କରୋନା ଭୟ: ଗୃହପାଳିତ ପ୍ରାଣୀଙ୍କୁ ଘରୁ ବାହାର ନ କରିଦେବାକୁ ଅନୁରୋଧ କଲେ ଅନୁଷ୍କା

ମୁମ୍ବାଇ: କରୋନା ଭାଇରସର ସଂକ୍ରମଣ ଧୀରେ ଧୀରେ ବ୍ୟାପିବାରେ ଲାଗିଥିବା ବେଳେ ଏବେ ଦେଶରେ ଏହା ୫ଶହ ଅତିକ୍ରମ କରିଛି। ସେହିପରି କରୋନାରେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦେଖି ଲୋକେ ଭୟଭୀତ ହୋଇଯାଇଥିବା ବେଳେ ସେମାନଙ୍କ ପୋଷା ଜୀବଙ୍କୁ ଏହା ସଂକ୍ରମିତ କରିପାରେ ବୋଲି ଅନେକେ ଆଶଙ୍କା ପ୍ରକାଶ କରୁଛନ୍ତି। ଏହି ସମୟରେ ବଲିଉଡ୍‌ ନାୟିକା ଅନୁଷ୍କା ଶର୍ମା ଅନୁରୋଧ କରିଛନ୍ତି ଆପଣମାନେ ଆପଣଙ୍କ ପୋଷା ପ୍ରାଣୀଙ୍କୁ ଘରୁ ବାହାର କରି ଦିଅନ୍ତୁ ନାହିଁ। ଆପଣଙ୍କ ସହ ସେମାନଙ୍କୁ ରଖନ୍ତୁ। ସେମାନଙ୍କୁ ପୂର୍ବପରି ସ୍ନେହ କରନ୍ତୁ ଓ ସେମାନଙ୍କର ଯତ୍ନ ନିଅନ୍ତୁ। ଏହି ଘଡିସନ୍ଧି ମୁହୂର୍ତ୍ତରେ ଆପଣମାନେ ହିଁ ସେମାନଙ୍କର ସବୁକିଛି ବୋଲି ଅନୁଷ୍କା କହିଛନ୍ତି। ଏବେ କରୋନା ଭାଇରସ ଯୋଗୁ ଅନୁଷ୍କା ନିଜ ଘରେ ବନ୍ଦ ହୋଇଥିବା ବେଳେ ସୋସିଆଲ ମିଡିଆ ମାଧ୍ୟମରେ ଲୋକଙ୍କୁ ଏହି ବାର୍ତ୍ତା ଦେଇଛନ୍ତି। ସୂଚନାଯୋଗ୍ୟ, ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଯେତେବେଳେ ସେଠାରେ ମହାମାରୀ ରୂପ ନେଇଥିଲା ସେତେବେଳେ ଲୋକେ ସେମାନଙ୍କ ପୋଷା ପ୍ରାଣୀଙ୍କୁ ବାହାରକୁ ଫୋପାଡି ଦେଉଥିବା ଖବର ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

ଟ୍ରମ୍ପଙ୍କ ଧମକ ପରେ ହର୍ମୁଜ ଖୋଲିବାକୁ ନେଇ ସର୍ତ୍ତ ରଖିଲା ଇରାନ, ବଢିବ ଭାରତର ଟେନସନ!

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକ ସମୟସୀମା ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ ମଙ୍ଗଳବାର ସା…

ନୀରବତା ଏକ ମୃଗତୃଷ୍ଣା

ଜଡ! ତୁମେ ନିଷ୍କ୍ରିୟ ହୋଇ ପଡ଼ିରହିଛ। ତୁମକୁ ମଣିଷ ହୋଇ ବଞ୍ଚି ରହିବାର କୌଣସି ଅଧିକାର ନାହିଁ। ଅତିଶୟ ଅନ୍ୟାୟର ବଳୟରେ ସୁପ୍ତପ୍ରାୟ ତୁମ ଜୀବନ ଧିକ୍‌…

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।…

ଝିଅଙ୍କୁ ଠାବ କରିବାରେ ପୋଲିସ ସହାୟତା କରିଥିବା ମାନିଲେ ବାପା

ବିଜୟଓ୍ବାଡ଼ା,୬ା୪: ଆନ୍ଧ୍ରପ୍ରଦେଶର ମାଚେର୍ଲାରେ ଜଣେ ୨୩ ବର୍ଷୀୟା ଯୁବତୀ ବାପାଙ୍କ ଇଚ୍ଛା ବିରୋଧରେ ବିବାହ କରିବାରୁ ତାଙ୍କୁ ମାରିଦିଆଯାଇଛି। ଟଙ୍କା ନେଇ ଝିଅଙ୍କୁ ଖୋଜି ବାହାର କରିବାରେ…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଯୁଦ୍ଧ ପ୍ରଭାବ: ଆମେରିକାରେ ଗ୍ୟାସ୍‌, ପରିବହନ ମହଙ୍ଗା

ଓ୍ବାଶିଂଟନ,୬ା୪(ପି.ଟି.): ଇରାନ ବିରୋଧରେ ଯୁଦ୍ଧ ଆମେରିକୀୟମାନଙ୍କ ଉପରେ ପ୍ରଭାବ ପକାଇବା ଆରମ୍ଭ କରିଛି। ଆମାଜନ ଏହାର ଇ-କମର୍ସ ଡେଲିଭରି ପାଇଁ ଇନ୍ଧନ ଶୁଳ୍କ ଘୋଷଣା କରିଥିବାବେଳେ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri