କରୋନା ପାଇଁ ଆଶ୍ୱସ୍ତ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ବିଶ୍ୱବାସୀଙ୍କ ଆସ୍ଥା ଓ ବିଶ୍ୱାସ ରହିଛି। ତାଙ୍କ ସାନ୍ନିଧ୍ୟ ପାଇବା ପାଇଁ କାହିଁ କେତେ ଦୂରରୁ ଭକ୍ତମାନେ ଛୁଟି ଆସନ୍ତି। ବିଶ୍ୱନିୟନ୍ତାଙ୍କ ସେବା କରିବାର ସାମାନ୍ୟ ସୁଯୋଗ ଯିଏ ପାଏ, ସେ ଭାବଭକ୍ତିରେ ହଜିଯାଏ। ହେଲେ କେତେଜଣ ଅଧିକାରୀ ମହାପ୍ରଭୁଙ୍କ ପ୍ରତି ଥିବା ଭକ୍ତି ଓ ବିଶ୍ୱାସକୁ ନେଇ ଖେଳ ଖେଳିଛନ୍ତି। ଏଥିପାଇଁ ଏବେ ଶ୍ରୀମନ୍ଦିରକୁ ନେଇ ସବୁଠି ଚର୍ଚ୍ଚା। ମହାପ୍ରଭୁଙ୍କ ୫୪୫ କୋଟି ଟଙ୍କାକୁ ନେଇ ଉଠୁଛି ପଡୁଛି ପଲ୍ଲୀରୁ ଦିଲ୍ଲୀ। ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ୟେସ୍‌ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିବା ପରେ ତାତିଉଠିଛନ୍ତି ଭକ୍ତ, ସେବାୟତ, ବୁଦ୍ଧିଜୀବୀ ଓ ଜଗନ୍ନାଥପ୍ରେମୀ। ୟେସ୍‌ ବ୍ୟାଙ୍କର ଆର୍ଥିକ ସ୍ଥିତି ବିଗିଡ଼ି ଯାଇଥିବା ବେଳେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଫେରିବ କି ନାହିଁ ତାକୁ ନେଇ ସନ୍ଦେହ ପ୍ରକାଶ ପାଇଛି। ତେବେ କାହିଁକି ଜାତୀୟକରଣ ବ୍ୟାଙ୍କରୁ ମହାପ୍ରଭୁଙ୍କ ଟଙ୍କା ଉଠାଯାଇ ଘରୋଇ ବ୍ୟାଙ୍କରେ ରଖାଗଲା ବୋଲି ଲୋକେ କ୍ଷୋଭ ପ୍ରକାଶ କରୁଛନ୍ତି। ଯେଉଁ ଅଧିକାରୀମାନେ ଚଞ୍ଚକତା କରି ଘରୋଇ ବ୍ୟାଙ୍କରେ ଏହି ଟଙ୍କା ରଖିଛନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ବିଭିନ୍ନ ବ୍ୟକ୍ତିବିଶେଷ ଏବଂ ସଙ୍ଗଠନ ପକ୍ଷରୁ ବିକ୍ଷୋଭ, ଆନ୍ଦୋଳନ ଚାଲିଛି। ଏମିତି କି ଥାନାରେ ଏତଲା ଦିଆଯାଇଛି। ଏହି ପ୍ରସଙ୍ଗକୁ ନେଇ ବିଧାନସଭାରେ ହଟ୍ଟଗୋଳ ହୋଇଛି। ବିରୋଧୀ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସରକାର ମହାପ୍ରଭୁଙ୍କ ଟଙ୍କା ଉଠାଣ ପାଇଁ ବିଧାନସଭା ଗୃହ କମିଟି ଗଠନ କରିଛନ୍ତି। ମାତ୍ର କରୋନାର ଭୟାବହତାକୁ ନେଇ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଚଳିତ ବଜେଟ ଅଧିବେଶନକୁ ଆସନ୍ତା ୨୯ ତାରିଖ ଯାଏ ସ୍ଥଗିତ ରଖାଯାଇଛି। ଅନ୍ୟପକ୍ଷରେ କୌଣସି ପ୍ରକାର ସଭାସମିତି, କର୍ମଶାଳା, ସେମିନାରକୁ ବାତିଲ ଘୋଷଣା କରିଛନ୍ତି। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ପରେ ପୁରୀରେ ନାନା ପ୍ରକାର ଆଲୋଚନା ହେଉଛି। ଚଞ୍ଚକତା ପୂର୍ବକ ଯେଉଁମାନେ ମହାପ୍ରଭୁଙ୍କ ଟଙ୍କାକୁ ଘରୋଇ ବ୍ୟାଙ୍କ ହାତରେ ଟେକି ଦେଇଛନ୍ତି ସେମାନଙ୍କ ପାଇଁ ଏହି ଘୋଷଣା ବରଦାନ ସଦୃଶ ହୋଇଛି। କରୋନା ଭୂତାଣୁକୁ ନେଇ ଏବେ ସିନା ବିଶ୍ୱବାସୀ ଚିନ୍ତିତ ମାତ୍ର ଯେଉଁମାନେ ମହାପ୍ରଭୁଙ୍କ ଟଙ୍କାକୁ ବିପଦମୁହଁକୁ ଠେଲି ଦେଇଛନ୍ତି ସେମାନେ ଆଶ୍ୱସ୍ତ ଅନୁଭବ କରୁଥିବେ ବୋଲି ଚର୍ଚ୍ଚା ହେଉଛି।
– ହେମନ୍ତ ନାୟକ


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକ କଂଗ୍ରେସ ବିଧାୟକ ଦଳ ନେତା ନିର୍ବାଚନ ଆଜି

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୩୦ା୫: କର୍ନାଟକ ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦାରାମାୟାଙ୍କ ଇସ୍ତଫା ପରେ ନୂଆ ନେତା ନିର୍ବାଚନ ପାଇଁ ଶନିବାର କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ସିଦ୍ଦରାମାୟାଙ୍କ…

ଆଜି ସାରା ରାଜ୍ୟରେ ବର୍ଷିବ: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୩୦ା୫(ବନ୍ଦନା ସେଠୀ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍‌ ରହିଛି। ଆସନ୍ତା ୬ଦିନ ଅର୍ଥାତ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି…

ସଂରକ୍ଷିତ ରାୟ ୩ ମାସରେ ଘୋଷଣା କର

ନୂଆଦିଲ୍ଲୀ,୩୦ା୫: ରାୟ ପ୍ରଦାନରେ ଅତ୍ୟଧିକ ବିଳମ୍ବ ପକ୍ଷମାନଙ୍କର ଅପୂରଣୀୟ କ୍ଷତି ଘଟାଉଥିବା ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ରାୟ ସଂରକ୍ଷଣ ରଖିବାର ୩ ମାସ ମଧ୍ୟରେ ଘୋଷଣା କରିବାକୁ…

ଚୁଟି ନାହିଁ ତ ହାଜିରା ନାହିଁ: ଫେସ୍‌ ସ୍କାନ୍‌ର ଅଜବ ସମାଧାନ ବାଟ ବାହାରକଲେ ଶ୍ରମିକ

ନୂଆଦିଲ୍ଲୀ,୩୦ା୫:ଲଣ୍ଡାହେବା ଯୋଗୁ ତେଲଙ୍ଗାନାର ଜଣେ ଏମ୍‌ଜିଏନ୍‌ଆର୍‌ଇଜିଏ ଶ୍ରମିକଙ୍କୁ ହାଜିରା ଆପ୍‌ ଚିହ୍ନିପାରି ନ ଥିଲା। ଶେଷରେ ସେ ଏହାର ଏକ ଅଜବ ସମାଧାନ ବାଟ ବାହାର କରିଥିଲେ।…

ଡ୍ରୋନ୍‌ ଯୋଗେ ପାକ୍‌ ଏଜେଣ୍ଟଙ୍କ ପାଖକୁ ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦ା୫: ପାକିସ୍ତାନ ସହ ସମ୍ପୃକ୍ତ ଥିବା ଆତଙ୍କବାଦୀ ଷଡ଼ଯନ୍ତ୍ର ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଶୁକ୍ରବାର ୪ ରାଜ୍ୟର ୧୨ଟି ସ୍ଥାନରେ ଚଢ଼ାଉ କରିଛି। ଭାରତର…

ଭିଡ଼ ନିୟନ୍ତ୍ରଣ ପାଇଁ ବିଭିନ୍ନ ଟ୍ରେନ୍‌ରେ ଅସ୍ଥାୟୀ ଭାବେ କୋଚ୍‌ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର, ୩୦।୫ (ବନ୍ଦନା ସେଠୀ): ଯାତ୍ରୀମାନଙ୍କୁ ଆରାମଦାୟକ ଭ୍ରମଣ ସୁବିଧା ଯୋଗାଇଦେବା ଏବଂ ବଢୁଥିବା ଯାତ୍ରୀ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରେଳପଥ ପକ୍ଷରୁ କେତେକ…

ପ୍ରଧାନମନ୍ତ୍ରୀ ଏନ୍‌ଇଇଟି ପୁନଃ ପରୀକ୍ଷା ତଦାରଖ କରୁଛନ୍ତି

ନୂଆଦିଲ୍ଲୀ,୩୦ା୫: ଡାକ୍ତରୀ ଶିକ୍ଷା ଲାଗି ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜିରେ ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ସୁପ୍ରିମକୋର୍ଟ ଉତ୍ତରଦାୟିତ୍ୱ ଉପରେ ଗୁରୁତ୍ୱ ଦେଇଛନ୍ତି। ବାସ୍ତବ ଉତ୍ତରଦାୟିତ୍ୱ ନିର୍ଦ୍ଧାରଣ ନ ହେବା…

ଆଜିଠୁ ଓଡ଼ିଶାରେ ଏସ୍‌ଆଇଆର୍‌: ସାମାନ୍ୟ ତ୍ରୁଟି ଥିଲେ…

ଭୁବନେଶ୍ୱର,୩୦।୫ (ସୁନିତ୍‌ ମିଶ୍ର): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟରେ ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌)-୨୦୨୬ ଶନିବାରଠାରୁ ଆରମ୍ଭ ହେବ। ଆସନ୍ତା ଜୁନ୍‌ ୨୮ ପର୍ଯ୍ୟନ୍ତ ବିଏଲ୍‌ଓମାନେ ଘରକୁ ଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri