Posted inରାଜ୍ୟ

କରୋନା ଭୟ:ପରୀକ୍ଷା ଦେଇପାରିଲେନି ୨ ଛାତ୍ରୀ

ବାଙ୍କୀ,୧୫।୩(ସ୍ବ.ପ୍ର.): କରୋନା ଭୟରେ ବାଙ୍କୀ ଡମପଡ଼ା ବ୍ଳକ ଅନ୍ତର୍ଗତ ଏକ ଆଦର୍ଶ ବିଦ୍ୟାଳୟରେ ଶନିବାର ଜଣେ ଅଷ୍ଟମ ଓ ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀ ବାର୍ଷିକ ପରୀକ୍ଷା ଦେବାରୁ ବଞ୍ଚତ୍ତ ହୋଇଛନ୍ତି। ଉଭୟେ ଗୋଟିଏ ପରିବାରର ଓ ସମ୍ପର୍କରେ ଭଉଣୀ । ଭଉଣୀ ଦ୍ୱୟ ପରୀକ୍ଷା ଦେବାକୁ ଆସିଥିବା ବେଳେ ଝାଡ଼ା ଓ ଜ୍ୱରରେ ପୀଡ଼ିତ ହୋଇଥିବା ଲକ୍ଷ୍ୟ କରି ପ୍ରଧାନ ଶିକ୍ଷକ ସେମାନଙ୍କୁ ପରୀକ୍ଷା ଦେବାକୁ ବାରଣ କରିଥିଲେ। ଏସମ୍ପର୍କରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଆଶୁତୋଷ ସାମଲ କହିଛନ୍ତି, ପିଲା ଦୁହେଁ ଅସୁସ୍ଥଥିବାରୁ ସେମାନଙ୍କୁ ପରୀକ୍ଷା ଦେବାକୁ ଅନୁମତି ଦିଆଯାଇ ନଥିଲା। ଉଭୟଙ୍କ ଦେହ ୨୪ତାରିଖ ଭିତରେ ଭଲ ହୋଇଗଲେ ସେମାନଙ୍କ ପାଇଁ ସ୍ବତନ୍ତ୍ର ପରୀକ୍ଷା କରାଯିବାକୁ ବ୍ୟବସ୍ଥା କରାଯିବ। ଅପରପକ୍ଷେ ଏହି ପରୀକ୍ଷା କେନ୍ଦ୍ରରେ ୨୦୦ ପିଲା ପରୀକ୍ଷା ଦେଉଥିବା ବେଳେ କେବଳ ୨ ଜଣ ଛାତ୍ରୀଙ୍କୁ ପରୀକ୍ଷା ଦେବାରୁ ବଞ୍ଚତ୍ତ କରାଯାଇଥିବାରୁ ଅଭିଭାବକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ରାଜ୍ୟ ସରକାର କରୋନାକୁ ରାଜ୍ୟ ବିପତ୍ତି ଘୋଷଣା କରି ସ୍କୁଲ କଲେଜରେ ପାଠପଢ଼ା ବନ୍ଦ କରିଛନ୍ତି। ଏଭଳି ସ୍ଥିତିରେ ବିଦ୍ୟାଳୟଗୁଡିକରେ ବାର୍ଷିକ ପରୀକ୍ଷା ବନ୍ଦ କରିବା ପାଇଁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ବାଇକ୍ ଦୁର୍ଘଟଣାରେ ଯୁବକ ରକ୍ତ ଜୁଡ଼ୁବୁଡ଼ୁ: ମିଳିଲାନି ଆମ୍ବୁଲାନ୍ସ, ମୋବାଇଲ ଟର୍ଚ୍ଚ ଆଲୁଅରେ ହେଲା ଷ୍ଟିଚ୍!

ଥୁଆମୂଳ ରାମପୁର, ୩୦।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା ସ୍ଥିତ ହେଲୋ ପଏଣ୍ଟ (ନାଏକପଡ଼ା) ଛକ ନିକଟରେ ଶନିବାର ମଧ୍ୟାହ୍ନ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri