କରୋନା ଭାଇରସକୁ ନେଇ ପାକ୍ ପ୍ରଧାନମନ୍ତ୍ରୀଙ୍କର ରହିଛି ଅନ୍ଧବିଶ୍ୱାସ

ଇସ୍‌ଲାମାବାଦ,୫ ।୪: କରୋନା ଭାଇରସ ଏବେ ଆମେରିକା ଭଳି ଶକ୍ତିଶାଳୀ ଦେଶକୁ ତା’କବଳକୁ ନେଇ ସାରିଥିବା ବେଳେ ସେଠାରେ ପ୍ରତିଦିନ ଶହ ଶହ ଲୋକଙ୍କ ଜୀବନ ଯିବା ଚିନ୍ତାର କାରଣ ପାଲଟିଛି । ହେଲେ କରୋନା ଭାଇରସକୁ ନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କର ଯେଉଁ ଅନ୍ଧ ବିଶ୍ୱାସ ରହିଛି ତାହା ଆଜି ଚର୍ଚ୍ଚାର ପରିସରକୁ ଚାଲି ଆସିଛି । ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁ କହିଛନ୍ତି କରୋନ ସାଧାରଣ ଫ୍ଲୁଠାରୁ ସାମାନ୍ୟ ଅଧିକ । ଏହା କେବଳ ବୃଦ୍ଧ ବ୍ୟକ୍ତିଙ୍କୁ ସଂକ୍ରମିତ କରିପାରେ । ତେଣୁ ପାକିସ୍ତାନ ଏହି କରୋନା ଭାଇରସ ସହ ଲଢିବାକୁ ସବୁ ପ୍ରକାର ପ୍ରସ୍ତୁତ ରହିଛି ବୋଲି ସେ କହିଛନ୍ତି । ଦେଶକୁ ଲକ୍‌ଡାଉନ୍ ଘୋଷଣା କଲେ ହଜାର ହଜାର ଗରିବ ନାନା ଅସୁବିଧାରେ ପଡିବେ ବୋଲି ସେ କହିଛନ୍ତି । ତେଣୁ ସେ ଦେଶକୁ ଲକ୍‌ଡାଉନ୍ ଘୋଷଣା କରିବେ ନାହିଁ ବୋଲି କହିଛନ୍ତି । ସୂଚନାଯୋଗ୍ୟ, ଏବେ ପାକିସ୍ତାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ହଜାର ଅତିକ୍ରମ କରିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ୪୦ ଅତିକ୍ରମ କରିଗଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri