କରୋନା ବଦଳାଇ ଦେଲା ବେଉସା: କବାଡ଼ି ବ୍ୟବସାୟୀ ବିକିଲେ ପରିବା

ରସୁଲପୁର,୯।୪(ଡିଏନଏ)- କରୋନା ପ୍ରଭାବରେ ସବୁକିଛି ଠପ୍‌ ହୋଇଯାଇଛି। ଛୋଟମୋଟ ବ୍ୟବସାୟରୁ ଆରମ୍ଭ କରି ବଡ଼ବଡ଼ ଶିଳ୍ପସଂସ୍ଥାରେ ତାଲା ଝୁଲୁଛି। ଏହାଦ୍ୱାରା ଅଧିକ ପ୍ରଭାବିତ ହୋଇଛନ୍ତି ଦିନ ମଜୁରିଆ ତଥା କ୍ଷୁଦ୍ର ବ୍ୟବସାୟୀମାନେ। ପରିବାର କେମିତି ଚଳିବ, ଅର୍ଥ କେଉଁଠୁ ଆସିବ ସେହି ଚିନ୍ତା ଘାରିଛି। କରୋନା ପାଇଁ ଲକ୍‌ଡାଉନ ସମୟରେ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନକୁ ଛାଡ଼ିଦେଲେ ଅନ୍ୟ କୌଣସି ଦୋକାନ ଖୋଲାଯାଇ ପାରିବ ନାହିଁ ବୋଲି ନିଷ୍ପତ୍ତି ନିଆଯାଇ ଥିବାରୁ ଅନେକ କ୍ଷୁଦ୍ର ବ୍ୟବସାୟୀ ଅନ୍ୟ ଉପାୟ ନ ପାଇ ବେଉସା ବଦଳାଇବାକୁ ବାଧ୍ୟ ହୋଇଛନ୍ତି। ଏହିକ୍ରମରେ ଜଣେ କବାଡ଼ିଆ ବ୍ୟବସାୟୀ ଏବେ ପରିବା ବ୍ୟବସାୟୀ ସାଜିଥିବା ଦେଖିବାକୁ ମିଳିଛି।
ଗୁରୁବାର ରାଜ୍ୟ ସରକାର ଲକ୍‌ଡାଉନ ଅବଧି ଏପ୍ରିଲ ୧୪ରୁ ୩୦କୁ ବୃଦ୍ଧି କରିଛନ୍ତି। କ୍ଷୁଦ୍ର ବ୍ୟବସାୟୀମାନେ ରୋଜଗାରଶୂନ୍ୟ ହୋଇପଡ଼ିବାରୁ ପରିବାର ପ୍ରତିପୋଷଣର ବୋଝ ବଢିଯାଇଛି। ଫଳରେ ଯାଜପୁର ଜିଲା ରସୁଲପୁର ବ୍ଲକ ଅଞ୍ଚଳର ଅନାମ ସାହୁ (୩୫) ନାମକ ଜଣେ କବାଡ଼ିଆ ବ୍ୟବସାୟୀ ଏବେ ପରିବା ବ୍ୟବସାୟ କରିବାକୁ ସ୍ଥିର କରିଛନ୍ତି। ତାଙ୍କ ମତରେ ଏବେ ଲକଡାଉନ ଯୋଗୁ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି ପାଇଁ ଅନୁମତି ମିଳୁଛି। ଅନାମ ଦିନେ ସାଇକେଲରେ ଭଙ୍ଗା ଲୁହା, ଟିଣା, କାଚ, ପ୍ଲାଷ୍ଟିକ ସାମଗ୍ରୀ ଧରି ଗାଁରୁ ଗାଁକୁ ବୁଲୁଥିବାବେଳେ ଏବେ ସଞ୍ଚୟ କରିଥିବା ସ୍ବଳ୍ପ ଅର୍ଥରେ ପରିବା ବ୍ୟବସାୟ ଆରମ୍ଭ କରିଛନ୍ତି। କରୋନା ଯୋଗୁ କାମଧନ୍ଦା ବନ୍ଦ ହୋଇଯିବା ପରେ ପରିବାରକୁ ଦୁଇଓଳି ଦୁଇମୁଠା ଖାଇବାକୁ ଦେବା କଷ୍ଟକର ହୋଇପଡିଛି। ପରିବା ବେପାର ଛଡ଼ା ଆଉ ଅନ୍ୟ ବାଟ ନାହିଁ। ଏହି ବ୍ୟବସାୟ ଜରିଆରେ ପରିବାରର ଆର୍ଥତ୍କ ସମସ୍ୟା ଆଂଶିକ ଦୂର ହୋଇଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ…

‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri