Posted inଜାତୀୟ

କରୋନା ଭୂତାଣୁ ସଂକ୍ରମଣରେ ତ୍ରିପୁରାର ଜଣଙ୍କର ମୃତ୍ୟୁ

ସେପାହିଜାଲା,୩୦।୧: ତ୍ରିପୁରା ମଧୁପୁର ଥାନା ଅନ୍ତର୍ଗତ ପୁରାଥଲ ରାଜନଗର ଗାଁର ଜଣେ ଯୁବକଙ୍କର କରୋନା ଭୂତାଣୁ ସଂକ୍ରମଣରେ ମୃତ୍ୟୁ ହୋଇଥିବା ତାଙ୍କ ପରିବାର ଲୋକେ କହିଛନ୍ତି। ମନିର ହୋସେନ ନାମକ ଜଣେ ୨୩ ବର୍ଷୀୟ ଯୁବକ ମାଲେସିୟାରେ କାମ କରୁଥିବା ବେଳେ ସେଠାରେ ତାଙ୍କର କରୋନା ଭୂତାଣୁ ସଂକ୍ରମଣରେ ମୃତ୍ୟୁ ହୋଇଥିବା କହିଛନ୍ତି ତାଙ୍କ ପରିବାର ଲୋକେ। ସେଠାରେ ମନିର ଏକ ହୋଟେଲରେ କାମ କରୁଥିଲେ ବୋଲି କହିଛନ୍ତି ମନିରଙ୍କ ଜେଜେବାପା। ସେ କହିଛନ୍ତି ତାଙ୍କ ନାତିଙ୍କ ମୃତ୍ୟୁ ଖବର ବୁଧବାର ମାଲେସିୟା ଅଥରିଟିଙ୍କ ପକ୍ଷରୁ ମିଳିଥିଲା। ଫୋନ ଯୋଗେ ତାଙ୍କୁ ଏହି ଖବର ଦିଆଯାଇଛି। ଗତ ପ୍ରାୟ ୨ ବର୍ଷ ତଳେ ମନିର ସେଠାକୁ କାମ କରିବାକୁ ଯାଇଥିବା କହିଛନ୍ତି ଜେଜେବାପା ଅବଦୁଲ ରହିମ। ଏବେ ସେ ତାଙ୍କ ନାତିଙ୍କ ମୃତଦେହକୁ ଘରକୁ ଆଣିବାର ବ୍ୟବସ୍ଥା କରିବାକୁ ସରକାରଙ୍କୁ ଅନୁରୋଧ କରିଛନ୍ତି। ସୂଚନାଯୋଗ୍ୟ, ଚାଇନାରେ ପ୍ରଥମେ ଦେଖାଦେଇଥିବା ଏହି କରୋନା ଭୂତାଣୁ ସଂକ୍ରମଣରେ ଏବେ ସେଠାରେ ୧୭୦ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri