କରୋନା ପାଇଁ ମକ୍‌ଡ୍ରିଲ୍‌

ଭୁବନେଶ୍ୱର,୧।୨(ବ୍ୟୁରୋ): ନଭେଲ୍‌ କରୋନା ଭୂତାଣୁର ସମ୍ଭାବ୍ୟ ସଂକ୍ରମଣ ମୁକାବିଲା ଲାଗି ଶୁକ୍ରବାର ଏକ ମକ୍‌ଡ୍ରିଲ୍‌ ଆୟୋଜିତ ହୋଇଯାଇଛି। ଡିଏମ୍‌ଇଟି ପ୍ରଫେସର ଡା. ସିବିକେ ମହାନ୍ତି, ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ଅଜିତ୍‌ କୁମାର ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଡା. ଧନଞ୍ଜୟ ଦାସଙ୍କ ନେତୃତ୍ୱରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରଠାରେ ଏହି ମକ୍‌ଡ୍ରିଲ୍‌ ଅନୁଷ୍ଠିତ ହୋଇଥିଲା। ଏଥିରେ ସରକାରୀ ଗାଇଡ୍‌ଲାଇନ୍‌ର ତ୍ୱରିତ ପଦକ୍ଷେପ ଅନୁସାରେ ପ୍ରଥମେ ଡାକ୍ତର ସମ୍ଭାବ୍ୟ ସଂକ୍ରମଣ ଲକ୍ଷଣ ଥିବା ରୋଗୀଙ୍କୁ ଚିହ୍ନଟ କରିବା ପରେ ସଂକ୍ରମଣ ପ୍ରତିରୋଧ ବ୍ୟବସ୍ଥା ଅନୁସାରେ ଆମ୍ବୁଲାନ୍ସରେ ଅଣାଯାଇ କ୍ୟାପିଟାଲ୍‌ ହସ୍‌ପିଟାଲ୍‌ ଆଇସୋଲେଶନ୍‌ ୱାର୍ଡରେ ପହଞ୍ଚା ଯାଇଥିଲା। ଏହାପରେ ଡାକ୍ତରୀ ପରୀକ୍ଷା କରାଯାଇ ସ୍ବାବ୍‌ ଓ ରକ୍ତ ନମୁନା ସଂଗ୍ରହ କରାଯାଇଥିଲା।
ଅନ୍ୟପଟେ ଜାନୁୟାରୀ ୧୫ ପରେ କରୋନା ସଂକ୍ରମିତ ଦେଶରୁ ଓଡ଼ିଶା ଫେରିଥିବା ୪ଜଣଙ୍କୁ ହୋମ୍‌ ଆଇସୋଲେଶନ୍‌ରେ ରଖାଯିବା ସହ ଶୁକ୍ରବାର ସେମାନଙ୍କ ସ୍ବାବ୍‌ ଓ ରକ୍ତ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପୁଣେସ୍ଥିତ ନ୍ୟାଶନାଲ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଭାଇରୋଲୋଜି (ଏନ୍‌ଆଇଭି)କୁ ପଠାଯାଇଛି। ସ୍ବାସ୍ଥ୍ୟ ବିଭାଗର ଏକ ସର୍ଭେଲାନ୍ସ ଟିମ୍‌ ଏହି ଆଇସୋଲେଟେଡ୍‌ ବ୍ୟକ୍ତିମାନଙ୍କ ସହ ନିୟମିତ ଯୋଗାଯୋଗରେ ଅଛନ୍ତି। ଆଗାମୀ ୧୪ ଦିନ ପର୍ଯ୍ୟନ୍ତ ସେମାନେ ନିରୀକ୍ଷଣ ମଧ୍ୟରେ ରହିବେ। ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜନସ୍ବାସ୍ଥ୍ୟ ସ୍ବତନ୍ତ୍ର ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ଟାସ୍କଫୋର୍ସ ଗଠନ କରାଯାଇଛି। ଏହି ଟାସ୍କଫୋର୍ସ କରୋନା ସଂକ୍ରମଣ ପ୍ରତିରୋଧ ଦିଗରେ ତୀକ୍ଷ୍‌ଣ ନଜର ରଖିବା ସହ ପରିସ୍ଥିତି ଅନୁଯାୟୀ ପଦକ୍ଷେପ ଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri