କରୋନା ବୀରଙ୍କୁ ଧନ୍ୟବାଦ ଜଣାଇଲେ ନେତା, ଅଫିସର

ଭୁବନେଶ୍ୱର,୨୩।୩(ବ୍ୟୁରୋ): ବିଶ୍ୱରେ ଦେଖାଦେଇଥିବା ମହାମାରୀ କରୋନା ରୋଗର ମୁକାବିଲା ପାଇଁ ସବୁଆଡେ ସଚେତନତା ଦେଖିବାକୁ ମିଳିଛି। ସରକାରଙ୍କ ନିର୍ଦ୍ଦେଶକୁ ସାଧାରଣ ଲୋକମାନଙ୍କ ସମ୍ପୂର୍ଣ୍ଣ ସମର୍ଥନ ମିଳୁଛି। କରୋନା ବିପକ୍ଷରେ ଲଢୁଥିବା ବୀରମାନେ ଅର୍ଥାତ୍‌ ଜରୁରୀ ସେବାରେ ନିୟୋଜିତ ବ୍ୟକ୍ତିମାନଙ୍କୁ ମଧ୍ୟ ପୂରା ଦେଶ ରବିବାର ଅପରାହ୍ନ ୫ଟା ସମୟରେ ଅଭିବାଦନ ଜଣାଇଛି। ଅତ୍ୟାବଶ୍ୟକ ସେବା ଯୋଗାଉଥିବା ଡାକ୍ତର, ନର୍ସ, ପୋଲିସ, ସଫେଇ କର୍ମଚାରୀ ଏବଂ ଗଣମାଧ୍ୟମ ପ୍ରତିନିଧିଙ୍କ ଉଦ୍ଦେଶ୍ୟରେ ୫ମିନିଟ ଘଣ୍ଟି, ଥାଳି, ତାଳି, ଶଙ୍ଖ ବଜାଇ ଧନ୍ୟବାଦ ଜଣାଇଛନ୍ତି। ନବୀନ ନିବାସ ଛାତ ଉପରେ ଠିଆ ହୋଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଳି ମାରି ଧନ୍ୟବାଦ ଜଣାଇଥିଲେ। ଏହାସହ ସେ ବେଲଣା ବାଡ଼ିରେ ଥାଳି ବାଡ଼ଉଥିବା ଦେଖିବାକୁ ମିଳିଥିଲା। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ୫-ଟି ସଚିବ ଭି.କେ. ପାଣ୍ଡିଆନ, ଉନ୍ନୟନ କମିଶନର ସୁରେଶ ମହାପାତ୍ର, କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ସୁବ୍ରତ ବାଗ୍‌ଚୀ, ଓଡ଼ିଶା ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ପ୍ରମୁଖ ଲୋକସେବା ଭବନ ପ୍ରବେଶ ଦ୍ୱାରଠାରେ ଠିଆହୋଇ ତାଳି ସାଙ୍ଗକୁ ଘଣ୍ଟି ବଜାଇଥିଲେ। ସେହିପରି ଅନ୍ୟ ମନ୍ତ୍ରୀ, ବିଧାୟକମାନେ ମଧ୍ୟ ନିଜ ନିଜ ବାସଭବନରେ ତାଳି, ଘଣ୍ଟି ଏବଂ ଶଙ୍ଖ ବଜାଇ ଧନ୍ୟବାଦ ଜଣାଉଥିବାର ଦେଖିବାକୁ ମିଳିଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ପରିବାର ସହ ଏକାଠି ତାଳି ଓ ଘଣ୍ଟି ବଜାଇଥିଲେ। ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ମଧ୍ୟ ଘଣ୍ଟି ବଜାଇ ଧନ୍ୟବାଦ ଜ୍ଞାପନ କରିଛନ୍ତି। ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା ମଧ୍ୟ ନିଜ ଝିଅ ସହ ଏକ ବ୍ୟାନର ଧରି ଜରୁରୀ ସେବା ଯୋଗାଉଥିବା ଡାକ୍ତର, ପୋଲିସ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସାଧାରଣ ଲୋକମାନଙ୍କୁ ମଧ୍ୟ ସବୁ ସ୍ଥାନରେ ଘଣ୍ଟ ବାଡ଼ଉଥିବାର ଦେଖିବାକୁ ମିଳିଛି। ନିଜ ନିଜର ଘର ଛାତ ଉପରେ, ବାଲକୋନୀ ଏବଂ ଘର ଦୁଆର ମୁହଁରେ ଠିଆହୋଇ ଲୋକମାନେ ତାଳି, ଘଣ୍ଟି, ବାସନକୁସନ ସହ ଘଣ୍ଟି, ଘଣ୍ଟ ବଜାଇବା ସହ ଶଙ୍ଖ ଫୁଙ୍କି ଜରୁରୀ ସେବାରେ ନିୟୋଜିତ ବ୍ୟକ୍ତିମାନଙ୍କୁ ସମ୍ମାନ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri