କରୋନା ଭୂତାଣୁଠାରୁ ଅଧିକ ଭୟଙ୍କର ସୋସିଆଲ୍‌ ମିଡ଼ିଆ ଗୁଜବ: ଧ୍ୟାନ ନ ଦେବାକୁ ସରକାରଙ୍କ ପରାମର୍ଶ

ନୂଆଦିଲ୍ଲୀ,୭।୪: ଭାରତରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ପ୍ରସ୍ତୁତି ଜାରି ରହିଛି। ଏପରିସ୍ଥଳେ ସୋସିଆଲ୍‌ ମିଡ଼ିଆରେ ଶେୟାର କରାଯାଉଥିବା କିଛି ଗୁଜବକୁ ନେଇ ସରକାର ବେଶ୍‌ ଚିନ୍ତାରେ ପଡ଼ିଛନ୍ତି। କରୋନା ଭୂତାଣୁଠାରୁ ସୋସିଆଲ ମିଡ଼ିଆର ଗୁଜବ ଅଧିକ ଭୟଙ୍କର ବୋଲି ଦିଲ୍ଲୀ ପୋଲିସ କହିଛି। ଏଥିପ୍ରତି ଧ୍ୟାନ ନ ଦେବାକୁ ସରକାରଙ୍କ ସହିତ ପୋଲିସ ପକ୍ଷରୁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି। କେତେକ ଅସାମାଜିକ ବ୍ୟକ୍ତି ବିଶେଷ ସୋସିଆଲ ମିଡ଼ିଆର ସାହାରା ନେଇ ଲୋକଙ୍କୁ ଭ୍ରମିତ କରୁଛନ୍ତି। ଦିଲ୍ଲୀ ପୋଲିସ ପକ୍ଷରୁ ଫେକ୍‌ ନ୍ୟୁଜ୍‌ ନାମକ ଏକ ଭେରିଫିକେଶନ ମଡ୍ୟୁଲ୍‌ ପ୍ରସ୍ତୁତ କରାଯାଇଛି। ଏଥିରେ ସୋସିଆଲ ମିଡ଼ିଆରେ ଭାଇରାଲ ହେଉଥିବା ଗୁଜବ ସମ୍ପର୍କରେ ସୂଚନା ରହିଛି। ଏହାକୁ ଦିଲ୍ଲୀ ପୋଲିସର ଓ୍ବେବ୍‌ ସାଇଟ୍‌ delhipolice.nic.inରେ ସଂଯୁକ୍ତ କରାଯାଇଛି। ଏହା ସହିତ ଦିଲ୍ଲୀ ପୋଲିସ ପକ୍ଷରୁ ହେଲ୍ପ୍‌ ଲାଇନ୍‌ ନମ୍ବର ୨୩୪୬୯୫୨୬ ଜାରି ହୋଇଛି। ଇତିମଧ୍ୟରେ ଏହି ନମ୍ବରରେ ୧୩,୧୧୯ କଲ୍‌ ଆସିଥିବା ଦିଲ୍ଲୀ ପୋଲିସ କହିଛି। ସେଥିମଧ୍ୟରୁ କେତେକ କଲ୍‌ ଦିଲ୍ଲୀ ବାହାରୁ ମଧ୍ୟ ଆସିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri