କରୋନା ପାଇଁ ବୋନସ୍‌

ନ୍ୟୁୟର୍କ: କରୋନାରୁ ରକ୍ଷାପାଇବା ପାଇଁ ଘରେ କାମ କଲେ ମିଳିବ ବୋନସ୍‌ । ବିଭିନ୍ନ ଦେଶରେ ଏବେ କେତେକ କମ୍ପାନୀ ଏପରି ଅଫର ଦେଉଛନ୍ତି। ଏବେ ଏମିତି ଏକ ଅଫର ଦେଇଛି ଫେସ୍‌ବୁକ୍‌ । ଘରେ କାମ କରିବାରେ ଯେଉଁ କର୍ମଚାରୀମାନେ ସାହାଯ୍ୟ କରିବେ ସେମାନଙ୍କୁ ଫେସବୁକ୍‌ ୭୪ହଜାର ଟଙ୍କାର ବୋନସ୍‌ ଦେବା ପାଇଁ ଘୋଷଣା କରିଛ। ସିଏନ୍‌ବିସିର ରିପୋର୍ଟ ଅନୁସାରେ କମ୍ପାନୀର ସିଇଓ ମାର୍କ ଜୁକର୍‌ବର୍ଗ ତାଙ୍କର ଜଣେ କର୍ମଚାରୀଙ୍କୁ ପଠାଇଥିବା ଏକ ଇ-ମେଲ୍‌ରୁ ଏହା ଜଣାପଡ଼ିଛି । ଫେସ୍‌ବୁକରେ ଏବେ ପ୍ରାୟ ୪୫ହଜାର ଫୁଲ୍‌ଟାଇମ୍‌ ଷ୍ଟାଫ୍‌ ଅଛନ୍ତି ।
ଏହା ବ୍ୟତୀତ ହଜାର ହଜାର ସଂଖ୍ୟାରେ ଚୁକ୍ତିଭିତ୍ତିକ କର୍ମଚାରୀ ମଧ୍ୟ କାର୍ଯ୍ୟ କରୁଛନ୍ତି। ତେବେ ସେମାନଙ୍କୁ ବୋନସ୍‌ ମିଳିବ କି ନାହିଁ ସେସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିନାହିଁ । ଫେସବୁକ୍‌ ଭଳି କରୋନା ପାଇଁ ୱାର୍କ ଡେ ନାମକ ସଫ୍ଟୱେର କମ୍ପାନୀ ବି ତା’ର କର୍ମଚାରୀମାନଙ୍କୁ ଦୁଇ ସପ୍ତାହର ଅତିରିକ୍ତ ଦରମା ବୋନସ୍‌ ଆକାରରେ ଦେବାକୁ ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କୁ ପ୍ରଶଂସାରେ ପୋତିଲେ ପାକିସ୍ତାନର ପୂର୍ବତନ ମନ୍ତ୍ରୀ, ଶେୟାର କଲେ ଏଭଳି ଭିଡିଓ

ନୂଆଦିଲ୍ଲୀ,୨।୫: ଦେଶରେ ଲୋକ ସଭା ନିର୍ବାଚନ ୨୦୨୪କୁ ନେଇ ରାଜନୈତିକ ଉଷ୍ମତା ମଧ୍ୟରେ ପାକିସ୍ତାନର ଜଣେ ପୂର୍ବତନ ମନ୍ତ୍ରୀ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ପ୍ରଶଂସା...

ଇସ୍ରାଏଲ୍‌କୁ ଝଟ୍‌କା ଦେଲା ଭାରତ: ପାଲେଷ୍ଟାଇନ୍‌କୁ ଖୋଲାଖୋଲି ସମର୍ଥନ

ନ୍ୟୁୟର୍କ,୨।୫: ଇସ୍ରାଏଲ ଏବଂ ପାଲେଷ୍ଟାଇନକୁ ନେଇ ନିଜର ଅଭିବ୍ୟକ୍ତି ପ୍ରକାଶ କରିଛି ଭାରତ। ଇସ୍ରାଏଲ ପାଇଁ ଏକ ଝଟକା ବୋଲି ଦେଖାଯାଉଛି। ମିଳିତ ଜାତିସଂଘରେ ଇସ୍ରାଏଲ...

ବଞ୍ଚିଛନ୍ତି ଗୋଲଡି ବ୍ରାର, ଆମେରିକା ପୋଲିସ କହିଛି ମିଡିଆରେ ଦିଆଯାଇଥିବା ଖବର ମିଥ୍ୟା

ଚଣ୍ଡିଗଡ଼/ଓ୍ବାଶିଂଟନ, ୨।୫: ପଞ୍ଜାବର ଗ୍ୟାଙ୍ଗଷ୍ଟର ଗୋଲଡି ବ୍ରାର ଜୀବନ୍ତ। ତାଙ୍କ ମୃତ୍ୟୁ ଖବର ବୁଧବାର ଗଣମାଧ୍ୟମରେ ଆସିଛି। ପରବର୍ତ୍ତୀ ସମୟରେ, କାଲିଫର୍ନିଆର ଫ୍ରେସ୍ନୋ ପୋଲିସ ବିଭାଗ...

ମ୍ୟାନମାରରେ ଫସିଛନ୍ତି ୧୫୦୦ରୁ ଅଧିକ ହିନ୍ଦୁ, ଖାଦ୍ୟ ପାଇଁ ଡହଳ ବିକଳ

ରଖାଇନ,୨।୫: ମ୍ୟାନମାରର ରଖାଇନ ପ୍ରଦେଶର ବୁଟିଡାଙ୍ଗ ସହରରେ ଏକ ଭୟଙ୍କର ଯୁଦ୍ଧ ଆରମ୍ଭ ହୋଇଛି। ସେନା ଏବଂ ବିଦ୍ରୋହୀମାନଙ୍କ ମଧ୍ୟରେ ଲଢେଇ ହେତୁ ହିନ୍ଦୁ ତଥା...

ୟୁକ୍ରେନ ବିରୋଧରେ ରାସାୟନିକ ଅସ୍ତ୍ର ବ୍ୟବହାର କରୁଛି ରୁଷିଆ: ଆମେରିକା ବିଦେଶ ବିଭାଗର ଅଭିଯୋଗ

ଓ୍ବାଶିଂଟନ,୨।୫: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏହି ସମୟରେ ବୁଧବାର ଆମେରିକା ରୁଷିକୁ ୟୁକ୍ରେନ ବିରୋଧରେ ଆନ୍ତର୍ଜାତୀୟ ରାସାୟନିକ ଅସ୍ତ୍ର ପ୍ରତିବନ୍ଧକ...

ଶାଶୁଘରେ ନିର୍ଯାତିତା ଝିଅଙ୍କୁ ଛାଡ଼ପତ୍ର ହେବା ପରେ ବାଜା ବଜାଇ ଘରକୁ ପାଛୋଟି ନେଲେ ବାପା, ଲୋକେ କହୁଛନ୍ତି ‘ବାପା ହେବ ତ ଏମିତି’

କାନପୁର: ଆଜିର ସମାଜରେ ନାରୀଟିଏ ଯେତେ ଆତ୍ମନିର୍ଭରଶୀଳ ହେଲେ ବି ଯୌତୁକ ପ୍ରଥାରୁ ନିଜକୁ ମୁକାଳି ପାରୁନାହିଁ। ଅନେକ କ୍ଷେତ୍ରରେ ଝିଅଟିଏ ମରିମରି ବଞ୍ଚିବା ଲାଗି...

ପାକିସ୍ତାନରେ ଅଟା କେଜି ୮୦୦ ଟଙ୍କା, ରୁଟି ୨୫ ଟଙ୍କା, ଜାଣନ୍ତୁ କାହିଁକି ସବୁ ଏତେ ମହଙ୍ଗା

ନୂଆଦିଲ୍ଲୀ,୧ା୫: ପଡୋଶୀ ଦେଶ ପାକିସ୍ତାନରେ ଖାଦ୍ୟ ସାମଗ୍ରୀ ସହିତ ବିଭିନ୍ନ ଜିନିଷର ଦାମ୍ ଆକାଶ ଛୁଆଁ ରହିଛି।ଯାହାକୁ ନେଇ ଲୋକମାନେ ସରକାରଙ୍କ ବିରୋଧରେ ଖୋଲାଖୋଲି ଭାବେ...

୭୦ ବର୍ଷୀୟଙ୍କ ‘ଜୀବନସାଥୀ’ ବିଜ୍ଞାପନ

ୱାଶିଂଟନ୍‌: ମଣିଷର ବୟସ ବଢିବା ସହ ଏକାନ୍ତପଣ ମଧ୍ୟ ବଢ଼ିଥାଏ। ଏହି ସମୟରେ ଯଦି ନିଜ ପରିବାର ପାଖରେ ନଥାଏ, ତେବେ ଏକାନ୍ତପଣକୁ ସାମ୍‌ନା କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri