କରୋନା ଭୟ: ସଭା, ପାର୍କ ବନ୍ଦ କଲା ପ୍ରଶାସନ

ଫୁଲବାଣୀ ଅଫିସ/ଦାରିଙ୍ଗିବାଡି, ୧୪। ୩

କରୋନା ଭୟ ଏବେ ସବୁଠି ଘାରିଛି। କରୋନା ପାଇଁ ବିଭିନ୍ନ ସଚେତନତାମୂଳକ ପଦକ୍ଷେପ ନିଆଯାଉଛି। ରାଜ୍ୟ ସରକାର ଆସନ୍ତା ୩୧ ପର୍ଯ୍ୟନ୍ତ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳମାନଙ୍କୁ ମଧ୍ୟ ଏଦିଗରେ ପଦକ୍ଷେପ ନିଆଯିବା ପାଇଁ କୁହାଯାଇଛି। ଜିଲାପାଳ ଡା. ବୃନ୍ଦା ଡି ଏହାକୁ ଗୁରତ୍ୱର ସହ ନେଇଛନ୍ତି। ପ୍ରଥମ ପଦକ୍ଷେପ ସ୍ବରୁପ ଫୁଲବାଣୀ କରୋନେସନ ପଡିଆରେ ଜିଲା ଲେଖକ ସାମୁଖ୍ୟ ପକ୍ଷରୁ ୧୨ରୁ ଆରମ୍ଭ ହେବାକୁ ଥିବା ପୁସ୍ତକ ମେଳାକୁ ବାତିଲ କରିଛନ୍ତି। ସେହିପରି ସଭା ସମିତି କରି ଗହଳି ନ କରିବା, ଲଜ୍‌ ଗୁଡିକ ଉପରେ ନଜର ରଖିବାକୁ ଜିଲାସ୍ତରୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତାମିଲନାଡୁରେ ଜିଲାର ଅଧିକାଂଶ ଲୋକ କାମ କରୁଥିବାରୁ ସେମାନଙ୍କ ଯାତାୟତ ଉପରେ ନଜର ରଖାଯାଇଥିବା ଜିଲାପାଳ ସୂଚନା ଦେଇଛନ୍ତି। ସେହିପରି ଲୋକଙ୍କୁ କରୋନା ସମ୍ପର୍କରେ ସଚେତନ ପାଇଁ ସଚେତନ ରଥ ବୁଲୁଥିବା ଏବଂ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯାଉଥିବା ଜିଲାପାଳ ପ୍ରକାଶ କରିଛନ୍ତି।
ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ ଜିଲା ପଞ୍ଚାୟତ ଅଧିକାରୀ କିଶୋର ଚନ୍ଦ୍ର ପାଢ଼ୀ ଯାଇ କରୋନା ସମ୍ପର୍କରେ ସଚେତନ କରାଇଛନ୍ତି। ରାଜ୍ୟ ବାହାରେ କେରଳ, ତାମିଲନାଡୁ, କର୍ନାଟକରେ କାମ କରୁଥିବା ଲୋକେ ଗ୍ରାମକୁ ଫେରିଲେ ସେମାନଙ୍କୁ ତୁରନ୍ତ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣି ସ୍ବାସ୍ଥ୍ୟପରୀକ୍ଷା କରାଇବାକୁ ପରାମର୍ଶ ଦେଇଛନ୍ତି। ସନ୍ଦେହ ହେଲେ ଜିଲା ମୁଖ୍ୟ ଚିକିତ୍ସାଳୟରେ କରୋନା ପାଇଁ ଖୋଲାଯାଇଥିବା ସ୍ବତନ୍ତ୍ର ୱାର୍ଡ଼କୁ ନେବାକୁ ଲୋକମାନଙ୍କୁ କହିଛନ୍ତି। ଦାରିଙ୍ଗବାଡ଼ି ପଞ୍ଚାୟତ କାର୍ଯ୍ୟାଳୟରେ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ରବୀନ୍ଦ୍ରନାଥ ବେହେରା ଏବଂ ପଞ୍ଚାୟତ ନିର୍ବାହୀ ଅଧିକାରୀ ଲୋକନାଥ ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି। ଦାରିଙ୍ଗବାଡ଼ିର ପର୍ଯ୍ୟଟନସ୍ଥଳୀ ଗୁଡ଼ିକୁ ବନ୍ଦ କରି ଦିଆଯାଇଛି। ନେଚର ପାର୍କ, ହିଲ୍‌ଭିୟୁ ପାର୍କ, କଫି ବଗିଚା ଆଦିକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ ରଖାଯାଇଛି। ନେଚରପାର୍କ ଆସନ୍ତା ୩୧ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ବାଲିଗୁଡ଼ା ଡିଏଫ୍‌ଓ ବିଶ୍ୱନାଥନ୍‌ ନିଲନଭର କହିଛନ୍ତି। ହିଲ୍‌ଭିୟୁପାର୍କ ଦାୟିତ୍ୱରେ ରହିଥିବା ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଟ ମଧ୍ୟ ପାର୍କ ବନ୍ଦ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri