କରୋନା ଭୟ: ମାର୍ଚ୍ଚ ୨୯ ଯାଏ ବିଧାନସଭା ମୁଲତବୀ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ଭାଇରସ୍‌ ସଂକ୍ରମଣ ଜନିତ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଧାନସଭା ବଜେଟ ଅଧିବେଶନକୁ ମୁଲତବୀ କରାଯାଇଛି। ଆସନ୍ତା ମାର୍ଚ୍ଚ ୨୯ ତାରିଖ ପର୍ଯ୍ୟନ୍ତ ବିଧାନସଭା ମୁଲତବୀ ଘୋଷଣା କରାଯାଇଛି। ବିଧାନସଭା ସ୍ଥଗିତ ପ୍ରସ୍ତାବ ଧ୍ୱନିମତରେ ପାରିତ ହୋଇଛି। ଅପରପକ୍ଷେ ବଜେଟ ଅଧିବେଶନ ଏପ୍ରିଲ ୯ ଯାଏ ଚାଲିବାକୁ ଦିନ ଧାର୍ଯ୍ୟ ହୋଇଛି।

ସୂଚନାଯୋଗ୍ୟ, ଭାରତରେ କରୋନା ସଂକ୍ରମଣରେ ଜଣଙ୍କର ମୃତ୍ୟୁ ହେବା ପରେ ଓଡ଼ିଶା ସରକାରଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏହାକୁ ନେଇ ମାର୍ଚ୍ଚ ୨୯ ତାରିଖ ପର୍ଯ୍ୟନ୍ତ ବିଧାନସଭା ସ୍ଥଗିତ ପାଇଁ ଶାସକ ଦଳ ମୁଖ୍ୟ ସଚେତକ ପ୍ରସ୍ତାବ ଦେଇଥିଲେ। ଏହି ପ୍ରସ୍ତାବକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ବିରୋଧ କରିଥିବା ବେଳେ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ସମର୍ଥନ ଜଣାଇଥିଲେ। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ କରୋନାକୁ ରାଜ୍ୟ ବିପର୍ଯ୍ୟୟ ସହ ସମସ୍ତ ସ୍କୁଲକୁ ମାର୍ଚ୍ଚ ୩୧ ଯାଏ ବନ୍ଦ ରଖିବାକୁ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri