କରୋନା ମାଡ଼ ପରେ ଚାଷୀଙ୍କୁ କରାମାଡ଼ ଚିନ୍ତା

ଦେଓଗାଁ,୧୯ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକରେ କରୋନା ଯୋଗୁଁ ହୋଇଥିବା ଲକଡାଉନ ଯୋଗୁ ପ୍ରଭାବିତ ହୋଇଥିବା ଚାଷୀଙ୍କୁ ଏବେ ଅଦିନିଆ ବର୍ଷା ଓ କରାମାଡ଼ ଚିନ୍ତା ଘାରିଛି। ଶନିବାର ସନ୍ଧ୍ୟାରେ ଦେଓଗାଁ ବ୍ଲକର ବିଭିନ୍ନ ଅଞ୍ଚଳରେ ଘଡଘଡି ସହ ଝଡବର୍ଷା ହୋଇଥିଲା ା ଏଥିରେ ବ୍ୟାପକମାତ୍ରାରେ ରବିଧାନ ଫସଲ ସହିତ ପରିବା ଚାଷ ନଷ୍ଟ ହୋଇଛି। ବ୍ଲକ ଅନ୍ତର୍ଗତ ବନ୍ଧପଡା, ରାମଚନ୍ଦ୍ରପୁର, ଦେଷଣ୍ଡ, ଲଣ୍ଡାପଥର, ଧଣ୍ଡାମାଲ, ଗାଇବାହାଲ, ବ୍ରାହ୍ଣଣୀଯୋର ଓ ସଦର ବ୍ଲକର ଭୂତିଆରବାହାଲ ଆଦି ପଞ୍ଚାୟତରେ ପନିପରିବା ଚାଷ କରାମାଡରେ କ୍ଷତିଗ୍ରସ୍ତ ହୋଇଥିବା ଚାଷୀମାନେ ଅଭିଯୋଗ କରିଛନ୍ତି ା ଦେଷଣ୍ଡ ପଞ୍ଚାୟତର ଗମ୍ଭାରୀମାଲର ଚାଷୀ ଜଗଦୀଶ ସାହୁଙ୍କ କହିବାନୁସାରେ କରାମାଡ ଯୋଗୁଁ ୨୫ ଏକରରୁ ଊର୍ଦ୍ଧ୍ୱ ଜମିରେ ହୋଇଥିବା ଧାନ ସମେତ ପନିପରିବା ଚାଷ ଉଜୁଡି ଯାଇଛି ା ଏଥିସହ ତରଭୂଜ, କଖାରୁ ଓ ଅମଳ ହୋଇ ଖଳାର ରଖାଯାଇଥିବା ଡାଲି ଜାତୀୟ ଫସଲ ନଷ୍ଟ ହୋଇଛି ା ଏଥିସହ ଦେଓଗାଁ, ବନ୍ଧପଡା, ଭୁତିଆରବାହାଲ, ମହୀପୁର ଓ ବଲାଙ୍ଗୀର କେନ୍ଦୁପତ୍ର ରେଞ୍ଜର ଶତାଧିକ ଗାଁରେ କରାମାଡ ଯୋଗୁଁ କେନ୍ଦୁପତ୍ର କ୍ଷତିଗ୍ରସ୍ତ ହୋଇଯାଇଛି ା ଏଣୁ କେନ୍ଦୁପତ୍ର ତୋଳି ପରିବାର ପୋଷଣ କରୁଥିବା ପରିବାରମାନେ ଏବେ ଚିନ୍ତାରେ ରହିଛନ୍ତି ା କ୍ଷତିଗ୍ରସ୍ତ ଚାଷୀଙ୍କୁ ଚିହ୍ନଟ କରି ସରକାରୀ ସହାୟତା ଯୋଗାଇ ଦେବା ପାଇଁ ଚାଷୀ ମହଲରେ ଦାବି ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?