କରୋନା ଭାଇରସ ଲଢ଼େଇ: ନିଜ ହସ୍ପିଟାଲ ଦାନ କଲେ ଡ୍ରୋଗ୍‌ବା

ଆବିଡଜାନ,୧୩।୪(ଏଏଫ୍‌ପି): କରୋନା ଭାଇରସ ମହାମାରୀ ବିରୋଧରେ ଚାଲିଥିବା ଲଢେଇରେ ଯୋଗଦେଇଛନ୍ତି ଆଇଭରୀ କଷ୍ଟ ଫୁଟବଲର ତଥା ପୂର୍ବତନ ଚେଲସି ଫରଓ୍ବାର୍ଡ ଡିଡିଏର ଡ୍ରୋଗବା। ସେ ଏଥିପାଇଁ ନିଜ ଦେଶ ଆଇଭରୀ କଷ୍ଟରେ ଥିବା ହସ୍ପିଟାଲକୁ ଦାନ କରିଛନ୍ତି।
ଆଇଭରୀ କଷ୍ଟ ପାଇଁ ପ୍ରତିନିଧିତ୍ୱ କରି ସେ ୧୦୫ଟି ମ୍ୟାଚ୍‌ ଖେଳି ୬୫ଟି ଗୋଲ ସ୍କୋର କରିଛନ୍ତି। ଚେଲସି ତରଫରୁ ଖେଳି ସେ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ମଧ୍ୟ ହାସଲ କରିଛନ୍ତି। ଏହି ମାହାମାରୀ ଲଢେଇ ପାଇଁ ସେ ଆବିଡଜାନରେ ଥିବା ଲଉରେଣ୍ଟ ପୋକୋଉ ହସ୍ପିଟାଲ ବ୍ୟବହାର କରାଯିବାକୁ ପ୍ରସ୍ତାବ ଦେଇଛନ୍ତି। ଡ୍ରୋଗବାଙ୍କ ଏହି ବଦାନ୍ୟତା ପାଇଁ ତାଙ୍କୁ ଆମେ କୃତଜ୍ଞତା ଜଣାଉଛୁ ବୋଲି ସିଟି ରିଜିଓନାଲ କାଉନ୍‌ସିଲର ମୁଖ୍ୟ ଭିନ୍‌ସେଣ୍ଟ ତୋହ ବି କହିଛନ୍ତି। ଡ୍ରୋଗବାଙ୍କ ଦେଶପ୍ରେମ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ବୋଲି ସେ କହିଛନ୍ତି।
ଆଟେକୋଉବ ଜିଲାରେ ଥିବା ଏହି ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇ ନ ଥିଲେ ମଧ୍ୟ ଏବେକାର ପରିସ୍ଥିତିରେ ବ୍ୟବହାର କରାଯାଇପାରିବ। କୋଭିଡ୍‌-୧୯ ପାଇଁ କାର୍ଯ୍ୟକ୍ଷମ କରିବା ଦାୟିତ୍ୱ ସରକାରଙ୍କର ବୋଲି ଡ୍ରୋଗ୍‌ବା ଫାଉଣ୍ଡେଶନର ନିର୍ଦ୍ଦେଶକ ମାରିଆମ ବ୍ରେକା କହିଛନ୍ତି। ଉଲେଖଥାଉ କି, କୋଭିଡ୍‌-୧୯ରେ ଆଇଭରୀ କଷ୍ଟରେ ଏପର୍ଯ୍ୟନ୍ତ ୫୩୩ ଜଣ ଲୋକ ସଂକ୍ରମଣ ହୋଇଛନ୍ତି ଓ ଏଥିରେ ୪ଜଣ ଲୋକ ପ୍ରାଣ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ…

‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି…

ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ୍‌,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri