Posted inଜାତୀୟ

କରୋନା ଭାଇରସର ଔଷଧକୁ ନେଇ ଗବେଷଣା କରିବ ଏମ୍ସ!

ନୂଆଦିଲ୍ଲୀ,୧୧।୩: ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ର ଡାକ୍ତରମାନେ ଅଗାମୀ ଦିନରେ କରୋନା ଭାଇରସର ଔଷଧ ଓ ଟିକାକୁ ନେଇ ଗବେଷଣା କରିବେ ବୋଲି ଜଣାପଡିଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) ଯେଉଁ ନିର୍ଦ୍ଦେଶ ଜାରି କରିଛି ସେହି ଅନୁଯାୟୀ ଏମ୍ସର ଡାକ୍ତରମାନେ କାମ କରିବେ ବୋଲି କୁହାଯାଉଛି। ଏମ୍ସର ନିର୍ଦ୍ଦେଶକ ରଣଦୀପ ଗୁଲେରିଆ କହିଛନ୍ତି, ଏପର୍ଯ୍ୟନ୍ତ କରୋନା ଭାଇରସକୁ ନେଇ ଯେତିକି ତଥ୍ୟ ଆସିଛି ସେହି ଅନୁଯାୟୀ ଜଣେ ଅନ୍ୟ ଜଣଙ୍କ ସମ୍ପର୍କରେ ଆସିଲେ ଏହା ବ୍ୟାପୁଛି ବୋଲି ଦେଖାଯାଇଛି। ସେ କହିଛନ୍ତି ବିଦେଶରୁ ସଂଗ୍ରହ କରାଯାଇଥିବା ନମୁନା ପରୀକ୍ଷା କରାଯାଉଛି। ଚାଇନାର ବୁହାନ ସହରରୁ ଆସିଥିବା ଭାରତୀୟଙ୍କ ନମୁନା ମଧ୍ୟ ପରୀକ୍ଷା କରାଯାଉଛି। ସେହିପରି ଇରାନରୁ ଆସିଥିବା କିଛି ନମୁନା ମଧ୍ୟ ଏମ୍ସରେ ପରୀକ୍ଷା କରାଯାଉଛି ବୋଲି ସେ କହିଛନ୍ତି। ଖୁବ୍‌ଶୀଘ୍ର ଏହାର ରିପୋର୍ଟ ପ୍ରକାଶ ପାଇବ। ଏହି କରୋନା ଭାଇରସ ଯେଭଳି ଭାବେ ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି ଏମ୍ସର ଡାକ୍ତରମାନେ ମଧ୍ୟ ଏହାର ଗବେଷଣାର ଅଂଶ ହେବେ ବୋଲି ଗୁଲେରିଆ କହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri