କରୋନା ପ୍ରଭାବ: ୫୦ କର୍ମଚାରୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବ ରିଜର୍ଭ ବ୍ୟାଙ୍କ

ନୂଆଦିଲ୍ଲୀ,୨୭।୩: ଦେଶରେ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। ଦିନକୁ ଦିନ କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଭାରତରେ କରୋନା ଭାଇରସ୍‌ରେ ଏପର୍ଯ୍ୟନ୍ତ ସଂକ୍ରମିତଙ୍କ ସଂଖ୍ୟା ୭୦୦ରୁ ଊର୍ଦ୍ଧ୍ୱ ହୋଇଥିବା ବେଳେ ଏଥିରେ ୧୬ଜଣଙ୍କ ମୃତ୍ୟୁ ହୋଇସାରିଛି। କରୋନାକୁ ନେଇ ଏବେ ସାରା ଦେଶ ଚିନ୍ତିତ ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛି। ସତର୍କତା ଦୃଷ୍ଟିରୁ ନିଜର ୫୦ଜଣ କର୍ମଚାରୀଙ୍କୁ ଆର୍‌ବିଆଇ କ୍ୱାରାଣ୍ଟାଇନ୍‌ରେ ରଖିବ। ଏନେଇ ଆର୍‌ବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ଘୋଷଣା କରିଛନ୍ତି। ସେକହିଛନ୍ତି, କରୋନାକୁ ନେଇ ଆମେ ଗମ୍ଭୀର ଅଛୁ ଯେପରି କୌଣସି ପ୍ରକାରର ବିପଦ ନ ଘଟେ ସେଥିପ୍ରତି ଆମେ ସଜାଗ ରହିଛୁ। ତେଣୁ ସତର୍କତା ଅବଲମ୍ବନ କରି ୫୦ଜଣ କର୍ମଚାରୀଙ୍କୁ ଅଫିସ୍‌ରେ କ୍ୱାରାଣ୍ଟାଇନ୍‌ରେ ରଖାଯିବ। ଏହି ସମୟରେ ସେମାନେ ନିଜ ପରିବାର କିମ୍ବା କୌଣସି ବାହାର ବ୍ୟକ୍ତିଙ୍କୁ ଭେଟିପାରିବେ ନାହିଁ। କାରଣ ଆର୍‌ବିଆଇର ଯଦି ଜଣେ ବ୍ୟକ୍ତି ସଂକ୍ରମିତ ହୁଅନ୍ତି ତେବେ ସମସ୍ତ କର୍ମଚାରୀଙ୍କୁ ଯାଞ୍ଚ କରାଯାଇ ଆଇସୋଲେଶନ୍‌ରେ ରଖାଯିବ। ଏହାପରେ ଦେଶରେ ସମସ୍ତ ବ୍ୟାଙ୍କ ସମ୍ବନ୍ଧୀୟ କାର୍ଯ୍ୟରେ ବାଧାସୃଷ୍ଟି ହେବ। ତେବେ ବ୍ୟାଙ୍କ କାର୍ଯ୍ୟ ପ୍ରଭାବିତ ନ ହେବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି ଶକ୍ତିକାନ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri