କରୋନା ଭାଇରସ ଲଢ଼େଇ: ନିଜ ହସ୍ପିଟାଲ ଦାନ କଲେ ଡ୍ରୋଗ୍‌ବା

ଆବିଡଜାନ,୧୩।୪(ଏଏଫ୍‌ପି): କରୋନା ଭାଇରସ ମହାମାରୀ ବିରୋଧରେ ଚାଲିଥିବା ଲଢେଇରେ ଯୋଗଦେଇଛନ୍ତି ଆଇଭରୀ କଷ୍ଟ ଫୁଟବଲର ତଥା ପୂର୍ବତନ ଚେଲସି ଫରଓ୍ବାର୍ଡ ଡିଡିଏର ଡ୍ରୋଗବା। ସେ ଏଥିପାଇଁ ନିଜ ଦେଶ ଆଇଭରୀ କଷ୍ଟରେ ଥିବା ହସ୍ପିଟାଲକୁ ଦାନ କରିଛନ୍ତି।
ଆଇଭରୀ କଷ୍ଟ ପାଇଁ ପ୍ରତିନିଧିତ୍ୱ କରି ସେ ୧୦୫ଟି ମ୍ୟାଚ୍‌ ଖେଳି ୬୫ଟି ଗୋଲ ସ୍କୋର କରିଛନ୍ତି। ଚେଲସି ତରଫରୁ ଖେଳି ସେ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ମଧ୍ୟ ହାସଲ କରିଛନ୍ତି। ଏହି ମାହାମାରୀ ଲଢେଇ ପାଇଁ ସେ ଆବିଡଜାନରେ ଥିବା ଲଉରେଣ୍ଟ ପୋକୋଉ ହସ୍ପିଟାଲ ବ୍ୟବହାର କରାଯିବାକୁ ପ୍ରସ୍ତାବ ଦେଇଛନ୍ତି। ଡ୍ରୋଗବାଙ୍କ ଏହି ବଦାନ୍ୟତା ପାଇଁ ତାଙ୍କୁ ଆମେ କୃତଜ୍ଞତା ଜଣାଉଛୁ ବୋଲି ସିଟି ରିଜିଓନାଲ କାଉନ୍‌ସିଲର ମୁଖ୍ୟ ଭିନ୍‌ସେଣ୍ଟ ତୋହ ବି କହିଛନ୍ତି। ଡ୍ରୋଗବାଙ୍କ ଦେଶପ୍ରେମ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ବୋଲି ସେ କହିଛନ୍ତି।
ଆଟେକୋଉବ ଜିଲାରେ ଥିବା ଏହି ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇ ନ ଥିଲେ ମଧ୍ୟ ଏବେକାର ପରିସ୍ଥିତିରେ ବ୍ୟବହାର କରାଯାଇପାରିବ। କୋଭିଡ୍‌-୧୯ ପାଇଁ କାର୍ଯ୍ୟକ୍ଷମ କରିବା ଦାୟିତ୍ୱ ସରକାରଙ୍କର ବୋଲି ଡ୍ରୋଗ୍‌ବା ଫାଉଣ୍ଡେଶନର ନିର୍ଦ୍ଦେଶକ ମାରିଆମ ବ୍ରେକା କହିଛନ୍ତି। ଉଲେଖଥାଉ କି, କୋଭିଡ୍‌-୧୯ରେ ଆଇଭରୀ କଷ୍ଟରେ ଏପର୍ଯ୍ୟନ୍ତ ୫୩୩ ଜଣ ଲୋକ ସଂକ୍ରମଣ ହୋଇଛନ୍ତି ଓ ଏଥିରେ ୪ଜଣ ଲୋକ ପ୍ରାଣ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri