କରୋନା ମୁକାବିଲା ଆଳରେ ମହାଦୁର୍ନୀତି ଅଭିଯୋଗ: ତଦନ୍ତ ଦାବି କଲା କଂଗ୍ରେସ

ବରଗଡ଼ ଅଫିସ,୧୧।୬- ମହାମାରୀ କରୋନା (କୋଭିଡ-୧୯) ସଂକ୍ରମଣ ଯୋଗୁ ଦେଶ ଏକ ସଂକଟଜନକ ସ୍ଥିତି ଦେଇ ଗତି କରୁଛି। ମାତ୍ର ଏଭଳି ବିପର୍ଯ୍ୟୟ ସମୟରେ ରାଜ୍ୟରେ କରୋନା ମୁକାବିଲା ଆଳରେ ମହାଦୁର୍ନୀତି ହୋଇଥିବା ନେଇ କଂଗ୍ରେସ ଅଭିଯୋଗ ଆଣିଛି। ଏଭଳି ଅଭିଯୋଗ କରି କଂଗ୍ରେସ ଜଣେ ବିଚାରପତିଙ୍କ ଦ୍ବାରା ଏହାର ନିରପେକ୍ଷ ତଥା ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛି। ମାସ୍କ ଏବଂ କୋଭିଡ ମେଶିନ କିଣାବିକାରେ ବ୍ୟାପକ ଅନିୟମିତତା ହୋଇଥିବା କଂଗ୍ରେସ ଅଭିଯୋଗ କରିଛି। ଏହି ପରିପ୍ରେକ୍ଷୀରେ ବରଗଡ଼ ଜିଲା କଂଗ୍ରେସର ନେତା, କର୍ମୀମାନେ ଗୁରୁବାର ଜିଲାପାଳ ଅଫିସ ଯାଇ ଧାରଣାରେ ବସିବା ସହିତ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସେହିପରି ଏ ନେଇ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ଅନୁପସ୍ଥିତିରେ ଉପଜିଲାପାଳ ପ୍ରଭାସ ଦଣ୍ଡସନା ସ୍ମାରକପତ୍ର ଗ୍ରହଣ କରିଥିଲେ। କଂଗ୍ରେସ ନେତା ଯୁଗଳ ପ୍ରସାଦ ସିଂହ, ନିପନ କୁମାର ଦାଶ, ପ୍ରଦୀପ ଦେବତା, ନିହାର ରଞ୍ଜନ ମହାନନ୍ଦ, ଦିଲୀପ ପଣ୍ଡା, ପ୍ରତାପ ନାୟକଙ୍କ ସମେତ ଶତାଧିକ ଦଳୀୟ ନେତା, କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

‘ହର୍ମୁଜ ପ୍ରଣାଳୀରେ ଆମେରିକା… ’, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ନୂଆ ବାର୍ତ୍ତା ଶୁଣି ଇରାନ ଖୁସିରେ ଗଦ୍‌ଗଦ୍‌

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ଦୁଇ ସପ୍ତାହ ପାଇଁ ଇରାନ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

କୁଆପଥର ମାଡରେ ଭାଙ୍ଗିଲା ୫୦ରୁ ଅଧିକ ଘର: ଦେଖାଯାଉଛି ଆକାଶ ତାରା 

ଗୋପବନ୍ଧୁ ନଗର ୭।୪(ଶାନ୍ତନୁ କୁମାର ମଢୁଆଳ): କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସାଙ୍ଗକୁ କୁଆପଥର ମାଡ ହେବା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗୋପବନ୍ଧୁ ନଗର ବ୍ଲକ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri