କରୋନା ଭୟ: ଘରେ ବାସନ ଧୋଉଛନ୍ତି ଏହି ଷ୍ଟାର

ମୁମ୍ବାଇ: ସାରା ଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଥିବା ବେଳେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। କରୋନା ଭାଇରସ୍‌ରେ ସଂକ୍ରମିତଙ୍କ ସଂଖ୍ୟା ଏପର୍ଯ୍ୟନ୍ତ ୫୦୦ରୁ ଊର୍ଦ୍ଧ୍ୱ ହୋଇଥିବା ବେଳେ ଏଥିରେ ମୃତ୍ୟୁ ସଂଖ୍ୟା ୧୦ରେ ପହଞ୍ଚିଛି। ପ୍ରାୟ ରାଜ୍ୟଗୁଡିକ ଏବେ ଲକ୍‌ଡାଉନ୍‌ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଲୋକମାନେ ଘରେ ବନ୍ଦୀ ହୋଇ ରହୁଛନ୍ତି। ବଲିଉଡ୍‌ ସେଲିବ୍ରିଟି ମଧ୍ୟ ସେଲ୍ଫ ଆଇସୋଲେଶନ୍‌ରେ ରହୁଛନ୍ତି। ଏଭଳି ସ୍ଥିତିରେ ସୋସିଆଲ ମିଡିଆରେ ସମସ୍ତେ ନିଜ ନିଜର କାର୍ଯ୍ୟକଳାପକୁ ଶେୟାର କରୁଥିବା ନଜର ଆସିଛି। ଏହି ଭିଡିଓ ଜରିଆରେ ଘରେ ରହି ସୁରକ୍ଷିତ ରହିବା ସହ ସରକାରଙ୍କ ସହ ମିଶି କରୋନା ମହାମାରୀକୁ ହରାଇବା ପାଇଁ ସମସ୍ତଙ୍କୁ ପରାମର୍ଶ ଦେଉଛନ୍ତି। ତେବେ ଏଥିରେ ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ ଓ ଅଭିନେତା କାର୍ତ୍ତିକ ଆର୍ୟନ ମଧ୍ୟ ପଛରେ ରହି ନାହାନ୍ତି। ସେମାନଙ୍କର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଲକ୍‌ଡାଉନ୍‌ ଯୋଗୁ ଘରେ କାମ କରୁଥିବା ମହିଳା ଆସିପାରୁ ନ ଥିବାରୁ ବି-ଟାଉନ୍‌ ସେଲିବ୍ରିଟିଙ୍କୁ ଏବେ ନିଜ କାମ ନିଜକୁ କରିବାକୁ ପଡ଼ୁଛି। ପୂର୍ବରୁ କ୍ୟାଟ୍ରିନା ଘରେ ଗିଟାର ବଜାଉଥିବାର ଏକ ଭିଡିଓ ସାମ୍ନାକୁ ଆସିଥିବା ବେଳେ ଏବେ ବାସନ ଧୋଉଥିବାର ଏକ ଭିଡିଓ ଦେଖିବାକୁ ମିଳିଛି। ବାସନ ଧୋଇବା ସହ ପାଣି କିଭଳି ସଞ୍ଚୟ କରିବା ସେନେଇ ଏହି ଭିଡିଓ ଜରିଆରେ ସମସ୍ତଙ୍କୁ ସେ ଏକ ବାର୍ତ୍ତା ଦେଇଛନ୍ତି। ସେହିପରି କାର୍ତ୍ତିକ ଆର୍ୟନ ମଧ୍ୟ ଘରେ ରହି ବାସନ ଧୋଉଥିବାର ଏକ ଭିଡିଓଟିରେ ଦେଖିବାକୁ ମିଳିଛି। କରୋନା ଯୋଗୁ ସମସ୍ତ ଶୁଟିଂ ବନ୍ଦ ଥିବାରୁ ସବୁ ସେଲିବ୍ରିଟିମାନେ ଘରେ ଆଇସୋଲେଶନ୍‌ରେ ରହି ନିଜ ମନପସନ୍ଦର କାର୍ଯ୍ୟକଳାପ କରିବା ସହ ସୋସିଆଲ ମିଡିଆରେ ଭିଡିଓ ଶେୟାର କରି ଲୋକଙ୍କୁ ସଚେତନ କରୁଥିବା ନଜର ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri