କରୋନା ମୁକାବିଲା: ଦେଶର ୫୩୧ ଜିଲାରେ ନାହିଁ ଟେଷ୍ଟିଂ ଲ୍ୟାବ୍‌

ନୂଆଦିଲ୍ଲୀ,୨୮।୫: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ମୁକାବିଲା କ୍ଷେତ୍ରରେ ନମୁନା ପରୀକ୍ଷା ଗୁରୁତ୍ୱପୂର୍ଣ୍ଣ ହୋଇଥିବାବେଳେ ଦେଶର ୭୧୭ ଜିଲା ମଧ୍ୟରୁ କେବଳ ୧୮୬ ଜିଲାରେ ଟେଷ୍ଟିଂ ଲ୍ୟାବ୍‌ ରହିଛି। ଦେଶର ମୋଟ ଜିଲା ସଂଖ୍ୟା ୭୩୩ ଥିବାବେେଳେ ୭୧୭ଟି ସମ୍ପର୍କରେ ତଥ୍ୟ ଆଇସିଏମ୍‌ଆର୍‌ ପାଖରେ ରହିଛି। ୫୩୧ ଜିଲାରେ ନମୁନା ପରୀକ୍ଷା ପାଇଁ କୌଣସି ଲ୍ୟାବ୍‌ ନାହିଁ। ଭାରତୀୟ ମେଡ଼ିକାଲ ରିସର୍ଚ୍ଚ ପରିଷଦ(ଆଇସିଏମ୍‌ଆର୍‌) ରିପୋର୍ଟ ଅନୁସାରେ ଦେଶରେ ୪୫୩ଟି ଲ୍ୟାବ୍‌ରେ ଆରଟି-ପିସିଆର୍‌ ପରୀକ୍ଷା କରାଯାଉଛି। ସେଥିମଧ୍ୟରୁ ୩୦୪ ସରକାରୀ ଏବଂ ୧୪୯ ଘରୋଇ ଲ୍ୟାବ୍‌। ଆରଟି-ପିସିଆର୍‌ ବ୍ୟତୀତ ଟ୍ରୁନେଟ୍‌ ଟେଷ୍ଟ୍‌ ପାଇଁ ୧୦୫ ଏବଂ ସିବିଏନ୍‌ଏଏଟି ପରୀକ୍ଷା ଲାଗି ୫୪ ଲ୍ୟାବ୍‌ ରହିଛି। କରୋନା ସଂକ୍ରମିତଙ୍କୁ ଚିହ୍ନଟ କରିବା ଲାଗି ଆରଟି-ପିସିଆର୍‌ ପରୀକ୍ଷା ଜରୁରୀ। କରୋନା ସଂକ୍ରମଣ ଯୋଗୁ ଅଧିକ ପ୍ରଭାବିତ ହୋଇଥିବା୧୦ ରାଜ୍ୟ ମଧ୍ୟରେ ତାମିଲନାଡୁର ୩୨ ଜିଲା ମଧ୍ୟରୁ ୨୮ ଜିଲାରେ ୬୫ ଲ୍ୟାବ୍‌ ଥିବାବେେଳେ ମହାରାଷ୍ଟ୍ରରେ ୬୨ ରହିଛି। ମହାରାଷ୍ଟ୍ରର ୩୬ ଜିଲା ମଧ୍ୟରୁ ୧୬ଟି ଜିଲାରେ ଟେଷ୍ଟିଂ ଲ୍ୟାବ୍‌ ରହିଛି। ଲଦାଖ, ଡାମନ୍‌-ଡିୟୁ ଏବଂ ଲାକ୍ଷାଦ୍ୱୀପରେ କୌଣସି ଲ୍ୟାବ୍‌ ନାହିଁ। ଦେଶର ୧୦୪ ଜିଲାରେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ନାହିଁ। ଏସବୁ ଜିଲାରେ ଲ୍ୟାବ୍‌ ମଧ୍ୟ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri