କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ଭୁବନେଶ୍ୱରକୁ ୩ଟି ଜୋନ୍‌ରେ ଭାଗକରି ୬ ବରିଷ୍ଠ ଆଇଏଏସ୍‌ଙ୍କୁ ଦିଆଗଲା ଦାୟିତ୍ୱ

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି। ସେଥିରୁ କେବଳ ଭୁବନେଶ୍ୱରରେ ୪୬ଜଣ ଅଛନ୍ତି। ରାଜ୍ୟର ଅନ୍ୟାନ୍ୟ ସ୍ଥାନ ଅପେକ୍ଷା ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ସରକାର ଏକ ନୂଆ ନିଷ୍ପତ୍ତି ନେଇଛନ୍ତି। ଭୁବନେଶ୍ୱର ମହାନଗର ନିଗମକୁ ୩ଟି ଜୋନ୍‌ରେ ବିଭକ୍ତ କରାଯାଇଛି। ଏହାକୁ ୬ଜଣ ଆଇଏଏସ୍‌ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଏହି ବରିଷ୍ଠ ଅଧିକାରୀମାନେ ବିଏମ୍‌ସି ଅଞ୍ଚଳରେ ସଂକ୍ରମଣ ରୋକିବା ପାଇଁ କାର୍ଯ୍ୟ କରିବେ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।
ଭୁବନେଶ୍ୱର ଉତ୍ତର ଜୋନ୍‌ର ଦାୟିତ୍ୱରେ ଏସ୍‌ସି/ଏସ୍‌ଟି ଉନ୍ନୟନ ସଚିବ ରଞ୍ଜନା ଚୋପ୍ରା ଓ ଶକ୍ତି ସଚିବ ବିଷ୍ଣୁପଦ ସେଠୀ ଥିବା ବେଳେ ଦକ୍ଷିଣ-ପୂର୍ବ ଜୋନ୍‌ ଦାୟିତ୍ୱ ଅବକାରୀ ସଚିବ ସୁଶୀଲ ଲୋହାନୀ ଓ ଉଚ୍ଚଶିକ୍ଷା ବିଭାଗ ସଚିବ ଶାଶ୍ୱତ ମିଶ୍ରଙ୍କୁ ଦିଆଯାଇଛି। ସେହିଭଳି ଦକ୍ଷିଣ-ପଶ୍ଚିମ ଜୋନ୍‌ର ଦାୟିତ୍ୱ ଭାସ୍କର ଜ୍ୟୋତି ଶର୍ମା ଓ ଅର୍ଥ ସଚିବ ଅଶୋକ ମୀନାଙ୍କୁ ଦିଆଯାଇଛି।
ଉପରୋକ୍ତ ଅଧିକାରୀମାନେ କଣ୍ଟେନମେଣ୍ଟ ଦାୟିତ୍ୱରେ ରହିବେ। ଭୁବନେଶ୍ୱରରେ ଯେପରି କରୋନା ନ ବ୍ୟାପିବ ସେଥିପ୍ରତି ଦୃଷ୍ଟି ଦେବେ। ଯେଉଁ ଅଞ୍ଚଳରେ କରୋନା ପଜିଟିଭ ମିଳିବ ସେଠାରେ କଣ୍ଟାକ୍ଟ ଟ୍ରେସିଂ ଓ ଘରକୁ ଘର ସର୍ଭେ କାର୍ଯ୍ୟରେ ତଦାରଖ କରିବେ। ସେହିଭଳି କଣ୍ଟେନମେଣ୍ଟ ଅଞ୍ଚଳରେ ଜରୁରୀ ସାମଗ୍ରୀ ଯୋଗାଇବା କଥା ମଧ୍ୟ ବୁଝିବେ।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri