Posted inଜାତୀୟ

କରୋନା ଭୟ: ଦିଲ୍ଲୀରେ ବନ୍ଦ ହେଲା ସମସ୍ତ ମଲ୍‌ ଖୋଲାରହିବ ଔଷଧ ସହ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ

ନୂଆଦିଲ୍ଲୀ,୨୦।୩: ଦେଶରେ ଦିନକୁ ଦିନ ବୃଦ୍ଧି ପାଉଥିବା କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ଦିଲ୍ଲୀ ସରକାର ଶୁକ୍ରବାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦିଲ୍ଲୀରେ ସମସ୍ତ ଶପିଂ ମଲ୍‌କୁ ବନ୍ଦ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଟୁଇଟ କରି ସମସ୍ତଙ୍କୁ ଜଣାଇଛନ୍ତି। ସେ କହିଛନ୍ତି, ଏହି ବନ୍ଦ ସମୟରେ ମଲ୍‌ରେ କେବଳ ପନିପରିବା ଉପଲବ୍ଧ ହୋଇପାରିବ। ଏଥିସହ ମେଡିକାଲ ଷ୍ଟୋର ଓ ଖାଦ୍ୟସାମଗ୍ରୀ ଦୋକାନ ମଧ୍ୟ ଖୋଲା ରହିବ। ଏଭଳି ସ୍ଥିତିରେ ଲୋକଙ୍କୁ ଭୟ ନ କରିବାକୁ ଏବଂ ଘରେ ଖାଦ୍ୟସାମଗ୍ରୀ ସଂରକ୍ଷିତ ରଖିବା କୌଣସି ଆବଶ୍ୟକତା ନାହିଁ ବୋଲି କେଜରିଓ୍ବାଲ ପରାମର୍ଶ ଦେଇଛନ୍ତି। ଏତଦ୍‌ ବ୍ୟତୀତ ଦିଲ୍ଲୀ ସରକାର ଅଧିନରେ ଥିବା ସମସ୍ତ ଅନାବଶ୍ୟକ ସରକାରୀ କାର୍ଯ୍ୟାଳୟ ଓ ସେବାକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। କେବଳ ଜନସାଧାରଣଙ୍କ ସହ ଜଡିତ ଥିବା ମନ୍ତ୍ରଣାଳୟ ଖୋଲା ରହିବ। ଯେଉଁ କର୍ମଚାରୀଙ୍କ ବୟସ ୫୫ରୁ ଊର୍ଦ୍ଧ୍ୱ ରହିଛି ସେମାନେ ଘରେ ରହି କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି କାର୍ଯ୍ୟାଳୟରେ ଯଦି କୌଣସି କର୍ମଚାରୀଙ୍କ ଆବଶ୍ୟକତା ନାହିଁ ସେମାନେ ମଧ୍ୟ ଘରେ ବସି କାର୍ଯ୍ୟ କରିପାରିବେ। ଏହି ସମୟରେ ସ୍ଥାୟୀ ଓ ଠିକା କର୍ମଚାରୀଙ୍କୁ ଦରମା ମଧ୍ୟ ପ୍ରଦାନ କରାଯିବ ବୋଲି କେଜରିଓ୍ବାଲ କହିଛନ୍ତି। ସୂଚନାଯୋଗ୍ୟ, ଦେଶରେ ଗତ ୪୮ଘଣ୍ଟା ମଧ୍ୟରେ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ଅତ୍ୟଧିକ ବୃଦ୍ଧି ପାଇଥିବାରୁ ସୁରକ୍ଷା ଦୃଷ୍ଟିରୁ ରାଜ୍ୟ ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି। ଏପର୍ଯ୍ୟନ୍ତ ଭାରତରେ କରୋନା ଭାଇରସ୍‌ରେ ସଂକ୍ରମିତ ହୋଇ ୫ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri