କରୋନା ମୁକାବିଲା: ନୀରବଚ୍ଛିନ୍ନ ବିଦ୍ୟୁତ ଯୋଗାଣକୁ ଗୁରୁତ୍ୱ

ଭୁବନେଶ୍ୱର, ୨୩।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ସବୁସ୍ତରରେ ଉଦ୍ୟମ ଜାରି ରଖିଛନ୍ତି। ଏହି ସମୟରେ ରାଜ୍ୟବାସୀଙ୍କୁ ନିରବଚ୍ଛିନ୍ନ ବିଦ୍ୟୁତ ସେବା ଯୋଗାଇ ଦେବା ପାଇଁ ଶକ୍ତି ବିଭାଗ ପକ୍ଷରୁ କୁହାଯାଇଛି। ଶକ୍ତି ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ଏନେଇ ସମସ୍ତ ବିଦ୍ୟୁତ ବଣ୍ଟନ ସଂସ୍ଥା-ସେସୁ, ୱେସ୍କୋ, ନେସ୍କୋ ଏବଂ ସାଉଥ୍‌କୋକୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି। ଅନୁରୂପ ଭାବେ ଆଗକୁ ଗ୍ରୀଷ୍ମ ଆସୁଥିବାରୁ ମଧ୍ୟ ଶକ୍ତି କର୍ମଚାରୀଙ୍କୁ ସତର୍କ କରାଯାଇଛି। ଏହି ସମୟରେ ଉପଭୋକ୍ତାଙ୍କୁ ବିଦ୍ୟୁତ ଯୋଗାଣ ଏବଂ ଆବଶ୍ୟକ ମରାମତି ଯେପରି ଠିକ୍‌ ସମୟରେ ହେବ ସେଥିପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ଜିଲା ମୁଖ୍ୟାଳୟ ଏବଂ ଅତି ଆବଶ୍ୟକ ସରକାରୀ ଅଫିସଗୁଡିକରେ ଯେପରି ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ହୋଇପାରିବ, ସେ ନେଇ ବିତରଣ ସଂସ୍ଥାକୁ କୁହାଯାଇଛି।
ପ୍ରତିଦିନ ପୂର୍ବାହ୍ନ ୧୦ଟା ସୁଦ୍ଧା ବିଦ୍ୟୁତ ସେବା ସମ୍ପର୍କିତ ସମୀକ୍ଷା କରାଯିବ। ଆବଶ୍ୟକତାକୁ ଦେଖି ବିଭାଗୀୟ ମାନବ ସମ୍ବଳର ଯେପରି ସୁବିନିଯୋଗ ହୋଇପାରିିବ ସେଥିପ୍ରତି ଦୃଷ୍ଟି ଦେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?