳେ ହଠାତ ବଢ଼ିଗଲା ପାଣିର ସ୍ରୋତ, ବୁଡ଼ିଯାଉଥିବା ବେଳେ ୨ ଜଣଙ୍କୁ…

କେନ୍ଦୁଝର, ୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାସ୍ଥିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ କେନାଲରେ ଗାଧୋଇବା ସମୟରେ ପ୍ରବଳ ସ୍ରୋତରେ ଭାସି ଯାଉଥିବା ଦୁଇ ଜଣ ବ୍ୟକ୍ତିଙ୍କୁ…

ସାଙ୍ଗମାନଙ୍କ ସହ ଶୋଇଥିଲେ, ସାପ କାମୁଡ଼ାରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଅଞ୍ଚଳରେ…

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତର ବାର୍ଷିକୋଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାପ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri