କରୋନା ଭୟ: ବିଦେଶୀ ପର୍ଯ୍ୟଟକ ଦେଖି ପାଟିତୁଣ୍ଡ କଲେ ଲୋକେ, ଜଙ୍ଗଲରୁ ଉଦ୍ଧାର

ଠାକୁରମୁଣ୍ଡା,୨୪ା୩(ଡ଼ି.ଏନ୍‌.ଏ.)- ଇସ୍ରାଏଲରୁ ଭ୍ରମଣ ଉଦ୍ଦେଶ୍ୟରେ ଆସିଥିବା ଜଣେ ପର୍ଯ୍ୟଟକଙ୍କୁ ମଙ୍ଗଳବାର ଅପରାହ୍ନରେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅଞ୍ଚଳରୁ ପୋଲିସ ଉଦ୍ଧାର କରିଛି। ସେ ଏକ ବାଇକ୍‌ରେ କେତେକ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ବାନ୍ଧି ଠାକୁରମୁଣ୍ଡା-ଉଦଳା ରାସ୍ତା ଦେଇ ଯାଉଥିବା ବେଳେ ପତ୍ରପଡା ନିକଟରେ ଅଟକି ଥିଲେ। କରୋନା ଲାଗି ଭୟଭୀତ ହୋଇପଡିଥିବା ସ୍ଥାନୀୟ ଲୋକେ ସେଠାରେ ଜଣେ ବିଦେଶୀ ପର୍ଯ୍ୟଟକଙ୍କ ଉପସ୍ଥିତି ଦେଖି ଏହାକୁ ସହଜରେ ଗ୍ରହଣ କରି ନ ପାରି ନ ଥିଲେ। ସେମାନେ ପାଟିତୁଣ୍ଡ କରିବାରୁ ବିଦେଶୀ ପର୍ଯ୍ୟଟକ ଜଣଙ୍କ ଭୟରେ ରାସ୍ତାକଡ଼ ଜଙ୍ଗଲ ମଧ୍ୟକୁ ପଶି ଯାଇଥିଲେ। ଲୋକେ ପିଛା କରି ତାଙ୍କୁୁ ଅଟକ ରଖିଥିଲେ। ସ୍ଥାନୀୟ ବନ କର୍ମଚାରୀ ଏହା ଜାଣି ଘଟଣାସ୍ଥଳକୁ ଯାଇ ଏ ସମ୍ପର୍କରେ ମହୁଲଡିହା ଥାନକୁ ଜଣାଇଥିଲେ। ପୋଲିସ ପହଞ୍ଚି ସେଠାରୁ ପର୍ଯ୍ୟଟକଙ୍କୁ ଉଦ୍ଧାର କରିଥିଲା। ପରେ ସ୍ବାସ୍ଥ୍ୟ ପରୀକ୍ଷା ସକାଶେ ତାଙ୍କୁ ଆଣଇ ଅପରାହ୍ନ ସାଢେ ୪ଟାରେ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାରମ୍ଭିକ ପରୀକ୍ଷା ପରେ ବିଦେଶୀ ପର୍ଯ୍ୟଟକଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ଥିବା ଡାକ୍ତର କହିଛନ୍ତି। ଖବର ପାଇ ବିଡ଼ିଓ ଶ୍ୟାମସୁନ୍ଦର ଟୁଡୁ ଏବଂ ତହସିଲଦାର ପ୍ରଦ୍ୟୁମ୍ନ କୁମାର ନାୟକ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ଅନୁଧ୍ୟାନ କରିଥିଲେ। ଏହି ବିଦେଶୀ ପର୍ଯ୍ୟଟକ ଗତ ଜାନୁୟାରୀରେ ପାସପୋର୍ଟ କରି ଭାରତକୁ ଆସି ବିଭିନ୍ନ ସ୍ଥାନ ଭ୍ରମଣ କରୁଥିଲେ। ସେ କେରଳରୁ ବାଇକ୍‌ ଧରି ଓଡ଼ିଶା ଆସି ମୟୂରଭଞ୍ଜ ପରିଦର୍ଶନରେ ଆସିଥିଲେ ବୋଲି ପୋଲିସ କହିଛି। ଠାକୁରମୁଣ୍ଡାରେ ପ୍ରାଥମିକ ସ୍ବାସ୍ଥ୍ୟ ପରୀକ୍ଷା ପରେ ତାଙ୍କୁ ଏକ ଆମ୍ବୁଲାନ୍ସ ଯୋଗେ ବାରିପଦା ପଠାଯାଇଛି। ତାଙ୍କୁ ଛଡାଯିବ କିମ୍ବା ଅଧିକ ଚିକିତ୍ସା କରାଯିବ ସେ ନେଇ ମୟୂରଭଞ୍ଜ ଜିଲାପାଳି ନିଷ୍ପତ୍ତି ନେବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ...

ଚାଲାଣ ସମୟରେ ଜବତ ହୋଇଥିବା ଗୋରୁମାନଙ୍କୁ ଅଭିଯୁକ୍ତ ମାଲିକଙ୍କୁ ହସ୍ତାନ୍ତର କରାଯାଇପାରିବ ନାହିଁ: ଓଡ଼ିଶା ହାଇକୋର୍ଟ

କଟକ,୨୭।୪: ନିର୍ଦୟ ଭାବେ ଚାଲାଣ ହେବା ସମୟରେ ଜବତ ହୋଇଥିବା ଗୋରୁ ମାନଙ୍କୁ ସେମାନଙ୍କର ମାଲିକଙ୍କୁ ହସ୍ତାନ୍ତର କରାଯିବ ନାହିଁ। ଗୋରୁ ମାନଙ୍କ ପ୍ରତି କରାଯାଉଥିବା...

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଦେଇଛି ଭାଜପା। ତେଲକୋଇରୁ ଫକୀର...

ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ଟିକେଟ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ...

ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଏଇଠୁ ଲଢିବେ…

ଭୁବନେଶ୍ୱର,୨୭।୪: ଓଡିଶା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାରତୀୟ ଜନତା ପାର୍ଟି। ବିଧାନସଭା ନିର୍ବାଚନ ପାଇଁ ବାକି ଥିବା ୮ ଆସନରେ ପ୍ରାର୍ଥୀ...

ବନ କର୍ମଚାରୀଙ୍କୁ ଆକ୍ରମଣ କରି ବନ୍ଧା ହେଲେ ୩

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜର ନୟାକୋଟ ବିଟ୍‌ର ଫରେଷ୍ଟର ଏବଂ ସ୍କ୍ବାଡ କର୍ମଚାରୀଙ୍କୁ ଆକ୍ରମଣ କରିବା ଘଟଣାରେ ବନ ବିଭାଗ ୩ଜଣଙ୍କୁ...

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

ଯୋଡିଶଙ୍ଖ ପାଇଁ ପ୍ରଚାର କଲେ ସୁର ରାଉତରାୟ, ଭିଡିଓ ଭାଇରାଲ

ଭୁବନେଶ୍ୱର,୨୭।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଯୋଡି ଶଙ୍ଖକୁ ଭୋଟ ନାରା ପରେ ସୁର ରାଉତରାୟ ଶନିବାର ଏହାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri