କରୋନା ମୁକାବିଲା: ଗାଁ ଗାଁ ବୁଲି ସଚେତନତା, ଘରେ ରହିବାକୁ ପରାମର୍ଶ

ରାଇକିଆ, ୨୪।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକରେ କରୋନା ମୁକାବିଲା ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି । ପ୍ରତେକ ଦିନ ବାହାର ରାଜ୍ୟ ଫେରନ୍ତାମାନେ ବହୁ ସଂଖ୍ୟାରେ ଆସୁଛନ୍ତି। ବିଶେଷକରି ରାଇକିଆ ଅଞ୍ଚଳରୁ ଯାଇ କେରଳ, ତାମିଲନାଡୁ, କର୍ନାଟକ, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ, ମହାରାଷ୍ଟ୍ରର ବିଭିନ୍ନ କମ୍ପାନୀରେ କାମ କରୁଥିବା ଶ୍ରମିକମାନେ ଘରକୁ ଫେରୁଛନ୍ତି । ଏହାକୁ ନେଇ ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ ତରଫରୁ ସେମାନଙ୍କ ସମ୍ପୂର୍ଣ୍ଣ ତଥ୍ୟ ରଖାଯିବା ସହ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି । ସେମାନଙ୍କୁ ବାହାରକୁ ନ ବାହାରି ଘରେ ରହିବାକୁ ପରାମର୍ଶ ଦିଆଯାଇଛି । ଗ୍ରାମାଞ୍ଚଳରେ କରୋନା ସମ୍ପର୍କିତ ସଚେତନତାକୁ ତ୍ୱରିତ କରାଯାଇଛି। ଏଥିରେ ବିଭିନ୍ନ ସ୍ବେଛାସେବୀ ସଂଗଠନ ମଧ୍ୟ ସାମିଲ ହୋଇଛନ୍ତି। ପ୍ରତ୍ୟେକ ପଞ୍ଚାୟତରେ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି । ଅନ୍ୟପକ୍ଷରେ ବୃଦ୍ଧାବୃଦ୍ଧଙ୍କୁ ସେମାନଙ୍କ ୱାର୍ଡରେ ଭତ୍ତା ବଣ୍ଟନ ପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି। କ୍ରମାଗତ ତୃତୀୟ ଦିନ ପାଇଁ ରାଇକିଆ ବଜାର ସମ୍ପୂର୍ଣ୍ଣ ବନ୍ଦ ରହିଛି । କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ହିଁ ଖୋଲା ରହିଛି । ବିଭିନ୍ନ ସ୍ଥାନରେ ଅନାବଶ୍ୟକ ଭିଡ଼ ଯେପରି ନ ହେବ ତାହାକୁ ଦୃଷ୍ଟିରେ ରଖି ଥାନା ଅଧିକାରୀ ଅଲେଖ ଗରଡ଼ିଆଙ୍କ ନେତୃତ୍ୱରେ ପୋଲିସ ପକ୍ଷରୁ ପାଟ୍ରୋଲିଂ କରାଯାଇ ଯାଞ୍ଚ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri