କରୋନା ଭାଇରସ: ଘରେ ରହିବାକୁ ସମସ୍ତଙ୍କୁ ଅନୁରୋଧ କଲେ ବିଶ୍ୱର ସବୁଠାରୁ ଗେଡା ମହିଳା

ନାଗପୁର,୧୪।୪: କରୋନା ଭାଇରସକୁ ରୋକିବାକୁ ଏବେ ସାରା ଦେଶରେ ମେ’୩ ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରାଯାଇଛି। ତେଣୁ ଏହି ସମୟରେ ବାହାରେ ନ ବୁଲି ଘରେ ରହିବାକୁ ସମସ୍ତଙ୍କୁ ଅନୁରୋଧ କରିଛନ୍ତି ବିଶ୍ୱର ସବୁଠାରୁ ଗେଡା ମହିଳା ଜ୍ୟୋତି ଆମଜେ। ପିଙ୍କ୍‌ କଲର ଟପ୍‌, ବ୍ଲାକ ବୁଟ୍‌ ସହ ମୁହଁରେ ମାସ୍କ ପିନ୍ଧିଥିବା ୬୨.୮ ସେଣ୍ଟିମିଟରର ମହିଳା ଜ୍ୟୋତି ସୋମବାର ମହାରାଷ୍ଟ୍ରରେ ଏକ ପୋଲିସ ଗାଡିର ବନେଟ ଉପରେ ଠିଆ ହୋଇ ମାଇକ୍‌ ଧରି ଲୋକଙ୍କୁ ଘରୁ ବାହାରକୁ ନ ବାହାରିବାକୁ ଅନୁରୋଧ କରୁଥିବା ଦେଖାଯାଇଛି। ଘରୁ ନ ବାହାରିଲେ ହିଁ ଆମେ କୋଭିଡ-୧୯କୁ ହରାଇପାରିବା ବୋଲି ସେ କହୁଥିବା ଦେଖାଯାଇଛି। ଜ୍ୟୋତିଙ୍କ ଏହି ଜନହିତକର ବାର୍ତ୍ତା ପ୍ରଚାର ସମୟରେ କେତେଜଣ ପୋଲିସ ତାଙ୍କୁ ସମର୍ଥନ କରୁଥିବା ଦେଖାଯାଇଥିଲା। ସୂଚନାଯୋଗ୍ୟ, ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢି ଚାଲିଥିବା ବେଳେ ମହାରାଷ୍ଟ୍ରରେ ଏହା ଅଣାୟତ ହେବାରେ ଲାଗିଛି। ଏବେ ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ହଜାର ଅତିକ୍ରମ କରିଥିବାରୁ ଏହା ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri