Posted inଜାତୀୟ

କରୋନା ଭାଇରସକୁ ନେଇ ପ୍ରତିକ୍ରିୟା ରଖିଲେ ସ୍ବାସ୍ଥ୍ୟମନ୍ତ୍ରୀ: ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮ ଟପିଲା, ସୁସ୍ଥ ହେଲେଣି ୩

ନୂଆଦିଲ୍ଲୀ,୪।୩: ସାରା ବିଶ୍ୱରେ କାୟା ବିସ୍ତାର କରିଥିବା କରୋନା ଭାଇରସ୍‌ ଏବେ ଭାରତରେ ଆତଙ୍କ ସୃଷ୍ଟି କରିଛି। ଧିରେ ଧିରେ ଭାରତରେ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୨୮କୁ ପହଞ୍ଚିଛି। ଯେଉଁଥିରେ ଦିଲ୍ଲୀର ଏକ ମାମଲା ରହିଛି। ଏହି ୨୮ ସଂକ୍ରମିତଙ୍କ ମଧ୍ୟରୁ ୩ଜଣ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ୩ଜଣ କେରଳର ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ବୁଧବାର ହର୍ଷବର୍ଦ୍ଧନଙ୍କ ନେତୃତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବହୁ ଅଧିକାରୀ ସାମିଲ ହୋଇଥିବା ବେଳେ ଦିଲ୍ଲୀ ସରକାରରେ ମନ୍ତ୍ରୀ ଥିବା ସତ୍ୟେନ୍ଦ୍ର ଜୈନ ମଧ୍ୟ ଯୋଗଦେଇଥିଲେ। କରୋନା ମୁକାବିଲା ନେଇ ସମସ୍ତ ପ୍ରସ୍ତୁତିର ସମୀକ୍ଷା କରିଥିଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ। ଏଥିରୁ ବର୍ତ୍ତିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ ଉଦ୍ୟମ କରୁଛନ୍ତି। ପୂର୍ବରୁ ୧୫ଟି ଲ୍ୟାବ୍‌ରେ ରକ୍ତ ନମୁନା ଯାଞ୍ଚ କରାଯାଉଥିବା ବେଳେ ଏବେ ୧୯ଟି ଲ୍ୟାବ୍‌ ତିଆରି କରାଯିବ ବୋଲି ବୈଠକରେ ହର୍ଷବର୍ଦ୍ଧନ କହିଛନ୍ତି। ସେହିପରି ଆଗରୁ ୧୨ଟି ଦେଶର ଲୋଙ୍କୁ ଯାଞ୍ଚ କରାଯାଉଥିବା ବେଳେ ଏବେ ଭାରତକୁ ଆସୁଥିବା ସମସ୍ତ ବିଦେଶୀ ନାଗରିକଙ୍କୁ ଯାଞ୍ଚ କରାଯିବ ବୋଲି କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ ନିଷ୍ପତ୍ତି ନେଇଛନ୍ତି। କେବଳ ସେତିକି ନୁହେଁ ଭାରତରେ ଥିବା ସମସ୍ତ ହସ୍ପିଟାଲକୁ କରୋନା ଆକ୍ରାନ୍ତଙ୍କ ପାଇଁ ସ୍ବତନ୍ତ୍ର ୱାର୍ଡ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସଂକ୍ରମିତ ମଧ୍ୟରୁ ଅଧିକାଂଶ ଇଟାଲିର ପର୍ଯ୍ୟଟକ ରହିଥିବା ଜଣାପଡ଼ିଛି। ଚିହ୍ନଟ ହୋଇଥିବା ସମସ୍ତ କରୋନା ସଂକ୍ରମିତଙ୍କୁ ଆଇଟିବିପି କ୍ୟାମ୍ପକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?