Posted inଜାତୀୟ

କରୋନା ମୁକାବିଲା ପାଇଁ ଭାରତର ପ୍ରସ୍ତୁତି: ଏପ୍ରିଲ୍‌ ୧୫ ପର୍ଯ୍ୟନ୍ତ ଭିଜା ରଦ୍ଦ

ନୂଆଦିଲ୍ଲୀ,୧୨।୩: କରୋନା ସଂକ୍ରମଣ ମୁକାବିଲା ପାଇଁ ଭାରତ ପ୍ରସ୍ତୁତି ଆରମ୍ଭ କରିଛି। ଏହି ମର୍ମରେ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏପ୍ରିଲ୍‌ ୧୫ ପର୍ଯ୍ୟନ୍ତ ସମସ୍ତ ଭିଜା ରଦ୍ଦ କରିଛି। ସେହିପରି ମାର୍ଚ୍ଚ ୧୩ ପର୍ଯ୍ୟନ୍ତ ଜାରି ହୋଇଥିବା ସମସ୍ତ ଭିଜା ଏବଂ ଇ-ଭିଜାକୁ ମଧ୍ୟ ରଦ୍ଦ କରାଯାଇଛି। ଧାର୍ଯ୍ୟ ସମୟ ମଧ୍ୟରେ କୌଣସି ବିଦେଶୀ ଭାରତରେ ପ୍ରବେଶ କରିପାରିବେ ନାହିଁ। ତେବେ ଜାତିସଂଘ ଅଧିକାରୀ, କୂଟନୈତିଜ୍ଞ, ରୋଜଗାର, ପ୍ରୋଜେକ୍ଟ ଭିଜା ସମେତ ଅନ୍ୟ ସରକାରୀ ଅଧିକାରୀଙ୍କୁ ଭାରତରେ ପ୍ରବେଶ କରିବାର ଅନୁମତି ମିଳିବ। ଭାରତରେ ବର୍ତ୍ତମାନ ଥିବା ବିଦେଶୀ ନାଗରିକଙ୍କ ଭିଜା ଜାରି ରହିବା। ସେମାନେ ଚାହିଁଲେ ଏହାର ସମୟସୀମା ମଧ୍ୟ ବୃଦ୍ଧି କରାଯିବ ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେହିପରି ଚାଇନା, ଇଟାଲୀ, ଇରାନ୍‌, ଦକ୍ଷିଣ କୋରିଆ, ସ୍ପେନ୍‌, ଜର୍ମାନୀ ସମେତ ଅନ୍ୟ ଦେଶରୁ ସ୍ବଦେଶ ଫେରୁଥିବା ଭାରତୀୟ ନାଗରିକଙ୍କୁ ସ୍କ୍ରିନିଂ କରାଯିବା ସହିତ ୧୪ ଦିନ ପର୍ଯ୍ୟନ୍ତ ଯାଞ୍ଚ୍‌ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଇରାନ ଉପରେ ଏମିତି ଆକ୍ରମଣ କରାଯିବ, ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏମିତି ବିନାଶ ଦେଖାଯାଇ ନଥିବ’: ଟ୍ରମ୍ପ

ଓ୍ବାଶିଂଟନ,୨।୮: ମଧ୍ୟପ୍ରାଚ୍ୟରେ ଶାନ୍ତି ପୁନରୁଦ୍ଧାର ପାଇଁ ଆଶା ପୁଣି ଥରେ ବଢ଼ିବାରେ ଲାଗିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସୋସିଆଲ ମିଡିଆ ପୋଷ୍ଟରେ ଦାବି କରିଛନ୍ତି…

ଜାତୀୟ ରାଜପଥରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବାକୁ ଟ୍ରଲର ଧକ୍କା ଦେବା ପରେ…

ଟେନ୍‌ସା,୨ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ.ବଲାଙ୍ଗ ଥାନା ଅନ୍ତର୍ଗତ ୫୨୦ ଜାତୀୟ ରାଜପଥ ଜାମୁଡିହି ଟୋଲ୍‌ ଗେଟ୍‌ ସମ୍ମୁଖରେ ଏକ ଟ୍ରଲର ଓଡି…

Odisha Floods: ବନ୍ୟାଞ୍ଚଳ ବୁଲିଲେ ଜିଲାପାଳ, ସ୍ଥିତି ଅନୁଧ୍ୟାନ କରି…

ଚାନ୍ଦବାଲି,୨ା୮(କିଷାନ ପାତ୍ର): ଭଦ୍ରକ ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ବନ୍ୟାଜଳ ଘେରାଉ କରିଥିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବାର୍ତ୍ତା, କହିଲେ-‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବପିଢ଼ି ଜରୁରୀ’

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ନିଶାମୁକ୍ତ ଯୁବପିଢ଼ି ପାଇଁ ବିକଶିତ ଭାରତ ସଂକଳ୍ପ ଅଭିଯାନ’ – ନିଶାଦ୍ରବ୍ୟ ଅପବ୍ୟବହାର ବିରୁଦ୍ଧରେ ଏକ ସ୍ବତନ୍ତ୍ର ୧୦୦ ସପ୍ତାହ ଅଭିଯାନ…

ପ୍ଲାଷ୍ଟିକ ମୁଦ୍ରା ପ୍ରଚଳନ ପରେ କାଗଜ ନୋଟଗୁଡିକ କ’ଣ କରିବ RBI, ସେଗୁଡିକୁ କିପରି ନଷ୍ଟ କରାଯିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୮: ଭାରତୀୟ ରିଜର୍ଭ ବ୍ୟାଙ୍କ ପଲିମର ନୋଟ ପରୀକ୍ଷା କରିବାକୁ ପ୍ରସ୍ତୁତ ହେଉଥିବାରୁ, ଅନେକ ଲୋକ ଭାବୁଛନ୍ତି ଯେ ବର୍ତ୍ତମାନର କାଗଜ ନୋଟ ଗୁଡିକର କଣ ହେବ।…

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri