କରୋନା ଭାଇରସ୍‌ ସହ ଲଢୁଥିବା ମହିଳାଙ୍କୁ ଆର୍ଥିକ ସହାୟତା ପ୍ରଦାନ କଲେ ପ୍ରିୟଙ୍କା

ମୁମ୍ବାଇ: ମହାମାରୀ କରୋନା ଭାଇରସ୍‌ ସହ ଲଢ଼ିବା ପାଇଁ ଅନେକ ବଲିଉଡ୍‌ କଳାକାର ଆଗେଇ ଆସି ପ୍ରଧାନମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ଆର୍ଥିକ ସହାୟତା ପ୍ରଦାନ କରିଚାଲିଛନ୍ତି। ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ମଧ୍ୟ ଏଥିରେ ସାମିଲ ହୋଇଛନ୍ତି। ଖାଲି ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି ନୁହେଁ, ସେ ଅନ୍ୟସବୁ ଅନୁଷ୍ଠାନକୁ ମଧ୍ୟ ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି। ଏହି ସହାୟତା ରାଶି ସେ କରୋନା ମହାମାରୀ ସହ ଲଢୁଥିବା ମହିଳାମାନଙ୍କୁ ପ୍ରଦାନ କରିଛନ୍ତି। ଏହି କଥା ପ୍ରିୟଙ୍କା ତାଙ୍କ ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରି ଫ୍ୟାନ୍‌ମାନଙ୍କୁ ଜଣାଇଛନ୍ତି। ଏହି ଫଟୋ ସହିତ ପ୍ରିୟଙ୍କା ଏକ ଭିଡିଓ ମଧ୍ୟ ଶେୟାର କରିଛନ୍ତି। ଭିଡିଓରେ ସେ କହିଛନ୍ତି, ଏପରି ସଂକଟ ସମୟରେ ସଂଗ୍ରାମ କରୁଥିବା ମହିଳାମାନଙ୍କୁ ୧,୦୦୦୦୦ ଆମେରିକୀୟ ଡଲାର ଅର୍ଥାତ୍‌ ଭାରତୀୟ ମୁଦ୍ରାରେ ୭୬.୩ ଲକ୍ଷ ଟଙ୍କା ପ୍ରଦାନ କରୁଛୁ। ସେ ଆହୁରି ମଧ୍ୟ କହିଛନ୍ତି, ଆପଣ ଯଦି ଏପରି କୌଣସି ମହିଳାଙ୍କ ବିଷୟରେ ଜାଣିଛନ୍ତି ତାଙ୍କୁ ଆମ ସାମ୍ନାକୁ ଆଣନ୍ତୁ। ଯେମିତିକି ସେମାନେ କୌଣସି ସେବା କରୁଥିବେ। ବଡ଼ ବ୍ୟବସାୟ ହେଉ କି ଛୋଟ। ଆମେ ସମସ୍ତଙ୍କ ସହ ରହିଛୁ। ସେ କହିଛନ୍ତି, ଏପରି ସମୟରେ କିଛି ସାହାଯ୍ୟ କରିବା ନିହାତି ଜରୁରୀ। ତେଣୁ ନିକ୍‌ ଏବଂ ମୁଁ ଆର୍ଥିକ ସହାୟତା ପ୍ରଦାନ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri