Posted inଜାତୀୟ

କରୋନା ଭାଇରସ୍‌: ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୧୧୬

ନୂଆଦିଲ୍ଲୀ,୧୬।୩: କରୋନା ଭାଇରସ୍‌ ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଭାରତରେ ଦିନକୁ ଦିନ ସଂକ୍ରମିତଙ୍କ ମାମଲା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ମହାରାଷ୍ଟ୍ରରେ ୫ଟି ନୂଆ ମାମଲା ସାମ୍ନାକୁ ଆସିଛି। ଏହା ସହିତ ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୮ରେ ପହଞ୍ଚିଛି। ଏପର୍ଯ୍ୟନ୍ତ ଦେଶର ୧୫ଟି ରାଜ୍ୟରେ ୧୧୬ଟି ସଂକ୍ରମିତ ମାମଲା ସାମ୍ନାକୁ ଆସିଥିବା ଜଣାପଡ଼ିଛି। ଅପରପକ୍ଷେ କରୋନା ସହ ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ ବିଭିନ୍ନ ସତର୍କତା ଅବଲମ୍ବନ କରୁଛନ୍ତି। ଏଥିପାଇଁ ଅଧିକାଂଶ ରାଜ୍ୟରେ ସ୍କୁଲ, କଲେଜ, ସିନେମା ହଲ୍‌, ମଲ୍‌କୁ ବନ୍ଦ ରଖାଯାଇଥିବା ବେଳେ ବିଭିନ୍ନ ସଭା ସମିତିକୁ ଯିବା ପାଇଁ ବାରଣ କରାଯାଇଛି। କରୋନା ସହ ମୁକାବିଲା ପାଇଁ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାର୍କ ଦେଶକୁ ଏକତ୍ରିତ ଭାବେ କାର୍ଯ୍ୟ କରିବା ସହ ଆକ୍ସନ ପ୍ଲାନ ତିଆରି କରିବା ପାଇଁ ଆହ୍ବାନ ଦେଇଥିଲେ। ବିଶ୍ୱରେ କରୋନା ଭାଇରସ୍‌ ସଂକ୍ରମିତ ହୋଇ ଏପର୍ଯ୍ୟନ୍ତ ୬ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଭାରତରେ ମୃତ୍ୟୁ ସଂଖ୍ୟା ୨ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri