Posted inଜାତୀୟ

କରୋନା ଭୟ: ଶ୍ରଦ୍ଧାଳୁଙ୍କ ପାଇଁ ବୈଷ୍ଣୋଦେବୀ ଯାତ୍ରା ବନ୍ଦ

ଜମ୍ମୁ,୧୮।୩: କରୋନା ଭାଇରସ୍‌ ଯୋଗୁ ଜମ୍ମୁ-କଶ୍ମୀରର ପ୍ରମୁଖ ତୀର୍ଥସ୍ଥଳୀ ମା’ ବୈଷ୍ଣୋଦେବୀଙ୍କ ଯାତ୍ରାକୁ ସ୍ଥଗିତ ରଖାଯିବାକୁ ନିଷ୍ପତ୍ତି ନିଆଯାଇଛି। ବୁଧବାରଠାରୁ ଏହି ଯାତ୍ରାକୁ ସରକାର ବନ୍ଦ କରିଦେଇଛନ୍ତି। ଏଥିସହ ଜମ୍ମୁ-କଶ୍ମୀରକୁ ଆସୁଥିବା ଓ ଯାଉଥିବା ସମସ୍ତ ଅନ୍ତର୍ଜାତୀୟ ବସ୍‌ ପରିଚାଳନା ଉପରେ ମଧ୍ୟ ପ୍ରତିବନ୍ଧକ ଲଗାଯାଇଛି। ସତର୍କତା ଦୃଷ୍ଟିରୁ ସେଠାରେ ଏପର୍ଯ୍ୟନ୍ତ ସମସ୍ତ ଯାତ୍ରୀଙ୍କୁ ଥର୍ମାଲ ଯାଞ୍ଚ କରାଯାଇ ମନ୍ଦିରକୁ ଛଡା ଯାଉଥିଲା। ଏଥିସହ ଯାତ୍ରା ମାର୍ଗରେ ପ୍ରାଥମିକ ଚିକିତ୍ସାର ବ୍ୟବସ୍ଥା କରାଯାଇଥିଲା ବୋଲି ମା’ ବୈଷ୍ଣୋଦେବୀ ମନ୍ଦିରର ଶ୍ରାଇନ୍‌ ବୋର୍ଡ ପକ୍ଷରୁ ସୂଚନା ମିଳିଛି। କିନ୍ତୁ ନବରାତ୍ର ସମୟରେ ମା’ଙ୍କ ଦର୍ଶନ ପାଇଁ ଏଠାକୁ ପ୍ରାୟ ୩ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଆସିଥାନ୍ତି। ହେଲେ ବର୍ତ୍ତମାନ ଦେଶରେ କରୋନା ଭାଇରସ୍‌ ବୃଦ୍ଧି ପାଉଥିବାରୁ ସତର୍କତା ଦୃଷ୍ଟିରୁ ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି। ଅପରପକ୍ଷେ ଏହି ବନ୍ଦ ଯୋଗୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତ ୩ଟି ଘଟଣା ସାମ୍ନାକୁ ଆସିଥିବା ବେଳେ ଲଦାଖରେ ୮ଜଣ ରୋଗୀ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୯ ମୃତ ୪୦ରୁ ଅଧିକ ଆହତ

ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୯ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି…

ମହାବିଷୁବ ସଂକ୍ରାନ୍ତି: ଚଳଚଞ୍ଚଳ ସୁଆମ ଛକ

ପାଟଣା,୧୪।୪(ବୀର କିଶୋର ଦାଶ): ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତିରେ ମଙ୍ଗଳବାର କେନ୍ଦୁଝର ଜିଲା ପାଟଣା ବ୍ଲକ ସୁଆମ ଛକ ହନୁମାନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖାଇବାକୁ ମିଳିଥିଲା।…

ଦେଶର ଏହି ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇନି ଭାଜପା; ସଂଖ୍ୟା ଜାଣିଲେ ତାଜୁବ ହେବେ…

୧୪ ଏପ୍ରିଲ ୨୦୨୬ ବିହାର ରାଜନୀତିରେ ଏକ ପ୍ରମୁଖ ପରିବର୍ତ୍ତନର କାରଣ ହୋଇଥିଲା। ବିଶେଷକରି, ସମ୍ରାଟ ଚୌଧୁରୀଙ୍କୁ ବିହାରରେ ଭାଜପା ବିଧାୟକ ଦଳର ନେତା ଭାବରେ ନିର୍ୱାଚିତ…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ଲୋକ ସଭାରେ ରହିବେ ୮୫୦ ଏମପି; କେନ୍ଦ୍ର ସରକାରଙ୍କ ବଡ଼ ପ୍ଲାନ…

ନୂଆଦିଲ୍ଲୀ,୧୪।୪: ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ (ମହିଳା ସଶକ୍ତିକରଣ ଆଇନ) କାର୍ଯ୍ୟକାରୀ କରିବା ପାଇଁ ସରକାର ଏପ୍ରିଲ ୧୬ ରୁ ଏପ୍ରିଲ ୧୮ ପର୍ଯ୍ୟନ୍ତ ସଂସଦର ଏକ…

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri