କରୋନା ଭାଇରସ୍‌ ସହ ମୁକାବିଲା ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି: ଅଟୋମୋବାଇଲ୍‌ କମ୍ପାନୀ ତିଆରି କରିବେ ଭେଣ୍ଟିଲେଟର

ନୂଆଦିଲ୍ଲୀ,୩୦।୩: ମହାମାରୀ କରୋନା ଭାଇରସ୍‌ ସହ ମୁକାବିଲା ପାଇଁ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ସୋମବାର ଅଟୋମୋବାଇଲ୍‌ କମ୍ପାନୀକୁ ଭେଣ୍ଟିଲେଟର ତିଆରି କରିବାକୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଅଟୋମୋବାଇଲ କମ୍ପାନୀ ମଧ୍ୟ କାମ କରିବାକୁ ଆରମ୍ଭ କରିଦେଇଛି ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ସୂଚନାଯୋଗ୍ୟ, ଆଗାମୀ ୨ ମାସ ପର୍ଯ୍ୟନ୍ତ ଆଞ୍ଚଳିକ ନିର୍ମାତାଙ୍କ ସହ ଭାରତ ଇଲେକ୍‌ଟ୍ରୋନିକ୍‌ ଲିମିଟେଡ ମିଶି ୩୦ହଜାର ଭେଣ୍ଟିଲେଟର ତିଆରି କରିବ। ଏଥିରେ ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ ମଧ୍ୟ ସାମିଲ ଥିବା ଜଣାପଡ଼ିଛି। ସେହିପରି ନଏଡାର ଆଗ୍ରା ହେଲ୍‌ଥକେୟାରକୁ ଏକ ମାସ ଭିତରେ ୧୦ ହଜାର ଭେଣ୍ଟିଲେଟର ତିଆରି କରିବାକୁ ଅର୍ଡର ଦିଆଯାଇଥିବା ବେଳେ ଏପ୍ରିଲ ଦ୍ୱିତୀୟ ସପ୍ତାହରେ ସେ ଏହାର ସପ୍ଲାଇ ଆରମ୍ଭ କରିବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଟୁଇଟ କରି ସୂଚନା ଦେଇଛନ୍ତି। ସୂଚନା ମୁତାବକ ଏବେ ଦେଶର ଭିନ୍ନ ଭିନ୍ନ ହସ୍ପିଟାଲରେ କରୋନା ରୋଗୀଙ୍କ ପାଇଁ ୧୪ ହଜାରରୁ ଉର୍ଦ୍ଧ୍ୱ ଭେଣ୍ଟିଲେଟର ଉପଲବ୍ଧ ହୋଇଥିବା ଜଣାପଡ଼ିଛି। ଅପରପକ୍ଷେ ଡିଆର୍‌ଡିଓ ମଧ୍ୟ ଆସନ୍ତା ସପ୍ତାହରୁ ୨୦ ହଜାର ଏନ୍‌-୯୯ ମାସ୍କ ତିଆରି କରିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri