Posted inଖେଳ

କରୋନା ଭାଇରସ ପ୍ରଭାବ: ରୁଦ୍ଧଦ୍ୱାରରେ ହେବ ସୁମୋ ଟୁର୍ନାମେଣ୍ଟ

ଟୋକିଓ,୧ା୩(ଏଏଫ୍‌ପି)-କରୋନା ଭାଇରସ ପାଇଁ ସତର୍କତା ମୂଳକ ପଦକ୍ଷେପ ସ୍ବରୂପ ସୁମୋ ସ୍ପ୍ରିଙ୍ଗ୍‌ ଟୁର୍ନାମେଣ୍ଟ ରୁଦ୍ଧଦ୍ୱାର ମଧ୍ୟରେ ହେବ। ଏହି ଖେଳର ପରିଚାଳନା ପରିଷଦ ରବିବାର ପ୍ରକାଶ କରିଛି। ସୁମୋ ଟୁର୍ନାମେଣ୍ଟ ମାର୍ଚ୍ଚ ୮ରୁ ୨୨ ପର୍ଯ୍ୟନ୍ତ ଓସାକାଠାରେ ଅନୁଷ୍ଠିତ ହେବ। ଏଥିରୁ ଦର୍ଶକଙ୍କୁ ବଞ୍ଚତ୍ତ କରାଯାଇଛି। କରୋନା ଭାଇରସ ସଂକ୍ରମଣରୁ ରୋକିବା ଅଭିପ୍ରାୟ ନେଇ ଏହି ନିଷ୍ପତ୍ତି ନିଆଯାଇଥିବା ଜାପାନ ସୁମୋ ଆସୋସିଏଶନ କହିଛି। ଜାପାନରେ କରୋନା ଭାଇରସରେ ୨୩୦ ସଂକ୍ରମିତ ହୋଇଥିବାବେଳେ ଇତିମଧ୍ୟରେ ୫ଜଣଙ୍କର ମୃତ୍ୟୁ ଘଟିଛି। ଜାପାନରେ ମାର୍ଚ୍ଚ ୬ ଓ ୭ରେ ଆୟୋଜକ ଦେଶ ଏବଂ ଇକ୍ୱେଡର ମଧ୍ୟରେ ଡେଭିସ୍‌ କପ୍‌ ମ୍ୟାଚ ରୁଦ୍ଧଦ୍ୱାରରେ ଖେଳାଯିବ ବୋଲି ଇଣ୍ଟରନ୍ୟାଶନାଲ ଟେନିସ ଫେଡେରେଶନ (ଆଇଟିଏଫ୍‌) ଘୋଷଣା କରିବା ପରେ ସୁମୋ କର୍ତ୍ତୃପକ୍ଷ ଏହି ନିଷ୍ପତ୍ତି ନେଇଛନ୍ତି। ଦେଶର ଟପ୍‌ ଫୁଟ୍‌ବଲ ପ୍ରତିଯୋଗିତା ଜେ-ଲିଗ୍‌ର ସମସ୍ତ ମ୍ୟାଚ ମାର୍ଚ୍ଚ ୧୫ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ସ୍ପ୍ରିଙ୍ଗ୍‌ ସୁମୋ ଟୁର୍ନାମେଣ୍ଟର ସମସ୍ତ ଟିକେଟ ବିକ୍ରି ସରିଥିଲା। ଜାପାନର ପଶ୍ଚିମାଞ୍ଚଳ ସହର ଓସାକାରେ ଏହି ଟୁର୍ନାମେଣ୍ଟକୁ ଦୈନିକା ହାରାହାରି ୭,୦୦୦ ଦର୍ଶକ ଉପଭୋଗ କରିଥାନ୍ତେ। ଜାପାନରେ ଗ୍ରୀଷ୍ମକାଳୀନ ଅଲିମ୍ପିକ୍ସ ଜୁଲାଇ ୨୪ରୁ ହେବ। କରୋନା ଭାଇରସ ପାଇଁ ଏହି ଇଭେଣ୍ଟର ସଫଳ ଆୟୋଜନ ଦେଶ ପାଇଁ ଚିନ୍ତାର କାରଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri