କରୋନା ପାଇଁ କପିଳାସରେ କଟକଣା

ଢେଙ୍କାନାଳ ଅଫିସ, ୧୬।୩: କରୋନା ଭାଇରସ୍‌ ସଂକ୍ରମଣ ପ୍ରତିରୋଧ ଲାଗି ଢେଙ୍କାନାଳ ଜିଲା ଦେବୋତ୍ତର ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସରେ ରବିବାର ମାଇକ୍‌ ଯୋଗେ ପ୍ରଚାର କରି କଟକଣା ଲାଗୁ କରାଯାଇଛି। ପୀଠକୁ ଆସୁଥିବା ଶ୍ରଦ୍ଧାଳୁ, ସେବକଙ୍କୁ ସଚେତନ ରହିବାକୁ ପରାମର୍ଶ ଦିଆଯାଇଛି। ମନ୍ଦିର ଭିତରକୁ ଥରକେ ଅଧିକ ଲୋକ ପ୍ରବେଶ କରିପାରିବେ ନାହିଁ। ଭିତରକୁ ଆସୁଥିବା ପର୍ଯ୍ୟଟକ ମାସ୍କ ବ୍ୟବହାର କରିବା ଅପରିହାର୍ଯ୍ୟ। ସେହିପରି ସେବକମାନେ ମଧ୍ୟ ମାସ୍କ ବ୍ୟବହାର କରିବେ। ବୃଷଭକୁ ସ୍ପର୍ଶ କରିବା, ହାତରେ ପାଦୁକା ଏବଂ ପ୍ରସାଦ ନେବାକୁ ବାରଣ କରାଯାଇଛି। ଏଥିସହ ମନ୍ଦିର ପରିସରକୁ ପରିଷ୍କାର ପରିଚ୍ଛନ୍ନ ରଖିବା ଲାଗି ସଚେତନ କରାଯାଇଛି। ସମାନ କଟକଣା ଲଗାଯାଇଛି ପ୍ରାଚୀନ ଶ୍ରୀବଳରାମ ମନ୍ଦିରରେ। ଏଠାରେ ମଧ୍ୟ ଏକା ସଙ୍ଗରେ ଅଧିକ ଶ୍ରଦ୍ଧାଳୁ ଦର୍ଶନ ନ କରିବା, ଗରୁଡ଼ ସ୍ତମ୍ଭକୁ ନ ଛୁଇଁବା, ମାସ୍କ ପିନ୍ଧିବାକୁ ଦେବୋତ୍ତର ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏହି କଟକଣା ଆସନ୍ତା ୩୧ ତାରିଖ ଯାଏ ବଳବତ୍ତର ରହିବ। ଲୋକଙ୍କୁ ସଚେତନ କରିବାକୁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ହାତକୁ ନିଆଯିବ ବୋଲି ଦେବୋତ୍ତର ନିରୀକ୍ଷକ ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ ସୂଚନା ଦେଇଛନ୍ତି।
ସେହିପରି କରୋନା ଆତଙ୍କ ଯୋଗୁ ରବିବାରଠାରୁ କପିଳାସ ଚିଡ଼ିଆଖାନା ପର୍ଯ୍ୟଟକଙ୍କ ଲାଗି ବନ୍ଦ ରଖାଯାଇଛି। ଏହା ୩୧ ତାରିଖ ଯାଏ ବଳବତ୍ତର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ମାଈ ହାତୀର ଜୀବନ ଗଲା

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ...

ନାମାଙ୍କନପତ୍ର ଦାଖଲ କଲେ ନବକୁମାର, ସରୋଜ

ବୌଦ୍ଧ,୨ା୫(ଅଜିତ କୁମାର ବାରିକ): ବୌଦ୍ଧ କଂଗ୍ରେସ ପକ୍ଷରୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ସରୋଜ ପ୍ରଧାନ ଏବଂ ବୌଦ୍ଧ କଂଗ୍ରେସ ପ୍ରାର୍ଥୀ ନବକୁମାର...

ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ

ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ...

ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କଟକ,୨।୫(କାର୍ତ୍ତିକ ସାହୁ): ଚାଉଳିଆଗଞ୍ଜ ଦୁର୍ଗାମଣ୍ଡପ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି,...

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍‌ବ ଯାତ୍ରୀ

ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ...

ତାଣ୍ଡବ ରଚିଲା କାଳ ବୈଶାଖୀ: ଉପୁଡିଲା ଗଛ, ଘର କାନ୍ଥ ପଡି ୩ ଗୁରୁତର

ପାଟଣା,୨।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଏବଂ ଏହାର ଆଖପାଖ ଅଞ୍ଚଳରେ କାଳ ବୈଶାଖୀ ତାଣ୍ଡବ ରଚିଛି। କାଳ ବୈଶାଖୀ ପ୍ରଭାବରେ ପ୍ରବଳ...

ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ

ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri