କରୋନା ପାଇଁ ଖୋଲିଲା ସ୍ବତନ୍ତ୍ର ୱାର୍ଡ଼

ବାରିପଦା ଅଫିସ,୧୪ା୩: କରୋନା ଭାଇରସ୍‌ ଯେଭଳି ନ ବ୍ୟାପିବ ସେଥିଲାଗି ବିଭିନ୍ନ ସ୍ତରରେ ସଚେତନତା ସୃଷ୍ଟି କରାଯାଉଛି । ଏହି ରୋଗ ବିଶ୍ୱବ୍ୟାପୀ ଆତଙ୍କ ଖେଳାଇଥିବାରୁ ଏ ଦିଗରେ ସଚେତନା ସୃଷ୍ଟି ଲାଗି ,ଠାକାର ପ୍ରଶାସନ ତତ୍ପର ହୋଇ ଉଠିଛି। ଏହି ପରିପ୍ରେକ୍ଷୀରେ ବାରିପଦା ପିଆରଏମ୍‌ ମେଡ଼ିକାଲ୍‌ରେ କରୋନା ରୋଗୀଙ୍କ ପାଇଁ ଖୋଲା ଯାଇଛି ସ୍ବତନ୍ତ୍ର ଆଇସୋଲେସନ ୱାର୍ଡ଼, ଯେଉଁଥିରେ ୬ଟି ଶଯ୍ୟା ବ୍ୟବସ୍ଥା ରହିଛି। ଯଦି କେହି ସଦିଗ୍ଧ ରୋଗୀ ଆସନ୍ତି ତାଙ୍କୁ ସେଠାରେ ରଖି ସ୍ବତନ୍ତ୍ର ଭାବେ ଚିକିତ୍ସା କରାଯାଇପାରିବ । ମାସ୍କ, କ୍ଲୋଭସ୍‌ , ସାନିଟାଇଜର, ପିପିୟୁ ଯଥେଷ୍ଟ ମହଜୁଦ୍‌ ରଖାଯାଇଛି ବୋଲି ପିଆରଏମ୍‌ ମେଡ଼ିକାଲ୍‌ ପକ୍ଷରୁ ଏଠାରେ ସୂଚନା ଦିଆଯାଇଛି।
ଅନ୍ୟପକ୍ଷେ ଜିଲା ପ୍ରଶାସନ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରି ଦେଇଛନ୍ତିି। ସେହଭିଳି ଜିଲାରେ ଥିବା ସମସ୍ତ ଜିମ୍‌, ସିନେମା ହଲ୍‌ ଓ ସୁଇମିଂ ପୁଲ୍‌କୁ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛିି। ବାହାଘର ଭୋଜି, ସାମାଜିକ କାର୍ଯ୍ୟକ୍ରମ, ଧାର୍ମିକ ଉତ୍ସବ, ସେମିନାର, ଓ୍ବାର୍କଶପ୍‌ ଉପରେ ମଧ୍ୟ କଟକଣା ଜାରି କରାଯାଇଛିି। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସୋମବାରରେ ହେବାକୁ ଥିବା ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରକୁ ବାତିଲ କରାଯାଇଛି। ଯେଉଁମାନେ ରାଜ୍ୟ ବାହାରକୁ ଯାଇଥିଲେ ଯଦି ସ୍ବାସ୍ଥ୍ୟବସ୍ଥାରେ ସେମାନଙ୍କଠାରେ କୌଣସି ଥଣ୍ଡା ରୋଗ ଜନିତ ଲକ୍ଷଣ ଦେଖା ଦେଉଛି ତାହା ହେଲେ ସେମାନେ ଭୟଭୀତ ନ ହୋଇ ସ୍ବ ଇଚ୍ଛାରେ ମେଡ଼ିକାଲ୍‌କୁ ଆସି ଚିକିତ୍ସିତ ହେବା ଲାଗି ପରାମର୍ଶ ଦିଆଯାଇଛି। ଜିଲା ପ୍ରଶାସନ ପକ୍ଷରୁ ନିୟନ୍ତ୍ରଣ କକ୍ଷ ଫୋନ୍‌ ନମ୍ବର ୯୪୩୯୯୯୭୯୩୩ ଓ ୦୬୭୯୨ ୨୫୨୭୦୨ ସହ ଯୋଗାଯୋଗ କରିବା ପାଇଁ ବାରିପଦା ମେଡ଼ିକାଲ୍‌ ପକ୍ଷରୁ ମଧ୍ୟ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଇରାନ ଉପରେ ଏମିତି ଆକ୍ରମଣ କରାଯିବ, ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏମିତି ବିନାଶ ଦେଖାଯାଇ ନଥିବ’: ଟ୍ରମ୍ପ

ଓ୍ବାଶିଂଟନ,୨।୮: ମଧ୍ୟପ୍ରାଚ୍ୟରେ ଶାନ୍ତି ପୁନରୁଦ୍ଧାର ପାଇଁ ଆଶା ପୁଣି ଥରେ ବଢ଼ିବାରେ ଲାଗିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସୋସିଆଲ ମିଡିଆ ପୋଷ୍ଟରେ ଦାବି କରିଛନ୍ତି…

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବାର୍ତ୍ତା, କହିଲେ-‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବପିଢ଼ି ଜରୁରୀ’

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ନିଶାମୁକ୍ତ ଯୁବପିଢ଼ି ପାଇଁ ବିକଶିତ ଭାରତ ସଂକଳ୍ପ ଅଭିଯାନ’ – ନିଶାଦ୍ରବ୍ୟ ଅପବ୍ୟବହାର ବିରୁଦ୍ଧରେ ଏକ ସ୍ବତନ୍ତ୍ର ୧୦୦ ସପ୍ତାହ ଅଭିଯାନ…

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ତତ୍କାଳୀନ DFO ସଂଗ୍ରାମ କେଶରୀ ବେହେରା ନିଲମ୍ବିତ

ଭୁବନେଶ୍ୱର,୨।୮: ୨୦୨୧ ମସିହାରେ ପାରଳାଖେମୁଣ୍ଡିରେ ଘଟିଥିବା ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ତତ୍କାଳୀନ DFO ତଥା…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri