କରୋନା ଭାଇରସ ମୃତ୍ୟୁ ସଂଖ୍ୟା ୨,୧୧୨: ସୁସ୍ଥ ହେଲେ ସବୁଠାରୁ କମ୍‌ ବୟସର ଶିଶୁ

ବେଜିଂ,୨୦।୨: କରୋନା ଭାଇରସ ସଂକ୍ରମଣରେ ଚାଇନାରେ ଏବେ ସୁଦ୍ଧା ୨,୧୧୨ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାସହ ୭୪,୧୮୫ ଏହି ମାରାତ୍ମକ କରୋନା ଭାଇରସରେ ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିବା କୁହାଯାଉଛି। ଏଥିରେ ସର୍ବାଧିକ ମୃତ୍ୟୁ ସଂଖ୍ୟା ଚାଇନାର ହୁବଇ ସହରରେ ହୋଇଛି ବୋଲି ଜଣାପଡିଛି। ସବୁଠାରୁ ବଡ କଥା ହେଲା ଏଥିରେ ପୀଡିତ ଥିବା ସବୁଠାରୁ କମ୍‌ ବୟସର ରୋଗୀ ଅର୍ଥାତ୍‌ ୭ ମାସର ଜଣେ ଶିଶୁ ସୁସ୍ଥ ହେବା ପରେ ତାଙ୍କୁ ହସ୍ପିଟାଲରୁ ଘରକୁ ଯିବାକୁ ଅନୁମତି ପ୍ରଦାନ କରାଯାଇଛି। ସୂଚନାଯୋଗ, ଫେବୃୟାରୀ ୩ରେ ଉକ୍ତ ଶିଶୁଟି କରୋନା ଭାଇରସରେ ପୀଡିତ ଥିବା ଜଣାପଡିବା ପରେ ତା’ର ଚିକିତ୍ସା ଚାଲିଥିଲା। ଆଉ ଏବେ ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଥିବା କୁହାଯାଉଛି। ଗତବର୍ଷ ଡିସେମ୍ବରରେ ଚାଇନାରେ ପ୍ରଥମ କରି ଦେଖାଯାଇଥିବା କରୋନା ଭାଇରସ ଏବେ ସେଠାରେ ମହାମାରୀର ରୂପ ନେଇ ସାରିଲାଣି। ଏପଟେ କେବଳ ଚାଇନା ନୁହେଁ ଭାରତ ସମେତ ବିଶ୍ୱର ଆଉ କିଛି ଦେଶକୁ ମଧ୍ୟ ଏହା ବ୍ୟାପି ଗଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

କୋରାପୁଟ,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

ବୁଡ଼ିଗଲା ବୋଟ୍‌, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍‌ ଦ୍ୱୀପ ନିକଟରେ ଏକ ସ୍ପିଡ୍‌ ବୋଟ୍‌ ବୁଡ଼ିଯିବାରୁ ଅତି କମ୍‌ରେ ୧୫  ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ…

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri