ଗଞ୍ଜାମ,୨୫।୩(ଡି.ଏନ୍.ଏ.): କରୋନା ପାଇଁ ସବୁଠି ହାହାକାର। ଭୟରେ ଲୋକେ ଘରୁ ବାହାରୁ ନାହାନ୍ତି। ଏଥିପାଇଁ ସରକାର ଓ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ କଟକଣା ଜାରି କରାଯାଇଛି। ସହରର ବିଭିନ୍ନ ଦୋକାନ ବଜାର ବନ୍ଦ ରହିଛି। କେବଳ ଖାଉଟି ତଥା ରାଶନ, ପରିବା, ମାଛ ମାଂସ ଦୋକାନ ଖୋଲାରହିଛି। କିନ୍ତୁ ସରକାର ପୁଣି ୨୧ ଦିନ ଲକ୍ଡାଉନ ଘୋଷଣା କରିବା ପରେ କିଛି ଅସାଧୁ ବ୍ୟବସାୟୀ ଖାଉଟି ସାମଗ୍ରୀର ମୂଲ୍ୟ ରାତାରାତି ବଢ଼ାଇ ଦେଇଥିବା ଜଣାପଡ଼ିଛି । ଆଳୁ କିଲୋ ୨୦ରୁ ୨୨ ଓ ବସ୍ତା ପିଛା ୯୫୦ରୁ ୧୦୫୦ରେ ବିକ୍ରି କରାଯାଉଛି। ଏଥିସହ ଅତ୍ୟାବଶ୍ୟକ ସାମଗ୍ରୀ ତଥା ଖାଇବା ତେଲ ଲିଟର ପିଛା ୫ରୁ ୮ ଟଙ୍କା ବଢ଼ିଥିବା ଲୋକେ ଅଭିଯୋଗ କରୁଛନ୍ତି। ତେଣୁ ପ୍ରଶାସନ ଏ ଦିଗ ପ୍ରତି ଦୃଷ୍ଟି ଦେବା ପାଇଁ ଜନସାଧାରଣ ଦାବି କରିଛନ୍ତି। ଏ ନେଇ ବିଡିଓ ଜ୍ୟୋତିଶଙ୍କର ରାୟ କୁହନ୍ତି, ଅଭିଯୋଗ ପାଇଛି ଓ ଛତ୍ରପୁର ଉପଜିଲାପାଳଙ୍କୁ ଅବଗତ କରାଯାଇଛି। ଖୁବ୍ଶୀଘ୍ର ଉକ୍ତ ଦୋକାନ ଉପରେ ଚଢ଼ାଉ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
Posted inଆମ ଜିଲା ଖବର, ଗଞ୍ଜାମ View All
ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ
ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍…
ଗୋ’ ମାଫିଆଙ୍କ ଘରେ ରେଡ୍: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର
ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…
ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ
ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…
ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୬ ଘଣ୍ଟା ଜାତୀୟ ରାଜପଥ…
ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…
ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍
ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…
ରେଳବାଇର ଅଣଦେଖା: ଉପଭୋକ୍ତା ସଂଘର ଆନ୍ଦୋଳନ ଚେତାବନୀ
ବରଗଡ଼,୬ା୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଓ ବଲାଙ୍ଗୀର ଜିଲା ରେଳ ଉପଭୋକ୍ତା ସଂଘର ମିଳିତ କାର୍ଯ୍ୟାନୁଷ୍ଠାନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାଋ ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ସଭାକକ୍ଷରେ…
ଏହି ଜିଲାରୁ ପୁରାତନ ମଧ୍ୟପ୍ରସ୍ତର ଯୁଗୀୟ ମାନବ ସଭ୍ୟତା ଠାବ
ସୁନ୍ଦରଗଡ, ୭ା୪(ଜୟ ନାରାୟଣ ମେଣ୍ଡୁଳି):ଓଡ଼ିଶାର ଦେବଗଡ଼ ଜିଲାରୁ ପ୍ରଥମ ପୁରାତନ ମଧ୍ୟ ପ୍ରସ୍ତର ଯୁଗୀୟ ମାନବ ସଭ୍ୟତାର (ପାଲେଓଲିଥିକ) ସନ୍ଧାନ ମିଳିଛି। ସୁନ୍ଦରଗଡ଼ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ…
୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ
ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…
Archives

