Posted inଖେଳ

କରୋନା ଭାଇରସ୍‌ ଭୟ: ଚାଇନା ମାଷ୍ଟର୍ସ ବାତିଲ

ବେଜିଂ,୧।୨(ଏଏଫ୍‌ପି)- ଦେଶରେ କରୋନା ଭାଇରସ୍‌ କାୟା ବିସ୍ତାର କରିସାରିଛି। ଏହାର ପ୍ରଭାବ କ୍ରୀଡ଼ାଜଗତ ଉପରେ ମଧ୍ୟ ପଡ଼ିଛି। ୨୦୨୦ ବିଶ୍ୱ ଟୁର ସିଜନରେ ଚାଇନାର ପ୍ରଥମ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଚାଇନା ମାଷ୍ଟର୍ସକୁ ବାତିଲ କରାଯାଇଛି। ଏ ନେଇ ଶନିବାର ଆୟୋଜକମାନେ ଘୋଷଣା କରିଛନ୍ତି। ୬ ଦିନ ଧରି ଚାଲିବାକୁ ଥିବା ଏହି ଇଭେଣ୍ଟ ଫେବୃୟାରୀ ୨୫ରୁ ଦେଶର ସାଉଥର୍ନ ହାଇନାନ୍‌ ଆଇସ୍‌ଲାଣ୍ଡଠାରେ ଖେଳାଯିବାର ଥିଲା। କିନ୍ତୁ ସ୍ବାସ୍ଥ୍ୟଜନିତ ଭୟ ଓ ଖେଳାଳିଙ୍କ ସୁରକ୍ଷା ଦୃଷ୍ଟିରୁ ବାତିଲ ନିଷ୍ପତ୍ତି ନିଆଯାଇଥିବା ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ଏଣୁ କିଛି ଖେଳାଳି ପ୍ରତିଯୋଗିତାରୁ ଓହରି ଯାଇଛନ୍ତି। ମାରାତ୍ମକ କରୋନା ଭାଇରସ୍‌ କେନ୍ଦ୍ର ଚାଇନିଜ ସହର ଉହାନ୍‌ରୁ ଆରମ୍ଭ ହୋଇଛି। ଏହି ଭାଇରସ୍‌ ଯୋଗୁ ୨୫୯ଙ୍କ ମୃତ୍ୟୁ ଘଟିଲାଣି। ଏବେ ଏହି ଭାଇରସ ୧୨ ଦେଶକୁ ମାଡ଼ି ସାରିଛି। ଉହାନଠାରେ ଆସନ୍ତା ଏପ୍ରିଲରେ ଏସିଆ ଚାମ୍ପିୟନଶିପ ବ୍ୟାଡ୍‌ମିଣ୍ଟନ ଇଭେଣ୍ଟ ହେବାର ଅଛି। ଏହା ଟୋକିଓ ଅଲିମ୍ପିକ୍‌ ଯୋଗ୍ୟତା ହାସଲ ଲକ୍ଷ୍ୟରେ ଥିବା ଖେଳାଳିଙ୍କ ପାଇଁ ଅନ୍ତିମ ଇଭେଣ୍ଟ। ତେବେ ଏ ନେଇ କିଛି ନିଷ୍ପତ୍ତି ନିଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଉପନିର୍ବାଚନରେ ଫୁଟିପାରିଲାନି ପଦ୍ମ, ଏହି ସବୁ ସ୍ଥାନରେ ସାମ୍ନା କଲା ଶୋଚନୀୟ ପରାଚୟ

ନୂଆଦିଲ୍ଲୀ,୩।୮: ମଧ୍ୟପ୍ରଦେଶର ଦାତିଆ ବିଧାନସଭା ଉପନିର୍ବାଚନର ଫଳାଫଳ ଆଜି ଘୋଷଣା କରାଯାଇଛି, ଯେଉଁଥିରେ କଂଗ୍ରେସ ବିଜୟୀ ହୋଇଛି। କଂଗ୍ରେସ ପ୍ରାର୍ଥୀ ଘନଶ୍ୟାମ ସିଂହ ଭାଜପା ପ୍ରାର୍ଥୀ ଆଶୁତୋଷ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ ମନମୋହନ, କ୍ଷତିଗ୍ରସ୍ତଙ୍କୁ ଦେଲେ ଆଶ୍ୱାସନା

ଚାନ୍ଦବାଲି,୩।୮(କିଷାନ ପାତ୍ର): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୋମବାର ଭଦ୍ରକ ଜିଲାର ବନ୍ୟା ପ୍ରଭାବିତ ଚାନ୍ଦବାଲି ଅଞ୍ଚଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଖେରଙ୍ଗ ଓ…

EPFOକୁ ନେଇ ଆସିଲା ବଡ଼ ଖବର: ସରକାର ବଢାଇଲେ…

ନୂଆଦିଲ୍ଲୀ,୩।୮: ବହୁ ଦିନ ଧରି ବିଭିନ୍ନ କର୍ମଚାରୀ ସଂଗଠନଗୁଡ଼ିକ EPS ଦରମା ସୀମା ବୃଦ୍ଧି ଦାବିକୁ ଅର୍ଥ ମନ୍ତ୍ରଣାଳୟ ସମ୍ପ୍ରତି ଅନୁମୋଦନ କରିଛି। ଏହି ନିଷ୍ପତ୍ତି କର୍ମଚାରୀମାନଙ୍କ…

ବିସ୍ଥାପିତ ନୀତି କାର୍ଯ୍ୟକାରୀ କରାଯାଉ: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୩।୮(ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ): ଆଇଆରଇଏଲ୍‌ ପକ୍ଷରୁ ବିସ୍ଥାପିତ ନୀତିକୁ ତୁରନ୍ତ କାର୍ଯ୍ୟକାରୀ କରିବା, ଚିହ୍ନଟ ଜାଗାରେ ଘର ନିର୍ମାଣ ସହ ପୁର୍ନବାସ ବ୍ୟବସ୍ଥା କରିବା ସହିତ ୨୦୧୮ରେ…

ଟିମ ଇଣ୍ଡିଆର ବଦଳିଲେ କୋଚ୍‌, ଭାବୁକ ହୋଇ ଏମିତି କହିଦେଲେ ରୋହିତ, ପଢନ୍ତୁ…

ନୂଆଦିଲ୍ଲୀ,୩।୮: ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ରେ ବଡ଼ ପରିବର୍ତ୍ତନ ହୋଇଛି। ଫିଲ୍ଡିଂ କୋଚ ଟି. ଦିଲୀପଙ୍କ ଚୁକ୍ତି ଶେଷ ହୋଇଯାଇଛି। ଏଥର ବିସିସିଆଇ ତାଙ୍କ ଚୁକ୍ତିକୁ ନବୀକରଣ…

ମୁମ୍ବାଇରେ ଦିଗପହଣ୍ଡି ଦାଦନ ଶ୍ରମିକଙ୍କ ମୃତ୍ୟୁ; ବିଧାୟକ ଙ୍କ ହସ୍ତକ୍ଷେପ ପରେ ଅଣାଯାଉଛି ମୃତଦେହ, ଗାଁରେ ଶୋକାକୁଳ ପରିବେଶ 

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି…

‘ମୁଁ କନଭର୍ଟ ହେବାକୁ ଚାହୁଁଛି…’ କଙ୍ଗନାଙ୍କ ଗୋଟିଏ ବୟାନ ସୋସିଆଲ ମିଡିଆରେ ଲଗାଇଲା ନିଆଁ, ଜାଣନ୍ତୁ ମାମଲା

ନୂଆଦିଲ୍ଲୀ,୩।୮: ବଲିଉଡ୍‌ ଅଭିନେତ୍ରୀ BJP ସାଂସଦ କଙ୍ଗନା ରଣାୱତ ପୁଣି ଥରେ ନିଜର ସ୍ପଷ୍ଟବାଦୀ ଅନ୍ଦାଜ ପାଇଁ ଚର୍ଚ୍ଚାରେ। ଏଥର କାରଣ ହେଉଛି ତାଙ୍କର ସୋସିଆଲ୍‌ ମିଡିଆ…

ବଦଳିଲା ୟୁପିଆଇ ପେମେଣ୍ଟ ନିୟମ, ଟ୍ରାଞ୍ଜାକ୍ସନ୍ ପୂର୍ବରୁ ବ୍ୟାଙ୍କ ପଚାରିବ Yes/No ପ୍ରଶ୍ନ…

ନୂଆଦିଲ୍ଲୀ,୩।୮: ଆପଣଙ୍କର ପରବର୍ତ୍ତୀ UPI ପେମେଣ୍ଟ (Payment) ହୁଏତ ସବୁବେଳେ ଗୋଟିଏ ଟ୍ୟାପ୍‌ରେ ସମ୍ପୂର୍ଣ୍ଣ ନହୋଇପାରେ। ଦେଶରେ ବୃଦ୍ଧି ପାଉଥିବା ଡିଜିଟାଲ୍‌ ପେମେଣ୍ଟ ଠକେଇକୁ ରୋକିବା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri