Posted inଜାତୀୟ

କରୋନା ଭୟ: ଦିଲ୍ଲୀରେ ବନ୍ଦ ହେଲା ସମସ୍ତ ମଲ୍‌ ଖୋଲାରହିବ ଔଷଧ ସହ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ

ନୂଆଦିଲ୍ଲୀ,୨୦।୩: ଦେଶରେ ଦିନକୁ ଦିନ ବୃଦ୍ଧି ପାଉଥିବା କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ଦିଲ୍ଲୀ ସରକାର ଶୁକ୍ରବାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦିଲ୍ଲୀରେ ସମସ୍ତ ଶପିଂ ମଲ୍‌କୁ ବନ୍ଦ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଟୁଇଟ କରି ସମସ୍ତଙ୍କୁ ଜଣାଇଛନ୍ତି। ସେ କହିଛନ୍ତି, ଏହି ବନ୍ଦ ସମୟରେ ମଲ୍‌ରେ କେବଳ ପନିପରିବା ଉପଲବ୍ଧ ହୋଇପାରିବ। ଏଥିସହ ମେଡିକାଲ ଷ୍ଟୋର ଓ ଖାଦ୍ୟସାମଗ୍ରୀ ଦୋକାନ ମଧ୍ୟ ଖୋଲା ରହିବ। ଏଭଳି ସ୍ଥିତିରେ ଲୋକଙ୍କୁ ଭୟ ନ କରିବାକୁ ଏବଂ ଘରେ ଖାଦ୍ୟସାମଗ୍ରୀ ସଂରକ୍ଷିତ ରଖିବା କୌଣସି ଆବଶ୍ୟକତା ନାହିଁ ବୋଲି କେଜରିଓ୍ବାଲ ପରାମର୍ଶ ଦେଇଛନ୍ତି। ଏତଦ୍‌ ବ୍ୟତୀତ ଦିଲ୍ଲୀ ସରକାର ଅଧିନରେ ଥିବା ସମସ୍ତ ଅନାବଶ୍ୟକ ସରକାରୀ କାର୍ଯ୍ୟାଳୟ ଓ ସେବାକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। କେବଳ ଜନସାଧାରଣଙ୍କ ସହ ଜଡିତ ଥିବା ମନ୍ତ୍ରଣାଳୟ ଖୋଲା ରହିବ। ଯେଉଁ କର୍ମଚାରୀଙ୍କ ବୟସ ୫୫ରୁ ଊର୍ଦ୍ଧ୍ୱ ରହିଛି ସେମାନେ ଘରେ ରହି କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି କାର୍ଯ୍ୟାଳୟରେ ଯଦି କୌଣସି କର୍ମଚାରୀଙ୍କ ଆବଶ୍ୟକତା ନାହିଁ ସେମାନେ ମଧ୍ୟ ଘରେ ବସି କାର୍ଯ୍ୟ କରିପାରିବେ। ଏହି ସମୟରେ ସ୍ଥାୟୀ ଓ ଠିକା କର୍ମଚାରୀଙ୍କୁ ଦରମା ମଧ୍ୟ ପ୍ରଦାନ କରାଯିବ ବୋଲି କେଜରିଓ୍ବାଲ କହିଛନ୍ତି। ସୂଚନାଯୋଗ୍ୟ, ଦେଶରେ ଗତ ୪୮ଘଣ୍ଟା ମଧ୍ୟରେ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ଅତ୍ୟଧିକ ବୃଦ୍ଧି ପାଇଥିବାରୁ ସୁରକ୍ଷା ଦୃଷ୍ଟିରୁ ରାଜ୍ୟ ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି। ଏପର୍ଯ୍ୟନ୍ତ ଭାରତରେ କରୋନା ଭାଇରସ୍‌ରେ ସଂକ୍ରମିତ ହୋଇ ୫ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

୯୮ କେନ୍ଦ୍ରରେ ହେବ ମାଟ୍ରିକ୍‌ ପରୀକ୍ଷା: ଏଥର ପରୀକ୍ଷା ଦେବେ ୧୭,୯୬୭ ଛାତ୍ରୀଛାତ୍ର

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୯ତାରିଖରୁ ହାଇସ୍କୁଲ ସାର୍ଟିଫିକେଟ୍‌(ମାଟ୍ରିକ) ପରୀକ୍ଷା ଆରମ୍ଭ ହେବ। ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ପ୍ରତ୍ୟେକ ଦିନ ଗୋଟିଏ ବିଷୟରେ ପରୀକ୍ଷା ହେବ।…

୫ ମିନିଟ୍‌ ବ୍ୟବଧାନ, ଗୋଟିଏ ଗାଡ଼ିରେ ୨ ମିଲକୁ ଯାଇଛି ଧାନ: ପଦାରେ ପଡ଼ିଲା ଧାନ କିଣାବିକା ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ କିଣାବିକା ସମସ୍ୟା ନୂଆ ନୁହେଁ। ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ଏହି ଜିଲାରେ ଏହା ସାଧାରଣରେ ପରିଣତ ହୋଇଛି। ମିଲର୍ସଙ୍କ ଇଚ୍ଛାରେ ଧାନକିଣା…

ପୁଣି ଅଶାନ୍ତ ବରଗଡ଼: ବୁଲିଲା ଛୁରି-ଭୁଜାଲି, ଯୁବକ ଆହତ

ବରଗଡ଼,୧୮ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଏଠାରେ ଦିନ ଦ୍ବିପ୍ରହରରେ ଭୁଜାଲି ମାଡ, ଛୁରାମାଡ଼ ହେଉଛି। ଗତ କିଛିଦିନ ତଳେ ବରଗ ହାଟପଦାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri