କରୋନା ଭାଇରସ: ଚିକିତ୍ସା ସମୟରେ ସହଯୋଗ କରୁ ନାହାନ୍ତି କନିକା!

ଲକ୍ଷ୍ନୌ,୨୨।୩: ବଲିଉଡ୍‌ ଗାୟିକା କନିକା କପୁରଙ୍କ ନିକଟରେ କରୋନା ପଜିଟିଭ୍‌ ମିଳିବା ପରେ ସବୁଠି ଚର୍ଚ୍ଚା ଆରମ୍ଭ ହୋଇଯାଇଥିଲା। କାରଣ ଲଣ୍ଡନରୁ ଫେରିବା ପରେ କନିକା ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଏକ ପାର୍ଟିରେ ଯୋଗ ଦେଇଥିବା ବେଳେ ସେଠାରେ ବହୁ ରାଜନେତା ଓ ଭିଭିଆଇପିଙ୍କ ସଂସ୍ପର୍ଶରେ ଆସିଥିଲେ। ଆଉ ସେ କରୋନାରେ ପୀଡିତ ଥିବା ଜଣାପଡିବା ପରେ କେତେଜଣ ରାଜନେତା ନିଜକୁ ସେଲ୍ଫ ଆଇସୋଲେଶନରେ ରଖିଦେଇଥିଲେ। ଏବେ କନିକାଙ୍କର ଲକ୍ଷ୍ନୌ ସ୍ଥିତ ସଞ୍ଜୟ ଗାନ୍ଧୀ ପୋଷ୍ଟ ଗ୍ରାଜୁଏଟ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏସ୍‌ଜିପିଜିଆଇ)ରେ ଚିକିତ୍ସା ଚାଲୁଛି। ହେଲେ ଚିକିତ୍ସା ସମୟରେ ସେ ହସ୍ପିଟାଲ ଷ୍ଟାଫଙ୍କୁ ସହଯୋଗ କରୁ ନ ଥିବା ଜଣାପଡିଛି। ଏମିତିକି ହସ୍ପିଟାଲ କର୍ତ୍ତୃପକ୍ଷ ଏହାକୁ ନେଇ ଅଭିଯୋଗ କରିଥିବା ଶୁଣିବାକୁ ମିଳିଛି। ହସ୍ପିଟାଲରେ କନିକା ଭିଆଇପି ସୁବିଧା ଖୋଜୁଥିବା କୁହାଯାଉଛି। ଅନ୍ୟପଟେ ତାଙ୍କ ଦ୍ୱାରା କରୋନା ସଂକ୍ରମଣ ଅଧିକ ହୋଇଥିବା ଅଭିଯୋଗରେ ତାଙ୍କ ନାଁରେ ଏଫ୍‌ଆଇଆର୍‌ ମଧ୍ୟ କରାଯାଇଛି। ବଲିଉଡ୍‌ର କେତେଜଣ ସେଲିବ୍ରିଟି କନିକାଙ୍କର ଏଭଳି କାର୍ଯ୍ୟକୁ ଖୁବ୍‌ ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri